ମଦ ପିଇ ଗାଡ଼ି ଚଳାଉଥିଲେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ, ଧରିଲା ପୋଲିସ, ଆଉ ତା’ପରେ…

ଖଜୁରୀପଡ଼ା ୨୪।୧୧ ( ବିଦୁର ବେହେରା): ସମାଜରେ ଉତ୍ତମ ଶିକ୍ଷା, ସଂସ୍କାର,ଜ୍ଞାନ,ଆଚରଣ, ଉତ୍ତମ ବ୍ୟବହାର ସହିତ ଦିଗ ଦର୍ଶନ ଦେବାରେ ଶିକ୍ଷକମାନଙ୍କ ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। କିନ୍ତୁ କିଛି କୁଅଭ୍ୟାସି ଶିକ୍ଷକମାନଙ୍କ କୁଅଭ୍ୟାସ ଯୋଗୁ ଶିକ୍ଷକ ସମାଜ ବେଳେ ବେଳେ କଳଙ୍କିତ ହେଉଛି। ଯାହା ଦ୍ୱାରା ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ଏବେ ଅନ୍ଧାର ଆଡକୁ ଯାଉଛି । ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି ଖଜୁରୀପଡ଼ା ଥାନା ଅଞ୍ଚଳରେ । ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦୂତି ମେଣ୍ଡି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଅଧ୍ୟକ୍ଷ ଅନିଲ କୁମାର ସ୍ବାଇଁ ସୋମବାର ସନ୍ଧ୍ୟାରେ ଅତ୍ୟଧିକ ମଦ୍ୟପାନ କରି ବେପରୁଆ ଭାବେ ଗାଡ଼ି ଚଳାଉଥିବା ବେଳେ ତାଙ୍କୁ ଖଜୁରୀପଡ଼ା ପୋଲିସ ଅଟକାଇ ତନଖି ନେଇଥିଲା । ସେ ମଦ୍ୟ ପାନ କରି ବେଆଇନ ଭାବେ ବେପରୁଆ ଗାଡ଼ି ଚଳାଉଥିବାରୁ ତାଙ୍କ ନାମରେ ଥାନାରେ ୨୬୭/୨୫ ମାମଲା ରୁଜୁ କରାଯାଇ ଥିବା ଏସଆଇ ଦୀନବନ୍ଧୁ ପ୍ରଧାନ ସୂଚନା ଦେଇଛନ୍ତି । ଏଥିରୁ ଅନୁମେୟ କରାଯାଉଛି ଯେ ଅଧ୍ୟକ୍ଷ ଯଦି ମଦ ପିଇ ନିୟମ ଭଙ୍ଗ କରି ବିଚ ବଜାରରେ ଗାଡ଼ି ଚଳାଇବେ ତେବେ ସେ ସ୍କୁଲରେ ପଡ଼ୁଥିବା ଛାତ୍ରୀଛାତ୍ରମାନେ କ’ଣ ଶିକ୍ଷା ପାଇବେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?