ଦିବ୍ୟାଙ୍ଗଙ୍କୁ ଘରେ ଟିକା ଦେବା ମାମଲା, କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ…

ନୂଆଦିଲ୍ଲୀ,୨୦।୯: ଦିବ୍ୟାଙ୍ଗଙ୍କୁ ସେମାନଙ୍କ ଘରେ କରୋନା ଟିକା ଦେବା ମାମଲା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ କରାଯାଇଛି। ଏଓ୍ବାରା ଫାଉଣ୍ଡେଶନ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ଦୁଇ ସପ୍ତାହ ପରେ ହେବ ବୋଲି ଶୀର୍ଷ କୋର୍ଟ ସୂଚନା ପ୍ରଦାନ କରିଛନ୍ତି।

ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ବି.ଭି. ନାଗରଥ୍ନାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏନେଇ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କ ସହାୟତା ଲୋଡ଼ିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ପଙ୍କଜ ସିହ୍ନା କହିଛନ୍ତି ଯେ, ଇଣ୍ଡିଆନ୍‌ ମେଡ଼ିକାଲ ଆସୋସିଏଶନ ପକ୍ଷରୁ ଦିବ୍ୟାଙ୍ଗଙ୍କୁ କରୋନା ଟିକାକରଣ କ୍ଷେତ୍ରରେ ପ୍ରାଥମିକତା ଦେବା ଉପରେ ଗୁରୁତ୍ୱାରୋପ କରାଯାଇଛି।

କେରଳ ଏବଂ ଝାଡ଼ଖଣ୍ଡ ରାଜ୍ୟ ସରକାର ଦିବ୍ୟାଙ୍ଗଙ୍କୁ ଘରେ ଟିକା ଦେବା ନେଇ ଆଇନ ପ୍ରଣୟନ କରିଛନ୍ତି। ତେବେ ଅନ୍ୟ କୌଣସି ରାଜ୍ୟରେ ଏଭଳି କରାଯାଉ ନାହିଁ ବୋଲି ଆବେଦନକାରୀଙ୍କ ଆଇନଜୀବୀ କହିଛନ୍ତି। କୋର୍ଟ କହିଛନ୍ତି ଏନେଇ କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ଲୋଡ଼ା ଯିବା ଠିକ ହେବ। ସମସ୍ତ ରାଜ୍ୟରୁ ଜବାବ ଲୋଡ଼ିଲେ ଏହା ୨ ସପ୍ତାହ ପରିବର୍ତ୍ତେ ୨ ମାସ ଲାଗିବ ବୋଲି କୋର୍ଟଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri