ତହସିଲଦାରଙ୍କ ନାଁରେ ମାମଲା, ଲିଜ୍‌ଧାରୀ ଗିରଫ

ବାରିପଦା ଅଫିସ,୩।୫ ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ବେଆଇନ ବାଲି ଉତ୍ତୋଳନ ଘଟଣା ଭିନ୍ନମୋଡ଼ ନେଇଛି। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ଏନେଇ ମାମଲା ଚାଲିଥିବା ବେଳେ ବାରିପଦା ସଦର ଉପଜିଲାପାଳ ଅନ୍ୟା ଦାସଙ୍କ ଆଦେଶ କ୍ରମେ ସ୍ଥାନୀୟ ତହସିଲଦାର ଓ ଲିଜଧାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ଏ ସଂକ୍ରାନ୍ତରେ ବଡ଼ସାହି ପୋଲିସ ୧୧୪/୨୨ ଓ ୧୧୫/୨୨ରେ ପୃଥକ ମାମଲା ରୁଜୁ କରି ଲିଜଧାରୀ ପ୍ରଦୀପ ବିନ୍ଧାଣୀଙ୍କୁ କୋର୍ଟଚାଲାଣ କରିଛି। ଜିଲା ପ୍ରଶାସନ ପକ୍ଷରୁ ତହସିଲଦାର ମମତାଜ ମହାରଣାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗକୁ ସୁପାରିଶ କରାଯାଇଛି। ଅନ୍ୟପକ୍ଷରେ ଉଭୟ ବାଲି ସଇରାତରେ ପ୍ରଶାସନ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି କରାଯାଇଛି।
ସୂଚନା ଅନୁଯାୟୀ, ଆରପଟା ବାଲି ସଇରାତରେ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ରାଧାମୋହନ ସିଂଙ୍କ ଅଭିଯୋଗକ୍ରମେ ଏନ୍‌ଜିଟି ଇଷ୍ଟର୍ଣ୍ଣ ବେଞ୍ଚ କୋଲକାତା ପକ୍ଷରୁ ୩୦/୨୨ ଓ ୩୧/୨୨ ଇଜେଡ୍‌ରେ ଏକ ମାମଲା ରୁଜୁ ହୋଇଥିଲା ା ଏହାର ଶୁଣାଣି କରି ଜୁଡିସିଆଲ ମେମ୍ବର ଜଷ୍ଟିସ ବି. ଅମିତ ସ୍ଥହେଲକାର ଓ ଏକ୍ସପର୍ଟ ମେମ୍ବର ସାଇବଲ ଦାସଗୁପ୍ତା ଲିଜଧାରୀଙ୍କୁ ପରିବେଶ କ୍ଷତି ଓ ରାଜସ୍ବ ଲୁଟ୍‌ କ୍ଷତିପୂରଣ ବାବଦରେ ୧୭କୋଟି ୩ଲକ୍ଷ ୧୬ହଜାର ୨୭୨ଟଙ୍କାର ଜରିମାନା ପୈଠ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ତହସିଲଦାର ଓ ଲିଜଧାରୀଙ୍କ ନାମରେ ଆଇପିସି, ସିଆରପିସି ଓ ପବ୍ଲିକ ଅର୍ଥ ହେରଫେର ଆକ୍ଟ ୨୦୦୨କୁ ନେଇ ମାମଲା ରୁଜୁ କରିବାକୁ ମୟୂରଭଞ୍ଜ ଜିଲାପାଳଙ୍କୁ ଆଦେଶ ଦେବା ସହ ବ୍ୟକ୍ତିଗତ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୩୯୮୬/୩୦ ଏପ୍ରିଲରେ ବଡ଼ସାହି ଥାନାଧିକାରୀଙ୍କୁ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସହକାରୀ ଜିଲାପାଳ ଗୀତା ମୁର୍ମୁଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମାମଲା ରୁଜୁ ପରେ ତହସିଲଦାର ମହାରଣା ଜିଲା ଛାଡ଼ି ପଳାଇଥିବା ଚର୍ଚ୍ଚା ଚାଲିଛି। ଉପ ଜିଲାପାଳ ଦାସଙ୍କୁ ପଚାରିବାରୁ ତହସିଲଦାର ମହାରଣା ତାଙ୍କୁ କୌଣସି ଛୁଟିି ଦରଖାସ୍ତ ଦେଇନାହାନ୍ତି ବୋଲି କହିଛନ୍ତି। ତେବେ ବେଆଇନ ବାଲି ଉତ୍ତୋଳନ ଓ ପରିବହନ ପାଇଁ କେବଳ ଦୁଇଜଣଙ୍କୁ ଦାୟୀ କରାଯାଇଛି। ଲଘୁ ଖଣିଜ ଦ୍ରବ୍ୟର ଚୋରାଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ବିଭାଗୀୟ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ଅଗାମୀ ଦିନରେ ଚୋରା ଚାଲାଣକୁ ରୋକଯାଇପାରିବ ବୋଲି ସାଧାରଣରେ ଆଲେଚନା ଚାଲିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?