ଦୀପାଳିଙ୍କ ଭାଇ ବିଶାଲଙ୍କ ନାଁରେ ଏତଲା

ଭୁବନେଶ୍ୱର,୧୦।୧: ସ୍ବର୍ଗତ ନବ ଦାସଙ୍କ ପୁଅ ଏବଂ ଦୀପାଳି ଦାସଙ୍କ ଭାଇ  ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। ସରେଇପାଲି ଥାନା ପୋଲିସ ତାଙ୍କ ନାମରେ ଏହି ମାମଲା ଦାୟର କରିଛି। ବିଶାଲଙ୍କ ସହ ମୋଟ ୧୩ ଜଣଙ୍କ ନାଁରେ ଏହି ମାମଲା ରୁଜୁ ହୋଇଛି।  ବିଏନଏସ ଧାରା ୩୩୧ (୪) ଓ ୧୯୧ (୨)ରେ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି।
ତେବେ ସରେଇପାଲିର ହୋଟେଲ ରାଧିକା ମ୍ୟାନେଜରଙ୍କ ଏତଲା ଆଧାରରେ ମାମଲା ରୁଜୁ ହୋଇଛି। ହୋଟେଲ୍‌ ଅନଧିକାର ପ୍ରବେଶ, ଭଙ୍ଗାରୁଜା ନେଇ ଅଭିଯୋଗ କରିଥିଲେ ମ୍ୟାନେଜର। ଛତିଶଗଡ଼ରେ ବିଶାଲ ଦାସଙ୍କୁ ଅଟକ ରଖାଯାଇଥିଲା। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ଥିଲେ। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ରହିଛି। ଏହା ପୂର୍ବରୁ ବିଶାଲଙ୍କୁ ଅଟକ ରଖାଯାଇଛି। ପୋଲିସ କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି ବିଶାଲ କହିଛନ୍ତି।
ତେବେ ବିଶାଲଙ୍କୁ ଅଟକ ନେଇ ପୂର୍ବତନ ବିଧାୟିକା ତଥା ତାଙ୍କ ଭଉଣୀ ଦୀପାଳି ଦାସ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା। ଲଇକେରା ପୋଲିସ ଅଟକ ରଖି ଛତିଶଗଡ଼ ପୋଲିସକୁ ହସ୍ତାନ୍ତର କରିଛି। ଅଟକ ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଭେଟିବାକୁ ବିଶାଲ ଯାଇଥିଲେ। ଏହାପରେ ରାତି ୧ଟାରୁ ମୋ ଭାଇକୁ ବି ସେମାନେ ଅଟକ ରଖିଛନ୍ତି। ସେମାନେ ନିଜସ୍ବ ମତରେ ଆସିଥିବା କହିବା ପରେ ବି ଅଟକ ରଖିଛନ୍ତି। ଦୀପାଳିଙ୍କ ଅଭିଯୋଗରେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନି।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri