କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କ ବଳାତ୍କାର ଉଦ୍ୟମ ମାମଲା: ଅଧ୍ୟକ୍ଷ, ଅଧ୍ୟାପକ ନିଲମ୍ବିତ

ଯାଜପୁର,୨୩।୧(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ବରୀ ଥାନା ଅଧୀନ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ କଲେଜର ଜଣେ ଛାତ୍ରୀଙ୍କୁ କ୍ଲାସ୍‌ରୁମ୍‌ରେ ବଳାତ୍କାର ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଥିଲା ା ଏହି ଘଟଣାକୁ ନେଇ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଥିଲା ା ପରିସ୍ଥିତି ଅଣାୟତ୍ତ ହେବା ପରେ କଲେଜ ଅଧ୍ୟକ୍ଷ ସୁଧୀର କୁମାର ରାଉତ ଏବଂ ଅର୍ଥଶାସ୍ତ୍ର ଅଧ୍ୟାପକ ବିଦ୍ୟାଧର ଧଳଙ୍କୁ ନିଲମ୍ବନ କରାଯାଇଛି। ଏନେଇ ଯାଜପୁର ଉପଜିଲାପାଳ ଅଂଶୁମାନ ଶତପଥୀ ଗୁରୁବାର ନିର୍ଦ୍ଦେଶ ଜାରି କରିଛନ୍ତି।

କଲେଜ ଅଧ୍ୟକ୍ଷ ରାଉତ ଏବଂ ଅଧ୍ୟାପକ ଧଳଙ୍କ ବିରୋଧରେ ସରକାରୀ କାର୍ଯ୍ୟରେ ଅବହେଳା ଏବଂ ବରୀ ଆଇଆଇସିଙ୍କ ରିପୋର୍ଟ ଆଧାରରେ ସେମାନେ ବିନା ଅନୁମତିରେ ଫେରାର ଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ନିର୍ଦ୍ଦେଶ ପତ୍ରରେ ଦର୍ଶାଯାଇଛି। ନିଲମ୍ବନ ସମୟରେ ଉଭୟଙ୍କ ମୁଖ୍ୟ କାର୍ଯ୍ୟାଳୟ ବରୀ ରାମଚନ୍ଦ୍ରପୁର ଗୋପବନ୍ଧୁ ଚୌଧୁରୀ ଡିଗ୍ରୀ କଲେଜରେ ଉପସ୍ଥାନ ରହିବ ଏବଂ ସେମାନେ ବିନା ଅନୁମତିରେ ମୁଖ୍ୟ କାର୍ଯ୍ୟାଳୟ ଛାଡି ବାହାରକୁ ଯାଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ହୋଇଛି।

ଅନ୍ୟପକ୍ଷେ କଲେଜ ପରିସରରେ ପୀଡ଼ିତା ଏବଂ ମା’ଙ୍କ ଆମରଣ ଅନଶନ ଦ୍ୱିତୀୟ ଦିନରେ ପହଞ୍ଚିଛି। ଗୁରୁବାର ଯାଜପୁର ଏସ୍‌ପି ୟାସ୍‌ ପ୍ରତାପ ଶ୍ରୀମଳ ଏବଂ ଏମ୍‌ପି ରବିନାରାୟଣ ବେହେରା ପହଞ୍ଚି ଆନ୍ଦୋଳନକାରୀମାନଙ୍କୁ ବୁଝାଶୁଝା କରିଛନ୍ତି। ତେବେ ଏହି ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଆମରଣ ଜାରି ରହିଛି।

ସୂଚନାଯୋଗ୍ୟ, ଗତ ୬ ତାରିଖରେ ଛାତ୍ରୀଙ୍କୁ କ୍ଲାସ୍‌ରୁମରେ ଅଧ୍ୟାପକ ଧଳ ବଳାତ୍କାର ଉଦ୍ୟମ କରିଥିଲେ । ଏନେଇ ୧୫ ତାରିଖରେ ବରୀ ଥାନାରେ ପୀଡ଼ିତା ଛାତ୍ରୀ ଲିଖିତ ଅଭିଯୋଗ କରିଥିଲେ। ତେବେ ପୋଲିସ ପକ୍ଷରୁ କୌଣସି ପଦକ୍ଷେପ ନ ନିଆଯିବାରୁ ଗତ ୨୦ ତାରିଖରେ ପୀଡ଼ିତା କଲେଜ ପରିସରରେ ଆତ୍ମାହୁତି ଉଦ୍ୟମ କରିଥିଲେ। ଅଭିଯୋଗ ଭିତ୍ତିରେ ବରୀ ଥାନାରେ ଏକ ମାମଲା(ନଂ.୧୬/୨୦୨୫)ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri