୩ ଅଧିକାରୀଙ୍କ ନାମରେ ମାମଲା

କେନ୍ଦୁଝର, ୨୧ା୩(ସ୍ବ.ପ୍ର.):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଧୀନ ବାମେବାରି ସେକ୍ସନ ନୟାଗଡ଼ ବିଟ୍‌ ଜଡ଼ିପଦା ସାହିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦନ୍ତାହାତୀ ମୃତ୍ୟୁ ଘଟଣାରେ ସୋମବାର ଡିଏଫ୍‌ଓ ଧନରାଜ ଏଚ.ଡି. କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଟାଟା ପାଓ୍ବାର କନିଷ୍ଠଯନ୍ତ୍ରୀ ଇଂ. ଗୌରଗୋପାଳ ମହାନ୍ତି, ଲାଇନ୍‌ମ୍ୟାନ ବିଜୟ ମଲ୍ଲିକ ଓ ଦିବ୍ୟଜ୍ୟୋତି ବାରିକଙ୍କ ବିରୋଧରେ ବନ୍ୟଜନ୍ତୁ ସୁରକ୍ଷା ଆଇନ ଅନୁଯାୟୀ (ଓଆର କେସ୍‌ ନଂ. ୬୭/୨୦୨୨-୨୩ ରେ) ମାମଲା ରୁଜୁ ହୋଇଛି। ଏହାସହ ବାମେବାରୀ ଫରେଷ୍ଟର ରତ୍ନାକର ମହାନ୍ତ, ଚମ୍ପୁଆ ରେଞ୍ଜ ଅଧିକାରୀ ଅକ୍ଷୟ ଛତ୍ରିଆ ଓ ଯୋଡ଼ା ଟାଟା ପାୱାର ନିର୍ବାହୀଯନ୍ତ୍ରୀ ମନୋରଞ୍ଜନ ଜେନାଙ୍କୁ କାରଣ ଦର୍ଶାଅ ନୋଟିସ୍‌ କରାଯାଇଛି।
ସୂଚନା ଅନୁଯାୟୀ, ବସନ୍ତପୁର ଗ୍ରାମ ଜଡ଼ିପଦା ସାହିକୁ ଯାଇଥିବା ବିଦ୍ୟୁତ୍‌ ଲାଇନର ଇନସ୍ୟୁଲେଟର (ଶଙ୍ଖ) ଫାଟିଯାଇଥିଲା। ଫଳରେ ୧୧ କେଭି ଲାଇନ୍‌ ଖୁଣ୍ଟର ଷ୍ଟେ ସଂସ୍ପର୍ଶରେ ଆସି ଚାର୍ଚ୍ଚ ହୋଇଯାଇଥିଲା। ହାତୀଟି ଶନିବାର ରାତିରେ ଉକ୍ତ ଖୁଣ୍ଟ ଦେଇ ଯାଉଥିବା ବେଳେ ଗୋଡ଼ ବାଜିଯାଇଥିଲା। ଘଟଣାସ୍ଥଳରେ ହାତୀର ମୃତ୍ୟୁ ଘଟିଥିଲା। ସେଠାରେ ଅନ୍ୟ ୩ ହାତୀ ବୁଲୁଥିବା ବେଳେ ବର୍ତ୍ତି ଯାଇଥିଲେ। ରବିବାର ସକାଳେ ଗ୍ରାମବାସୀ ଦେଖି ବନ ଓ ବିଦ୍ୟୁତ୍‌ ବିଭାଗକୁ ସୂଚନା ଦେଇଥିଲେ। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ୍‌) ରାଉରକେଲା ଅରୁଣ ମିଶ୍ର, ଡିଏଫ୍‌ଓ କେନ୍ଦୁଝର ଏଚ୍‌.ଡି. ଧନରାଜ, ଚମ୍ପୁଆ ରେଞ୍ଜ ଅଧିକାରୀ ଅକ୍ଷୟ ଛତ୍ରିୟାଙ୍କ ସମେତ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିଥିଲେ। ସେହିପରି ଟାଟା ପାଓ୍ବାର ଅଧୀକ୍ଷଣ ଯନ୍ତ୍ରୀ ନାରାୟଣ ଦାସ, ଏସ୍‌ଡିଓ ଯୋଡ଼ା ଦିବ୍ୟରଞ୍ଜନ ସାହୁଙ୍କ ସମେତ ବିଦ୍ୟୁତ୍‌ ବିଭାଗର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରି ଫେରିଥିଲେ। ପରେ ହାତୀର ଦାନ୍ତ ଜବତ କରି ବନ ବିଭାଗ ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri