ଖଣି ରାସ୍ତା ପାଇଁ ଜଙ୍ଗଲ ଜମି ବ୍ୟବହାର ମାମଲା

ଢେଙ୍କାନାଳ ଅଫିସ,୧୩।୧: ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ଗଣ୍ଡାନାଳୀ ମୌଜାରେ ବିନା ପରିବେଶ ଅନୁମତିରେ କଳାପଥର ଖଣି ଚାଲିବା, ଖଣିରେ ବିସ୍ଫୋରକ ବ୍ୟବହାର, ଜେସିବି ସହାୟତାରେ ପଥର ଉତ୍ତୋଳନ, କଦଳୀପାଳ ଗ୍ରାମ୍ୟ ଜଙ୍ଗଲ ଜମିକୁ ଏଥିଲାଗି ବ୍ୟବହାର କରିବା ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ଅଭିଯୋଗ ହୋଇଥିଲା। ଉକ୍ତ ମାମଲାର ଶୁଣାଣି କରି ଜମିର ପୂର୍ବ ସ୍ଥିତାବସ୍ଥା ଫେରାଇ ଆଣିବା ଦିଗରେ ପଦକ୍ଷେପ ନେବାକୁ ଜିଲାପାଳ ଏବଂ ଡିଏଫ୍‌ଓଙ୍କୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି। ଗଣ୍ଡାନାଳୀ କଳାପଥର ଖଣିରୁ ଖଣିଜ ପରିବହନ ପାଇଁ ଜଙ୍ଗଲ କିସମ ଜମିରେ ରାସ୍ତା କରାଯିବା ପ୍ରସଙ୍ଗକୁ ବିଚାରକୁ ନେଇ ପରିବେଶ କ୍ଷତିପୂରଣ ଆକଳନ ପାଇଁ ଜିଲାପାଳଙ୍କୁ ଏନ୍‌ଜିଟି କହିଛନ୍ତି। ଲିଜଧାରୀଙ୍କୁ ନୋଟିସ ସହିତ ପରିବେଶ କ୍ଷତିପୂରଣ ନିର୍ଦ୍ଧାରଣ କରାଯିବ। ୨ମାସ ମଧ୍ୟରେ ଏହି କ୍ଷତିପୂରଣ ଲିଜଧାରୀଙ୍କଠାରୁ ଆଦାୟ କରିବା ଲାଗି ଏନ୍‌ଜିଟି ସମୟସୀମା ଧାର୍ଯ୍ୟ କରିଛନ୍ତି।
ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସତ୍ୟପାଠରେ ପୂର୍ବ ଲିଜ୍‌ଧାରୀଙ୍କ ବିରୋଧରେ ଦୁଇବର୍ଷ ହେଲା ନୋଟିସ ଜାରି କରାଯାଇଥିବା ଦର୍ଶାଯାଇଛି। ଏହା ସତ୍ତ୍ୱେ ଟଙ୍କା ପୈଠ କରାଯାଇ ନାହିଁ। ତେଣୁ ଆଇନ ଅନୁଯାୟୀ କାହିଁକି ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲାନାହିଁ ବୋଲି ପ୍ରଶ୍ନ କରିବା ସହ ଏନ୍‌ଜିଟି ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜଙ୍ଗଲ କିସମ ଜମିକୁ ରାସ୍ତାଭାବେ ଲିଜଧାରୀ ବ୍ୟବହାର କରିଥିବାରୁ ହନ୍ଦୋଳ ତହସିଲଦାର ନୋଟିସ ଜାରି କରିଥିଲେ। ଲିଜଧାରୀ ମଧ୍ୟ ଜବାବ ଦାଖଲ କରି ଏହାକୁ ସ୍ବୀକାର କରିଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ଡିଏଫ୍‌ଓ ଡା. ପ୍ରକାଶ ଚାନ୍ଦ ଗୋଗିନେନି କୁହନ୍ତି, ଉକ୍ତ ରାସ୍ତାକୁ ବନ୍ଦ କରି ଦିଆଯାଇଛି। ଉକ୍ତ ଅଞ୍ଚଳରେ ପାଉଁଶ ପକାଇ ରେଭେନ୍ୟୁ ପ୍ଲାଣ୍ଟେଶନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri