ଶ୍ରମିକଙ୍କ ମୃତ୍ୟୁକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ମାମଲା: ଏପ୍ରିଲ ସୁଦ୍ଧା ରିପୋର୍ଟ ପ୍ରଦାନ ପାଇଁ ଏସ୍‌ପିଙ୍କୁ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା ଅଫିସ,୩୦ା୩: ଭାରତୀୟ ତୈଳ ନିଗମର ପାରାଦୀପ-ହଳଦିଆ ପାଇପ୍‌ ଲାଇନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଗଗୁଆସ୍ଥିତ କାର୍ଯ୍ୟାଳୟ ପରିସରରେ ୨୦୨୧ ଜାନୁୟାରୀ ୫ରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଧରିତ୍ରୀରେ ବିସ୍ତୁତ ଭାବେ ଏହି ଖବର ପ୍ରକାଶ ପାଇବା ପରେ ଶ୍ରମିକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ କେନ୍ଦ୍ରାପଡ଼ା ବ୍ଲକ ଏଣ୍ଡର ଗ୍ରାମର ମାନବାଧିକାର କର୍ମୀ ସାଗର ଜେନା ଜାତୀୟ ମାନବାଧିକାର କମିଶନରେ ମାମଲା (ନଂ. ୮୭/୨୧) ରୁଜୁ କରିଥିଲେ। ଏସମ୍ପର୍କରେ ଗତ ୨୩ରେ ତର୍ଜମା କରାଯାଇ କମିଶନର ଆଇନ ବିଭାଗ ଡେପୁଟି ରେଜିଷ୍ଟର ଆସନ୍ତା ୪ ସପ୍ତାହ ମଧ୍ୟରେ ତନ୍ତିଆପାଳ ଥାନାର ଉକ୍ତ ମାମଲା (ନଂ- ୩/୨୧)ର ସବିଶେଷ ତଥ୍ୟ ଦେବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ଅଭିଯୋଗକାରୀ ସାଗର କହିଛନ୍ତ, ତୈଳ ନିଗମ କାର୍ଯ୍ୟାଳୟ ପରିସରରେ ୬ ଜଣ ଶ୍ରମିକ ଗାତ ଖୋଳୁଥିଲେ। ଉପର ମୁଣ୍ଡରୁ ଅତଡା ଖସିବା ପରେ ସ୍ଥାନୀୟ ଗୁଳୁଦିଆ ଗ୍ରାମର ଖଗେନ ମଣ୍ଡଳ (୫୫)ଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୫ ଜଣ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ମୃତକ ଖଗେନଙ୍କ ପୁଅ ବିଷ୍ଣୁପଦ ଥାନାରେ ଅଭିଯୋଗ କରିଥିଲେ। ତେବେ କାମରେ ନିୟୋଜିତ ଶ୍ରମିକଙ୍କୁ ହେଲମେଟ, ସୁରକ୍ଷା ଜୋତା, ଜୀବନ ରକ୍ଷକ ଜ୍ୟାକେଟ ଆଦି ସାମଗ୍ରୀ ଯୋଗାଇ ଦିଆଯାଇ ନ ଥିଲା। ଯାହା କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ଘାତକ ସାବ୍ୟସ୍ତ ହେବା ସହ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ପରିବାର ବର୍ଗଙ୍କୁ ଅନୂନ୍ୟ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଏହି ମାମଲା ହୋଇଥିଲା। କମ୍ପାନୀ ପକ୍ଷରୁ ମାତ୍ର ୨ ଲକ୍ଷ ଟଙ୍କା କ୍ଷତିପୂରଣ ବାବଦରେ ଦିଆଯାଇଛି। ତେବେ ମାମଲାର ଗୁରୁତ୍ୱ ଦୃଷ୍ଟିରୁ ଦାବି ଅର୍ଥ ଦେବାକୁ ଆବେଦନ କରାଯାଇଛି। ଏନେଇ ଆସନ୍ତା ଏପ୍ରିଲ ୩୦ରେ ଶୁଣାଣି ହେବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସାହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri