Posted inଜାତୀୟ

ସାରସ ଜୀବନ ବଞ୍ଚାଇଥିବା ଅରିଫ୍‌ଙ୍କ ନାଁରେ ମାମଲା

ଲକ୍ଷ୍ନୌ, ୨୭ା୩ : ଉତ୍ତରପ୍ରଦେଶ ଆମେଠି ଜିଲା ଅନ୍ତର୍ଗତ ମାଣ୍ଡଖା ଗ୍ରାମର ଜଣେ କୃଷକ ଏକ ବିରଳ ସାରସର ଜୀବନ ବଞ୍ଚାଇଥିବାବେଳେ ବନ୍ୟପ୍ରାଣୀ ଆଇନ ଉଲ୍ଲଂଘନ ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି। ବନ୍ୟପ୍ରାଣୀ କର୍ମଚାରୀ ମହମ୍ମଦ ଅରିଫ୍‌ ନାମକ କୃଷକଙ୍କଠାରୁ ଉକ୍ତ ସାରସକୁ ଜବତ କରିଛନ୍ତି। ଅରିଫ୍‌ ଗତବର୍ଷ ତାଙ୍କ ବିଲରୁ ସାରସ ପକ୍ଷୀକୁ ମୁମୂର୍ଷୁ ଅବସ୍ଥାରେ ପାଇ ଚିକିତ୍ସା କରି ସୁସ୍ଥ କରିଥିଲେ।

ପକ୍ଷୀଟି ସୁସ୍ଥ ହେବା ପରେ ଉଡ଼ି ନ ଯାଇ ତାଙ୍କ ଘରେ ରହିଥିଲା ଓ ଅରିଫ୍‌ଙ୍କ ପରିବାରର ସଦସ୍ୟ ପାଲଟିଯାଇଥିଲା। ବନ୍ୟ ପ୍ରାଣୀ ଆଇନ ଅନୁଯାୟୀ ବିରଳ ପକ୍ଷୀକୁ ଘରେ ରଖିବା ଓ ଖାଇବାକୁ ଦେବା ବେଆଇନ। ଗତ ୨୧ ତାରିଖରେ ସାରସକୁ ଅଧିକାରୀମାନେ ଜବତ କରିବା ସହ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ନେଇଯାଇଥିଲେ। ୨୪ ତାରିଖରେ ଅରିଫ୍‌ଙ୍କୁ ଗୌରିଗଞ୍ଜ ଉପଖଣ୍ଡ ବନ ଅଧିକାରୀ ଜେରା ପାଇଁ ସମନ କରିଥିଲେ। ବନ୍ୟପ୍ରାଣୀ ଆଇନ ଉଲ୍ଲଂଘନ ନେଇ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri