Posted inଜାତୀୟ

ସିବିଆଇକୁ ସନ୍ଦେଶଖାଲି ମାମଲା ଭାର

କୋଲକାତା,୬।୩: ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ଇଡ଼ି ଅଧିକାରୀଙ୍କୁ ଆକ୍ରମଣ ମାମଲାର ତଦନ୍ତ ଭାର ସିବିଆଇକୁ ଦେବା ପାଇଁ କାଲ୍‌କାଟା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତଥା ଆଦିବାସୀ ମହିଳାଙ୍କୁ ଯୌନ ନିର୍ଯାତନା, ଜମି ହଡ଼ପ ଏବଂ ଜବରଦସ୍ତ ଚାନ୍ଦା ଆଦାୟ ମାମଲାରେ ସମ୍ପୃକ୍ତ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବାହୁବଳୀ ନେତା ଶାଜହାନ ଶେଖ୍‌ଙ୍କୁ ତୁରନ୍ତ ସିବିଆଇକୁ ହସ୍ତାନ୍ତର କରିବା ଲାଗି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ହାଇକୋର୍ଟଙ୍କ ଏହି ରାୟକୁ ପଶ୍ଚିମବଙ୍ଗ ସରକାର ତୁରନ୍ତ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ତେବେ ହାଇକୋର୍ଟ ମାମଲାର ତ୍ୱରିତ୍‌ ଶୁଣାଣି କରିବାକୁ ମନା କରିଦେଇଥିବା ଜଣାପଡ଼ିଛି। ରାଜ୍ୟ ସରକାର ସୁପ୍ରିମକୋର୍ଟ ଯାଇଥିବାରୁ ଶାଜହାନଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ପଶ୍ଚିମବଙ୍ଗ ସିଆଇଡି ମନା କରିଦେଇଛି। ଇତିମଧ୍ୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିଏମ୍‌ସିର ନିଲମ୍ବିତ ନେତା ଶାଜହାନଙ୍କର ଜମି, ଆପାର୍ଟମେଣ୍ଟ ସମେତ ୧୨.୭୮ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରିଛି। ତାଙ୍କର ଦୁଇଟି ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ଜବତ ହୋଇଛି।
ସନ୍ଦେଶଖାଲି ମାମଲାର ତଦନ୍ତ ପାଇଁ ସିବିଆଇ ଏବଂ ରାଜ୍ୟ ପୋଲିସକୁ ନେଇ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ କରିବାକୁ ପୂର୍ବରୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବାବେଳେ ମୁଖ୍ୟ ବିଚାରପତି ଟି.ଏସ୍‌. ସିବଗ୍ନାନମ୍‌ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହାକୁ ଅଗ୍ରାହ୍ୟ କରିଦେଇ ମାମଲା ସିବିଆଇକୁ ହସ୍ତାନ୍ତର ପାଇଁ ନିର୍ଦ୍ଦେଶ ଦେଇଥିଲେ। ପୂର୍ବ ରାୟକୁ ଉଭୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଥିଲା। କେବଳ ସିବିଆଇ ଦ୍ୱାରା ମାମଲାର ତଦନ୍ତ କରାଯିବାକୁ ଇଡି ଦାବି କରିଥିବାବେଳେ ପୋଲିସ ତଦନ୍ତ କରୁ ବୋଲି ରାଜ୍ୟ ସରକାର ଚାହୁଁଥିଲେ।
ଜାନୁଆରୀ ୫ରେ ଇଡି ଅଧିକାରୀମାନେ ଚଢ଼ାଉ କରିବାକୁ ଯାଇଥିବାବେଳେ ଶାଜହାନଙ୍କ ସମର୍ଥକମାନେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏହା ପରଠାରୁ ଶାଜହାନ ଫେରାର ହୋଇଯାଇଥିଲେ। ୫୫ ଦିନ ପରେ ସ୍ବତନ୍ତ୍ର ପୋଲିସ ଟିମ୍‌ ତାଙ୍କୁ ଗିରଫ କରିବା ପରେ ଟିଏମ୍‌ସି ତାଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri