ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ ଦେବା ସହ ମାଡ଼ ମାରିବା ଅଭିଯୋଗ ହୋଇଛି। ମାଡ଼ ମାରି ଟଙ୍କା ଛଡ଼ାଇ ନେଇଥିବା ଏତଲାରେ ଦର୍ଶାଯାଇଛି।

ଅନ୍ୟପକ୍ଷରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଗୁରୁବାର ୧୦ଜଣଙ୍କୁ ଗିରଫ କରିଛି। ପୋଲିସ ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଯାଜପୁର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିଧାୟକଙ୍କ ପିଏସ୍‌ଓଙ୍କ ଏତଲା ଆଧାରରେ ୧୦ଜଣ ଗିରଫ କରାଯାଇଛି।

ଅନ୍ୟପକ୍ଷେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ବିଧାୟକ ହିମାଂଶୁ ଅଭିଯୋଗ କରିଛନ୍ତି। ହିମାଂଶୁଙ୍କ ଅଭିଯୋଗ ମୁତାବକ, ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲେ। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକା କରିଥିଲେ। ରାସ୍ତା ବନ୍ଦ ଥିବାରୁ ଗାଡ଼ି ଅଟକି ରହିଥିଲା, ଏତିକି ବେଳେ କିଛି ଲୋକ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ, ଠେଙ୍ଗା ଥିଲା। ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ ଛିଡ଼ାଇ ନେଇଥିଲେ। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ କହି ନାରା ଦେଇଥିଲେ।

ବିଧାୟକ ହିମାଂଶୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଥିଲେ, ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବ ନାହିଁ। ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ ଘଟଣାସ୍ଥଳରେ ନ ଥିଲି, ବିରଜା ପ୍ରକଳ୍ପକୁ ନେଇ ରାସ୍ତାରୋକୋ ହୋଇଥିଲା। ବିଧାୟକ ସେପଟେ ଯାଉଥିଲେ, ବଚସା ହୋଇଥିବା ମୁଁ ଶୁଣିବାକୁ ପାଇଛି। ବିଧାୟକଙ୍କୁ ବବିଙ୍କ ଭାଇ ଆକ୍ରମଣ କରିଥିବା ପ୍ରଶ୍ନରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ଭାଇକୁ କହିଛି ଥାନାରେ ଯାଇ ବସିବାକୁ, ଦୋଷୀ ଥିଲେ କାର୍ଯ୍ୟାନୁଷ୍ଠାନ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri