ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ ଦେବା ସହ ମାଡ଼ ମାରିବା ଅଭିଯୋଗ ହୋଇଛି। ମାଡ଼ ମାରି ଟଙ୍କା ଛଡ଼ାଇ ନେଇଥିବା ଏତଲାରେ ଦର୍ଶାଯାଇଛି।

ଅନ୍ୟପକ୍ଷରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଗୁରୁବାର ୧୦ଜଣଙ୍କୁ ଗିରଫ କରିଛି। ପୋଲିସ ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଯାଜପୁର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିଧାୟକଙ୍କ ପିଏସ୍‌ଓଙ୍କ ଏତଲା ଆଧାରରେ ୧୦ଜଣ ଗିରଫ କରାଯାଇଛି।

ଅନ୍ୟପକ୍ଷେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ବିଧାୟକ ହିମାଂଶୁ ଅଭିଯୋଗ କରିଛନ୍ତି। ହିମାଂଶୁଙ୍କ ଅଭିଯୋଗ ମୁତାବକ, ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲେ। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକା କରିଥିଲେ। ରାସ୍ତା ବନ୍ଦ ଥିବାରୁ ଗାଡ଼ି ଅଟକି ରହିଥିଲା, ଏତିକି ବେଳେ କିଛି ଲୋକ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ, ଠେଙ୍ଗା ଥିଲା। ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ ଛିଡ଼ାଇ ନେଇଥିଲେ। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ କହି ନାରା ଦେଇଥିଲେ।

ବିଧାୟକ ହିମାଂଶୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଥିଲେ, ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବ ନାହିଁ। ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ ଘଟଣାସ୍ଥଳରେ ନ ଥିଲି, ବିରଜା ପ୍ରକଳ୍ପକୁ ନେଇ ରାସ୍ତାରୋକୋ ହୋଇଥିଲା। ବିଧାୟକ ସେପଟେ ଯାଉଥିଲେ, ବଚସା ହୋଇଥିବା ମୁଁ ଶୁଣିବାକୁ ପାଇଛି। ବିଧାୟକଙ୍କୁ ବବିଙ୍କ ଭାଇ ଆକ୍ରମଣ କରିଥିବା ପ୍ରଶ୍ନରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ଭାଇକୁ କହିଛି ଥାନାରେ ଯାଇ ବସିବାକୁ, ଦୋଷୀ ଥିଲେ କାର୍ଯ୍ୟାନୁଷ୍ଠାନ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri