ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କ ନାମରେ କୋର୍ଟରେ ମାମଲା

ମାଲକାନଗିରି,୧୫ା୭(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ବିବେଦୀଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଆଦିବାସୀ ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ବିଧାନସଭାରେ ପ୍ରସଙ୍ଗ ଉଠି ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଗୁରୁବାର ଏସ୍‌ଡିପିଓ ଦ୍ୱିବେଦୀଙ୍କ ନାମରେ କୋର୍ଟରେ ମାମଲା ରୁଜୁ ହୋଇଛି। ଖବରରୁ ଜଣାପଡ଼ିଛି, ଗତମାସରେ ଗଞ୍ଜେଇ ଯାଞ୍ଚ ଆଳରେ ଏସ୍‌ଡିପିଓ ଦ୍ବିବେଦୀ ମହିଳା ପୋଲିସ ନ ନେଇ ଆର୍‌ଏସି-୧୩ ଗ୍ରାମରେ କେତେଜଣ ମହିଳାଙ୍କ ଘରେ ବିଳମ୍ବିତ ରାତିରେ ପଶି ସେମାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ମହିଳାମାନେ ଆହତ ହୋଇ ଚିତ୍ରକୋଣ୍ଡା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଘଟଣାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ବୁଧବାର ଏନେଇ ସରକାରଙ୍କୁ ସମାଲୋଚନାର ଶିକାର ହେବାକୁ ପଡିଥିଲା। ଫଳରେ ସରକାର ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଆର୍‌ଏସି-୧୩ ଗ୍ରାମର ପୀଡ଼ିତା ମହିଳାମାନେ ନ୍ୟାୟ ପାଇଁ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଏସ୍‌ଡିପିଓ ଦ୍ୱିବେଦୀଙ୍କ ବିରୋଧରେ ୪ ଜଣ ପୀଡ଼ିତା ମହିଳା ମାଲକାନଗିରି ଏସ୍‌ଡିଜେଏମ୍‌ କୋର୍ଟରେ ସିଆର୍‌ପିସି ୨୦୦ରେ ଏକ ୧ ସିସି ମାମଲା ଦାଖଲ କରିଛନ୍ତି। ଦ୍ବିବେଦୀଙ୍କ ବିରୋଧରେ ଆଇପିସିର ଧାରା ୨୯୪, ୩୨୩, ୫୦୬, ୩୫୪, ୪୫୮, ୪୬୦ ଓ ୩୪ରେ ମାମଲା ରୁଜୁ କରିବାକୁ ନ୍ୟାୟାଳୟକୁ ଅନୁରୋଧ କରିଛନ୍ତି। ଏଥିସହ ଏସ୍‌ଡିପିଓଙ୍କୁ ତୁରନ୍ତ ଚାକିରିରୁ ବରଖାସ୍ତ କରିବା ସହ ଗିରଫ ଦାବି କରାଯାଇଥିବା ପୀଡ଼ିତା ମହିଳାଙ୍କ ଓକିଲ ଗୋବିନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri