ଦୀପାଳିଙ୍କ ଭାଇ ବିଶାଲଙ୍କ ନାଁରେ ଏତଲା

ଭୁବନେଶ୍ୱର,୧୦।୧: ସ୍ବର୍ଗତ ନବ ଦାସଙ୍କ ପୁଅ ଏବଂ ଦୀପାଳି ଦାସଙ୍କ ଭାଇ  ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। ସରେଇପାଲି ଥାନା ପୋଲିସ ତାଙ୍କ ନାମରେ ଏହି ମାମଲା ଦାୟର କରିଛି। ବିଶାଲଙ୍କ ସହ ମୋଟ ୧୩ ଜଣଙ୍କ ନାଁରେ ଏହି ମାମଲା ରୁଜୁ ହୋଇଛି।  ବିଏନଏସ ଧାରା ୩୩୧ (୪) ଓ ୧୯୧ (୨)ରେ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି।
ତେବେ ସରେଇପାଲିର ହୋଟେଲ ରାଧିକା ମ୍ୟାନେଜରଙ୍କ ଏତଲା ଆଧାରରେ ମାମଲା ରୁଜୁ ହୋଇଛି। ହୋଟେଲ୍‌ ଅନଧିକାର ପ୍ରବେଶ, ଭଙ୍ଗାରୁଜା ନେଇ ଅଭିଯୋଗ କରିଥିଲେ ମ୍ୟାନେଜର। ଛତିଶଗଡ଼ରେ ବିଶାଲ ଦାସଙ୍କୁ ଅଟକ ରଖାଯାଇଥିଲା। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ଥିଲେ। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ରହିଛି। ଏହା ପୂର୍ବରୁ ବିଶାଲଙ୍କୁ ଅଟକ ରଖାଯାଇଛି। ପୋଲିସ କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି ବିଶାଲ କହିଛନ୍ତି।
ତେବେ ବିଶାଲଙ୍କୁ ଅଟକ ନେଇ ପୂର୍ବତନ ବିଧାୟିକା ତଥା ତାଙ୍କ ଭଉଣୀ ଦୀପାଳି ଦାସ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା। ଲଇକେରା ପୋଲିସ ଅଟକ ରଖି ଛତିଶଗଡ଼ ପୋଲିସକୁ ହସ୍ତାନ୍ତର କରିଛି। ଅଟକ ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଭେଟିବାକୁ ବିଶାଲ ଯାଇଥିଲେ। ଏହାପରେ ରାତି ୧ଟାରୁ ମୋ ଭାଇକୁ ବି ସେମାନେ ଅଟକ ରଖିଛନ୍ତି। ସେମାନେ ନିଜସ୍ବ ମତରେ ଆସିଥିବା କହିବା ପରେ ବି ଅଟକ ରଖିଛନ୍ତି। ଦୀପାଳିଙ୍କ ଅଭିଯୋଗରେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନି।

Enter your email to get our daily news in your inbox.

All Right Reserved By Dharitri.Com

ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ  ହାରିଦେଲେ ଜୀବନ  

ବାଙ୍କୀ,୧୪ା୧ (ଶୁଭେନ୍ଦୁ ମହାପାତ୍ର): ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ ହାରିଦେଲେ ଜୀବନ।  ପ୍ରେମିକଙ୍କ ଆତ୍ମହତ୍ୟା ଖବର ଶୁଣି ପ୍ରେମିକା ରଶିରେ ଝୁଲିପଡ଼ିଥିବା ଚର୍ଚ୍ଚା ହେଉଛି।...

ରାଜକୋଟ୍‌ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍‌ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଗଡ଼ା ପଞ୍ଚାୟତ ଯୋଗିପଲା...

Featured Video Play Icon

ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ବାହାରୁନି ସମାଧାନର ବାଟ, ଖାଡ଼ା ଉପାସରେ ପ୍ରଭୁ ଲିଙ୍ଗରାଜ । ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି।

ଖଣ୍ଡଗିରି ଯାତ୍ରାକୁ ନେଇ ବଡ଼ ଖବର, ନିଶା-ସାହୁ ଭାଉଜ…

ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ...

କିଏ ହେବ ରାଜ୍ୟ ଭାଜପା ସଭାପତି? ଦିଲ୍ଲୀରେ ଚାଲିଲା ଲମ୍ବା ବୈଠକ

ଭୁବନେଶ୍ୱର, ୧୪।୧: ମଙ୍ଗଳବାର ଓଡିଶାରେ ଦଳର ଭବିଷ୍ୟତ ନେତୃତ୍ୱ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ...

ବେଆଇନ ବାଲି ପରିବହନ କରୁଥିବା ଟ୍ରକକୁ ଅଟକାଇଲେ ମନ୍ତ୍ରୀ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ଚେତାବନୀ

ନୟାଗଡ଼, ୧୪।୧: ସୋମବାର ବିଳମ୍ବିତ ରାତିରେ ନୟାଗଡ଼ ଜିଲାର କଣ୍ଟିଲୋ ନିକଟସ୍ଥ ବାରାକୋଲି ଗାଁରେ ବେଆଇନ ବାଲି ପରିବହନରେ ଜଡିତ ଅନେକ ଟ୍ରକକୁ ଖଣି ମନ୍ତ୍ରୀ ବିଭୂତି...

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…

ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ...

ବୁଧବାର ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ

ପୁରୀ,୧୪।୧: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri