ବିଧାୟକଙ୍କ ନାମରେ ମାମଲା ରୁଜୁ

କେନ୍ଦୁଝର,୫ା୨(ସ୍ବ.ପ୍ର.): ଆନନ୍ଦପୁର ବିଜେଡି ବିଧାୟକ ଭାଗୀରଥି ସେଠୀଙ୍କ ବିରୋଧରେ ଆନନ୍ଦପୁର ଥାନାରେ ଦଫା ୨୯୪ ଏବଂ ୫୦୬ରେ ଏକ ମାମଲା(ନଂ.୨୪/୨୩) ରୁଜୁ ହୋଇଛି। ଗାଳିଗୁଲଜ ଓ ଧମକଚମକ ଦେଇଥିବା ଅଭିଯୋଗରେ ଆନନ୍ଦପୁର ୩ ନମ୍ବର ଜୋନ ଭାଜପା ଜିଲା ପରିଷଦ ସଭ୍ୟା ଅସୀମା ମିଶ୍ରଙ୍କ ଅଭିଯୋଗକୁ ଭିତ୍ତି କରି ଏହି ମାମଲା ରୁଜୁ ହୋଇଥିବା ଜଣାପଡିଛି।

ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରିଣୀ ଦେବକୀ ନାୟକ କହିଛନ୍ତି। ଘଟଣା ୨୦୨୨ ଅଗଷ୍ଟ ୩୦ ତାରିଖରେ ଘଟିଥିଲା। ଆନନ୍ଦପୁର ପଞ୍ଚାୟତ ସମିତି ବୈଠକରେ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା ଚାଲିଥିବା ବେଳେ ଜିଲା ପରିଷଦ ସଭ୍ୟା କାମର ଅଗ୍ରଗତି ସମ୍ପର୍କରେ ପଚାରିବାରୁ ବିଧାୟକ ତାଙ୍କୁ ଗାଳିଗୁଲଜ କରିବା ସହ ସଭାରୁ ବାହାରି ଯିବାକୁ ଧମକ ଦେଇଥିଲେ। ଏପରିକି କୌଣସି ପ୍ରଶ୍ନ ପଚାରିବାର ଅଧିକାର ତୁମର ନାହିଁ ବୋଲି ଅସୀମା ଅଭିଯୋଗ କରିଛନ୍ତି। ଏପରିକି ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ପ୍ରଥମେ ଆନନ୍ଦପୁର ଥାନା ଓ ପରେ ଏସ୍‌ପି କେନ୍ଦୁଝରଙ୍କୁ ଲିଖିତ ଭାବେ ଜଣାଇବା ପରେ ମଧ୍ୟ ନ୍ୟାୟ ନ ପାଇବାରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବୋଲି ସେ କହିଛନ୍ତି। ଏନେଇ ବିଧାୟକ ସେଠୀ କହିଛନ୍ତି, ସେ କୌଣସି ଗାଳିଗୁଲଜ କିମ୍ବା ଧମକଚମକ ଦେଇନାହାନ୍ତି। ଗୃହ ମଧ୍ୟରେ ବୈଠକ ଚାଲିଥିଲା। ବହୁ ସଭ୍ୟା, ସଭ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଏଣୁ ପୋଲିସ ତଦନ୍ତ କଲେ ପ୍ରକୃତ ଘଟଣା ଜଣାପଡିବ ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri