ପୂର୍ବତନ ତହସିଲଦାରଙ୍କ ନାଁରେ ମାମଲା: କୋର୍ଟ ପକ୍ଷରୁ ସମନ ଜାରି

ଦିଗପହଣ୍ଡି,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲର ପୂର୍ବତନ ତହସିଲଦାର ଅଦୈତ୍ୟ କୁମାର ସ୍ବାଇଁଙ୍କ ବିରୋଧରେ ୧୪/୨୧ ଅନୁଯାୟୀ ଏକ ଫୌଜଦାରୀ ମାମଲା ରୁଜୁ ହୋଇଥିବା ଜଣାପଡିଛି। ମାମଲାର ଆବେଦନକାରୀଙ୍କ ଯାଚିକା ଅନୁଯାୟୀ, ଦିଗପହଣ୍ଡି କୋର୍ଟର ମାଜିଷ୍ଟ୍ରେଟ୍‌ ସାକ୍ଷ୍ୟ ଗ୍ରହଣ ପରେ ତହସିଲଦାରଙ୍କ ବିରୋଧରେ ମୋକଦ୍ଦମା ରୁଜୁ ପାଇଁ ଆଦେଶ ହୋଇଛନ୍ତି।

ପ୍ରକାଶ ଥାଉକି,ଦିଗପହଣ୍ଡିସ୍ଥିତ ଶ୍ରୀ ରାଧା ଦାମୋଦର ମହାପ୍ରଭୁ ବିଜେଙ୍କ ମନ୍ଦିର ଜମିର ଭାଗ ଚାଷୀ ଅଟନ୍ତି ମାମଲାର ଆବେଦନକାରୀ ପି. ଶିବ ଶଙ୍କର। ସେ ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟରେ ଓଡ଼ିଶା ଭୂ-ସଂସ୍କାର ଆଇନ ଅନୁଯାୟୀ ଓ ଏଲ ଆର୍‌ ମାମଲା ନଂ.୨/୨୧ ରୁଜୁ କରିଥିଲେ। ଏହି ମୋକଦ୍ଦମା ସ୍ଥିତାବସ୍ଥା ବୁଝିବା ପାଇଁ ଆବେଦନକାରୀ ପି. ଶିବ ଶଙ୍କର ଏବଂ ଅନ୍ୟ ଭାଗ ଚାଷୀ ବୃନ୍ଦ ତହସିଲ କାର୍ଯ୍ୟାଳୟସ୍ଥିତ କୋର୍ଟକୁ ଯାଇଥିଲେ। ପି. ଶିବ ଶଙ୍କର ତହସିଲଦାରଙ୍କୁ ସାକ୍ଷାତ କରି ମୋକଦ୍ଦମାର ସ୍ଥିତାବସ୍ଥା ସମ୍ପର୍କରେ ପଚାରିବାରୁ ତତ୍କାଳୀନ ତହସିଲଦାର ଅଦୈତ୍ୟ କୁମାର ସ୍ବାଇଁ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଅପମାନିତ କରିଥିଲେ।  ଜୀବନ ଚାଲିଯିବାର ଧମକ ଦେଇଥିଲେ। ପି. ଶିବ ଶଙ୍କର ଜଣେ ଆଇନଜୀବୀ ହୋଇଥିବାରୁ ସେ ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘକୁ ସମୁଦାୟ ଘଟଣା ଲିଖିତ ଆକାରରେ ଜଣାଇବା ପରେ ଦିଗପହଣ୍ଡି ଥାନାରେ ଏକ ଏତଲା ଦେଇଥିଲେ। ଥାନା କର୍ତ୍ତୃପକ୍ଷ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ସେ ଏନେଇ ବ୍ରହ୍ମପୁର ଏସ୍‌ପିଙ୍କୁ ଜଣାଇଥିଲେ। କିଛି ଦିନ ଅପେକ୍ଷା କରି ଶେଷରେ ନିରାଶ ହେବା ପରେ ସେ ଦିଗପହଣ୍ଡିସ୍ଥିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଅଦାଲତରେ ତହସିଲଦାରଙ୍କ ବିରୋଧରେ ୱାନ . ସି . ସି ୧୪/୨୧ ଅନୁଯାୟୀ ମୋକଦ୍ଦମା ରୁଜୁ କରିଥିଲେ।  ମାଜିଷ୍ଟ୍ରେଟ ମାମଲାର ଆବେଦନକାରୀଙ୍କ ବୟାନ ରେକର୍ଡ  ପରେ ଧାରା ୨୦୨ ଅନୁଯାୟୀ ୪ ଜଣ ସାକ୍ଷ୍ୟଙ୍କ ବୟାନକୁ ଭିତ୍ତିକରି ତତ୍କାଳୀନ ତହସିଲଦାରଙ୍କ ବିରୋଧରେ ମୋକଦ୍ଦମା ରୁଜୁ ପାଇଁ ଆଦେଶ ପ୍ରଦାନ ସହ କୋର୍ଟ ପକ୍ଷରୁ ସମନ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ବୋଲି ଆବେଦନକାରୀଙ୍କ ପକ୍ଷରୁ ମାମଲା ଲଢୁଥିବା ଆଇନଜୀବୀ କୁରେଶୁ ପଣ୍ଡା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?