କାର୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା: ସରପଞ୍ଚଙ୍କ ସମେତ ୩ ଗିରଫ

ନାକଟିଦେଉଳ,୮ା୧୨(ବୈକୁଣ୍ଠ ନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅଧୀନ ଝାରବେଡ଼ା ଗ୍ରାମ ନିକଟ ରାସ୍ତାରେ କାର୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାରେ ପୋଲିସ ଶୁକ୍ରବାର ଜଣେ ସରପଞ୍ଚଙ୍କ ସମେତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ନାକଟିଦେଉଳ ବ୍ଲକ ସାହେବୀ ପଞ୍ଚାୟତ ସରପଞ୍ଚ ରାମପ୍ରସାଦ ସାହୁ (୪୯), ସାହେବୀ ଗ୍ରାମର ବାରୁ ଦେହୁରି (୪୦) ଓ ରେଢାଖୋଲ ସହର ଗଣେଶନଗର ସାହିର ନାରାୟଣ ଦେହୁରି।
ସୂଚନା ଅନୁସାରେ ଗତ ୧ତାରିଖ ସନ୍ଧ୍ୟାରେ ବାଟଗାଁ ଗ୍ରାମର ବାବୁଲା ଦେହୁରି ନାମକ ଯୁବକ ବାଇକ୍‌ରେ ନାକଟିଦେଉଳ ଯାଉଥିବାବେଳେ ଝାରବେଡାଠାରେ ତାଙ୍କ ପଛରୁ ଏକ କାର୍‌ ଧକ୍କା ଦେଇଥିଲା। ଏହି କାର୍‌ରେ ସରପଞ୍ଚ ରାମପ୍ରସାଦ ଥିବା କୁହାଯାଉଛି। ଦୁର୍ଘଟଣାରେ ବାବୁଲା ବାଇକ୍‌ରୁ ଛିଟିକି ପଡି ଗୁରୁତର ହୋଇଥିଲେ। ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସରେ ବୁର୍ଲା ନେବା ବାଟରେ ବାବୁଲାଙ୍କ ମୃତ୍ୟୁ ଘଟିଥିଲା। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାବୁଲାଙ୍କୁ ସରପଞ୍ଚ କାର୍‌ ଧକ୍କା କରି ମାରିଦେଇଥିବା ତାଙ୍କ ସାନଭାଇ ଅଜିତ ଦେହୁରି ଥାନାରେ ଲିଖିତ ଅଭିଯୋଗ କରିଥିଲେ।

ପୋଲିସ ଏକ ମାମଲା (ନଂ.୧୭୯/୨୩) ରୁଜୁ କରି ଘଟଣାର ତଦନ୍ତ କରିବା ସହ ଦୁର୍ଘଟଣା ଘଟାଇଥିବା କାର୍‌କୁ ଜବତ କରିଥିଲା। ସେହି ଦିନଠାରୁ ଫେରାର ଥିବା ରାମପ୍ରସାଦଙ୍କ ସମେତ ସହଯୋଗୀ ବାରୁ ଓ ନାରାୟଣଙ୍କୁ ପୋଲିସ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ୱର ଡମଣା ଛକରୁ ୩୦୪ ଦଫାରେ ଗିରଫ କରି ଶୁକ୍ରବାର ରେଢାଖୋଲ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri