ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କ ନାମରେ କୋର୍ଟରେ ମାମଲା

ମାଲକାନଗିରି,୧୫ା୭(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ବିବେଦୀଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଆଦିବାସୀ ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ବିଧାନସଭାରେ ପ୍ରସଙ୍ଗ ଉଠି ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଗୁରୁବାର ଏସ୍‌ଡିପିଓ ଦ୍ୱିବେଦୀଙ୍କ ନାମରେ କୋର୍ଟରେ ମାମଲା ରୁଜୁ ହୋଇଛି। ଖବରରୁ ଜଣାପଡ଼ିଛି, ଗତମାସରେ ଗଞ୍ଜେଇ ଯାଞ୍ଚ ଆଳରେ ଏସ୍‌ଡିପିଓ ଦ୍ବିବେଦୀ ମହିଳା ପୋଲିସ ନ ନେଇ ଆର୍‌ଏସି-୧୩ ଗ୍ରାମରେ କେତେଜଣ ମହିଳାଙ୍କ ଘରେ ବିଳମ୍ବିତ ରାତିରେ ପଶି ସେମାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ମହିଳାମାନେ ଆହତ ହୋଇ ଚିତ୍ରକୋଣ୍ଡା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଘଟଣାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ବୁଧବାର ଏନେଇ ସରକାରଙ୍କୁ ସମାଲୋଚନାର ଶିକାର ହେବାକୁ ପଡିଥିଲା। ଫଳରେ ସରକାର ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଆର୍‌ଏସି-୧୩ ଗ୍ରାମର ପୀଡ଼ିତା ମହିଳାମାନେ ନ୍ୟାୟ ପାଇଁ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଏସ୍‌ଡିପିଓ ଦ୍ୱିବେଦୀଙ୍କ ବିରୋଧରେ ୪ ଜଣ ପୀଡ଼ିତା ମହିଳା ମାଲକାନଗିରି ଏସ୍‌ଡିଜେଏମ୍‌ କୋର୍ଟରେ ସିଆର୍‌ପିସି ୨୦୦ରେ ଏକ ୧ ସିସି ମାମଲା ଦାଖଲ କରିଛନ୍ତି। ଦ୍ବିବେଦୀଙ୍କ ବିରୋଧରେ ଆଇପିସିର ଧାରା ୨୯୪, ୩୨୩, ୫୦୬, ୩୫୪, ୪୫୮, ୪୬୦ ଓ ୩୪ରେ ମାମଲା ରୁଜୁ କରିବାକୁ ନ୍ୟାୟାଳୟକୁ ଅନୁରୋଧ କରିଛନ୍ତି। ଏଥିସହ ଏସ୍‌ଡିପିଓଙ୍କୁ ତୁରନ୍ତ ଚାକିରିରୁ ବରଖାସ୍ତ କରିବା ସହ ଗିରଫ ଦାବି କରାଯାଇଥିବା ପୀଡ଼ିତା ମହିଳାଙ୍କ ଓକିଲ ଗୋବିନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri