ଗୋଟିଏ ଜୁଇରେ ଜଳିଲେ ମା’ପୁଅ

ବେଲପଡ଼ା,୧୮।୨(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର କାନୁଟ ଗ୍ରାମର ନର୍ସରି ମଶାଣିରେ ରବିବାର ଗୋଟିଏ ଜୁଇରେ ମା’ ଓ ପୁଅଙ୍କ ମୃତଦେହ ଜଳିଛି। ପୁଅ ଦ୍ରୋଣଙ୍କୁ ବାପା ସୁରଥ ମହାଖୁଡ ଓ ମା’ ମାଳତୀଙ୍କୁ ବଡ଼ପୁଅ ଲଳିତ ମୁଖାଗ୍ନି ଦେଇଥିଲେ। ଥାନା ଆଇଆଇସି ସୁଶାନ୍ତ ଦାସ, ସ୍ଥାନୀୟ ସରପଞ୍ଚ ଅଶୋକ ମହାପାତ୍ର ଓ ଯୁବକ ସଂଘର ସଦସ୍ୟଙ୍କ ସମେତ ଗ୍ରାମବାସୀଙ୍କ ଉପସ୍ଥିତିରେ ଶୋକାକୁଳ ପରିବେଶରେ ସତ୍କାର କାର୍ଯ୍ୟ ହୋଇଥିଲା।

ଗତ ୧୦ ତାରିଖରେ ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହୋଇ ୬ଜଣ ଗୁରୁତର ହୋଇଥିଲେ। ତନ୍ମଧ୍ୟରୁ ୪ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ୧୫ ତାରିଖରେ ମାଳତୀ ମହାଖୁଡଙ୍କ ରାଉରକେଲାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ମା’ଙ୍କ ମୃତ୍ୟୁରେ ଭାଙ୍ଗିପଡ଼ି ୧୭ ବର୍ଷର ପୁଅ ଦ୍ରୋଣ ଶୁକ୍ରବାର ରାତିରେ ମା’ଙ୍କ ଶାଢ଼ିରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ମୃତ ମାଳତୀଙ୍କ ଚିକିତ୍ସା ପାଇଁ ସ୍ବାମୀ ସୁରଥ ଓ ବଡ଼ ପୁଅ ଲଳିତ ତାଙ୍କ ପାଖରେ ଥିଲେ। ଘରେ କେହି ନ ଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ଗ୍ରାମବାସୀଙ୍କୁ ହସ୍ତାନ୍ତର କରିଥିଲା। ଦ୍ରୋଣଙ୍କ ମୃତଦେହକୁ ଗ୍ରାମବାସୀ ଓ ଯୁବକ ସଂଘର ସଦସ୍ୟାମାନେ ମା’ଙ୍କ ଶବ ଆସିବା ପର୍ଯ୍ୟନ୍ତ ଜଗି ରହିଥିଲେ। ଶନିବାର ବିଳମ୍ବିତ ରାତ୍ରିରେ ମା’ଙ୍କ ମୃତଦେହ ଗାଁରେ ପହଞ୍ଚି ଥିଲା। ରବିବାର ପରିବାରଜନ ଓ ଗ୍ରାମବାସୀ ୨ଟି ମୃତଦେହକୁ ମଶାଣିକୁ ନେଇଯାଇଥିଲେ। ପରେ ଗୋଟିଏ ଜୁଇରେ ମା’ ପୁଅଙ୍କ ସତ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri