ମହଙ୍ଗା ପଡ଼ିଲା ପ୍ରସୂତିଙ୍କୁ ଦୁର୍ବବ୍ୟହାର: ଡାକ୍ତରଙ୍କ ନାଁରେ ମାମଲା ରୁଜୁ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଡାକ୍ତର ପ୍ରସୂତି ମହିଳାମାନଙ୍କୁ ଚିକିତ୍ସା କରିବା ବେଳେ ଅମାନୁଷିକ ଭାବେ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯିବା ସହ ଏହାର ତଦନ୍ତ କରାଯାଇ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋଦ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ। ଏନେଇ ପୀଡିତା ପ୍ରସୂତି ମହିଳାଙ୍କ ସ୍ବାମୀ ବ୍ରଜରାଜନଗର ଗଙ୍ଗାନଗର ନିବାସୀ ବିଶାଳ ସିଂହ ସମ୍ପୃକ୍ତ ଡାକ୍ତର ସଚ୍ଚିଦାନନ୍ଦ ଦନ୍ତାଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ଝାରସୁଗୁଡା ଟାଉନ ଥାନା ପୋଲିସ କେଶ ନଂ୨୪୭/୨୨ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି। ଅନ୍ୟପଟେ ଆଉ ଜଣେ ପ୍ରସୂତି ମହିଳାଙ୍କ ବାପା ଝାରସୁଗୁଡାର ମୋଭିନ ଖାନ ମଧ୍ୟ ଏହି ଘଟଣାକୁ ନେଇ ଥାନାରେ ଅଭିଯୋଗ କରିଛନ୍ତି। ତେବେ ସମସ୍ତ ଅଭିଯୋଗକୁ ଭିତ୍ତିକରି ହସ୍ପିଟାଲର ସିଡିଏମ୍‌ଓ ଡା.ଡୋଲାମଣି ପଟେଲଙ୍କ ନିର୍ଦ୍ଦେଶକ୍ରମେ ଏକ ୩ ଜଣିଆ କମିଟି ଗଠନ କରାଯାଇ ଏହାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, କେତେକ ମହିଳାମାନେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପ୍ରସୂତି ପାଇଁ ଆସିଥିବା ବେଳେ ସେଠାରେ ଉପସ୍ଥିତ ଥିବା ଆନେଥେସିଆ ଡା.ଦନ୍ତା ସେମାନଙ୍କୁ ଦୁର୍ବବ୍ୟହାର କରିଥିଲେ। ଚିକିତ୍ସା ସମୟରେ ସେମାନଙ୍କୁ ଗାଳିଗୁଲଜ ସହିତ ମୁଣ୍ଡର କେଶକୁ ଟଣାଓଟରା କରିଥିଲେ। ଏଥିସହ ମାଡ଼ ମାରିବା ସହ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri