ତହସିଲଦାରଙ୍କ ନାଁରେ ମାମଲା, ଲିଜ୍‌ଧାରୀ ଗିରଫ

ବାରିପଦା ଅଫିସ,୩।୫ ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ବେଆଇନ ବାଲି ଉତ୍ତୋଳନ ଘଟଣା ଭିନ୍ନମୋଡ଼ ନେଇଛି। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ଏନେଇ ମାମଲା ଚାଲିଥିବା ବେଳେ ବାରିପଦା ସଦର ଉପଜିଲାପାଳ ଅନ୍ୟା ଦାସଙ୍କ ଆଦେଶ କ୍ରମେ ସ୍ଥାନୀୟ ତହସିଲଦାର ଓ ଲିଜଧାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ଏ ସଂକ୍ରାନ୍ତରେ ବଡ଼ସାହି ପୋଲିସ ୧୧୪/୨୨ ଓ ୧୧୫/୨୨ରେ ପୃଥକ ମାମଲା ରୁଜୁ କରି ଲିଜଧାରୀ ପ୍ରଦୀପ ବିନ୍ଧାଣୀଙ୍କୁ କୋର୍ଟଚାଲାଣ କରିଛି। ଜିଲା ପ୍ରଶାସନ ପକ୍ଷରୁ ତହସିଲଦାର ମମତାଜ ମହାରଣାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗକୁ ସୁପାରିଶ କରାଯାଇଛି। ଅନ୍ୟପକ୍ଷରେ ଉଭୟ ବାଲି ସଇରାତରେ ପ୍ରଶାସନ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି କରାଯାଇଛି।
ସୂଚନା ଅନୁଯାୟୀ, ଆରପଟା ବାଲି ସଇରାତରେ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ରାଧାମୋହନ ସିଂଙ୍କ ଅଭିଯୋଗକ୍ରମେ ଏନ୍‌ଜିଟି ଇଷ୍ଟର୍ଣ୍ଣ ବେଞ୍ଚ କୋଲକାତା ପକ୍ଷରୁ ୩୦/୨୨ ଓ ୩୧/୨୨ ଇଜେଡ୍‌ରେ ଏକ ମାମଲା ରୁଜୁ ହୋଇଥିଲା ା ଏହାର ଶୁଣାଣି କରି ଜୁଡିସିଆଲ ମେମ୍ବର ଜଷ୍ଟିସ ବି. ଅମିତ ସ୍ଥହେଲକାର ଓ ଏକ୍ସପର୍ଟ ମେମ୍ବର ସାଇବଲ ଦାସଗୁପ୍ତା ଲିଜଧାରୀଙ୍କୁ ପରିବେଶ କ୍ଷତି ଓ ରାଜସ୍ବ ଲୁଟ୍‌ କ୍ଷତିପୂରଣ ବାବଦରେ ୧୭କୋଟି ୩ଲକ୍ଷ ୧୬ହଜାର ୨୭୨ଟଙ୍କାର ଜରିମାନା ପୈଠ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ତହସିଲଦାର ଓ ଲିଜଧାରୀଙ୍କ ନାମରେ ଆଇପିସି, ସିଆରପିସି ଓ ପବ୍ଲିକ ଅର୍ଥ ହେରଫେର ଆକ୍ଟ ୨୦୦୨କୁ ନେଇ ମାମଲା ରୁଜୁ କରିବାକୁ ମୟୂରଭଞ୍ଜ ଜିଲାପାଳଙ୍କୁ ଆଦେଶ ଦେବା ସହ ବ୍ୟକ୍ତିଗତ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୩୯୮୬/୩୦ ଏପ୍ରିଲରେ ବଡ଼ସାହି ଥାନାଧିକାରୀଙ୍କୁ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସହକାରୀ ଜିଲାପାଳ ଗୀତା ମୁର୍ମୁଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମାମଲା ରୁଜୁ ପରେ ତହସିଲଦାର ମହାରଣା ଜିଲା ଛାଡ଼ି ପଳାଇଥିବା ଚର୍ଚ୍ଚା ଚାଲିଛି। ଉପ ଜିଲାପାଳ ଦାସଙ୍କୁ ପଚାରିବାରୁ ତହସିଲଦାର ମହାରଣା ତାଙ୍କୁ କୌଣସି ଛୁଟିି ଦରଖାସ୍ତ ଦେଇନାହାନ୍ତି ବୋଲି କହିଛନ୍ତି। ତେବେ ବେଆଇନ ବାଲି ଉତ୍ତୋଳନ ଓ ପରିବହନ ପାଇଁ କେବଳ ଦୁଇଜଣଙ୍କୁ ଦାୟୀ କରାଯାଇଛି। ଲଘୁ ଖଣିଜ ଦ୍ରବ୍ୟର ଚୋରାଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ବିଭାଗୀୟ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ଅଗାମୀ ଦିନରେ ଚୋରା ଚାଲାଣକୁ ରୋକଯାଇପାରିବ ବୋଲି ସାଧାରଣରେ ଆଲେଚନା ଚାଲିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri