ଏନ୍‌ଏଚ୍‌ଆର୍‌ସିରେ ମାମଲା: ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ା ବନ୍ଦ

କଟକ,୧୭।୯ (କାର୍ତ୍ତିକ ସାହୁ): ବିଭିନ୍ନ ଦାବି ନେଇ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୯ ଦିନ ହେବ ବିଦ୍ୟାଳୟ ବନ୍ଦ କରି ଭୁବନେଶ୍ୱରଠାରେ ଧାରଣାରେ ବସିଛନ୍ତି। ଏଥିଯୋଗୁ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ହୋଇଯାଇଥିବା ଅଭିଯୋଗ କରି ନ୍ୟାୟ ପାଇଁ ଲଢ଼େଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ଶନିବାର ଜାତୀୟ ମାନବାଧିକାର କମିଶନ୍‌(ଏନ୍‌ଏଚ୍‌ଆର୍‌ସି)ରେ ମାମଲା ରୁଜୁ କରିଛନ୍ତି। ଏଥିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଶିକ୍ଷା ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି।
ମାମଲାର ବିବରଣୀ ଅନୁସାରେ, ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକମାନେ ସେମାନଙ୍କ ଦାବି ପୂରଣ ପାଇଁ ଦୀର୍ଘଦିନ ହେବ ସରକାରଙ୍କୁ ଜଣାଇ ଆସୁଥିଲେ। ଦାବିଗୁଡ଼ିକ ମଧ୍ୟରେ ଗ୍ରେଡ୍‌ ପେ’ ବୃଦ୍ଧି, ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଠିକା ଶିକ୍ଷକ ନିଯୁକ୍ତି ଉଚ୍ଛେଦ, ୨୦୧୭ ମସିହାରୁ ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ଲାଗୁ କରିବା ଆଦି ଅନ୍ତର୍ଭୁକ୍ତ ରହିଛି। ରାଜ୍ୟ ସରକାର ସେମାନଙ୍କ ଦାବି ପୂରଣ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁନାହାନ୍ତି। ଫଳରେ ରାଜ୍ୟର ୧.୩୦ ଲକ୍ଷ ପ୍ରାଥମିକ ଶିକ୍ଷୟିତ୍ରୀ ଓ ଶିକ୍ଷକ ସେମାନଙ୍କ ଦାବି ପୂରଣ ପାଇଁ ଗତ ଧାରଣାରେ ବସିଛନ୍ତି। ଏହାଦ୍ୱାରା ରାଜ୍ୟର ପ୍ରାୟ ୪୦ ଲକ୍ଷ ଛାତ୍ରୀଛାତ୍ରଙ୍କର ପାଠପଢ଼ା ବନ୍ଦ ହୋଇଯାଇଛି। ଅନ୍ୟପକ୍ଷରେ ଶିକ୍ଷା ବିଭାଗ ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କ ଦାବି ପୂରଣ କରିବା ବଦଳରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଚିଠି କରି ନାଲିଆଖି ଦେଖାଇଛି। ଏଥିଯୋଗୁ ପ୍ରାଥମିକ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କ ଆନ୍ଦୋଳନ ସାରା ରାଜ୍ୟରେ ତୀବ୍ର ହେବାରେ ଲାଗିଛି। ଏହି ଘଟଣାକୁ ନେଇ ବିଭିନ୍ନ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ଏଣୁ ଏନ୍‌ଏଚ୍‌ଆର୍‌ସି ଏହି ଘଟଣାରେ ହସ୍ତକ୍ଷେପ କରି ପଦକ୍ଷେପ ନେବା ପାଇଁ ଆବେଦନକାରୀଙ୍କ ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri