ସୁଶାନ୍ତ ଆତ୍ମହତ୍ୟା ମାମଲା: ସାମ୍ନାକୁ ଆସିଲା ଆଉ ଏକ ଭିଡିଓ, ପଣ୍ଡିତ କହିଲେ…

ମୁମ୍ବାଇ,୧୦ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁର ପ୍ରାୟ ୨ ମାସ ପରେ ତାଙ୍କ ଜୀବନ ସହ ଜଡ଼ିତ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ପରିବାର ସହିତ ରୁଦ୍ରାଭିଷେକ ଏବଂ କାଳସର୍ପ ଯୋଗ ପୂଜାରେ ବସିଥିବା ନଜର ଆସିଛନ୍ତି। ବାନ୍ଦ୍ରାସ୍ଥିତ ତାଙ୍କ ୧୫ମହଲା ଫ୍ଲାଟ୍‌ରେ ଏହି ପୂଜା କରାଯାଇଥିଲା। ଏହି ପୂଜା ପଣ୍ଡିତ ଗୋବିନ୍ଦ ନାରାୟଣଙ୍କ ଦ୍ୱାରା ଏପ୍ରିଲ ୨୦୧୯ରେ କରାଯାଇଥିଲା।


ପଣ୍ଡିତଙ୍କ କହିବାନୁସାରେ, ଏହି ପୂଜାରେ ସୁଶାନ୍ତ, ତାଙ୍କ ଭଉଣୀ ମିତୁ ସିଂ ଏବଂ ତାଙ୍କ ସ୍ବାମୀ, ସୁଶାନ୍ତଙ୍କ କେତେକ କର୍ମଚାରୀ ଉପସ୍ଥିତ ଥିଲେ। ପୂରା ପରିବାର ବହୁତ ଖୁସି ଥିଲେ। ଏଥିରେ ସୁଶାନ୍ତ ବହୁତ ଖୁସି ଦେଖାଯାଉଥିଲେ। ପଣ୍ଡିତ କହିଛନ୍ତି ଯେ, ସୁଶାନ୍ତ କୌଣସି ମାନସିକ ଦୁଃସ୍ଥିତିର ଶିକାର ପରି ଜଣା ପଡୁ ନ ଥିଲେ। ସେ ସ୍ବାଭାବିକ ଅବସ୍ଥାରେ ଥିଲେ। ପଣ୍ଡିତ କହିଛନ୍ତି, ସୁଶାନ୍ତ ଆତ୍ମହତ୍ୟା କରିଥିବେ ଏ କଥା ବିଶ୍ୱାସ ହେଉନାହିଁ।

ପଣ୍ଡିତ କହିଛନ୍ତି, ଏହି ପୂଜା ୪ ଘଣ୍ଟା ଧରି ଚାଲିଥିଲା। ଏହି ସମୟରେ ସୁଶାନ୍ତ ପୂଜାରେ ଧୋତି ଏବଂ ଗାମୁଛା ପିନ୍ଧି ପୂଜାରେ ବସିଥିଲେ। ପୂଜା ସରିବା ପରେ ସେ ନିଜ ହାତରେ ୧୧ ବ୍ରାହ୍ମଣଙ୍କୁ ସେବା କରିଥିଲେ। ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ପ୍ରାୟ ୬ ଘଣ୍ଟା ଧରି ଚାଲିଥିଲା। ସୁଖ, ଶାନ୍ତି ଏବଂ ଧନ ହାସଲ ପାଇଁ ଏହି ପୂଜା ଘରେ କରାଯାଇଥିଲା। ଏହି ସମୟ ମଧ୍ୟରେ ଏକ ନଟରାଜ ମୂର୍ତ୍ତି ମଧ୍ୟ ସ୍ଥାପନ କରାଯାଇଥିଲା। ଭିଡିଓରେ ରିୟା ଚକ୍ରବର୍ତ୍ତୀଙ୍କୁ ଦେଖିବାକୁ ମିଳିନାହିଁ।ି ଏହା ମଧ୍ୟ ପଣ୍ଡିତ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri