ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ ଅଫିସରେ କାର୍ଯ୍ୟରତ ଜଣେ ଅସ୍ଥାୟୀ ମହିଳା କର୍ମଚାରୀଙ୍କୁ ସ୍ଥାୟୀ ଚାକିରି କରାଇ ଦେବା ନାଁରେ ଯୌନ ସୁଖ ଚାହୁଁଥିଲେ ବୋଲି ହୋଇଛି ସାଂଘାତିକ ଅଭିଯୋଗ l ସେହିପରି ତାଙ୍କ ତଳସ୍ତରର କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିଥିବା ଅଭିଯୋଗ ହୋଇଛି ଅତାବିରା ଥାନାରେ। ଏନେଇ ଅତାବିରା ଥାନା ପୋଲିସ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି l

ରେଗୁଲାର ଚାକିରି କରାଇ ଦେବା ନାଁରେ ଶାରୀରିକ ସୁଖ ଖୋଜୁଥିଲେ ସମ୍ପାଦକ ଶଶାଙ୍କ ବାବୁ l ହେଲେ ଥାନାରେ ପହଞ୍ଚିଗଲା ମାମଲା। ଏବେ ଅଡୁଆରେ ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣୀ। ବରଗଡ ଜିଲାରୁ ପୁଣି ଆସିଲା ଏଭଳି ଏକ ସାଂଘାତିକ ଅଭିଯୋଗ। ଅତାବିରା ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ଶଶାଙ୍କ ଶେଖର ସାହାଣୀ ଜଣେ ଯୁବତୀଙ୍କୁ ଅସ୍ଥାୟୀରୁ ସ୍ଥାୟୀ ଚାକିରି କରାଇ ଦେବାର ପ୍ରଲୋଭନ ଦେଖାଇ ବାରମ୍ବାର ଶାରିରୀକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ।

ଅତାବିରା ଥାନାରେ ଯୁବତୀ ଜଣକ ଲିଖିତ ଅଭିଯୋଗ କରିଛନ୍ତି। ଯୁବତୀଙ୍କ ଅଭିଯୋଗକୁ ର୍ଭିତ୍ତି କରି ଅତାବିରା ଥାନା କେଶ ନମ୍ବର ୧୫୮/୨୦୨୬ ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି l ରସିକିଆ ସମ୍ପାଦକ ବାବୁ ସ୍ଥାୟୀ ଚାକିରି କରାଇ ଦେବା ନାଁରେ ଶାରୀରିକ ସମ୍ପର୍କ ରଖିବାକୁ ଚାପ ଦେବା ସହ କଥା ପ୍ରଘଟ କଲେ ଜୀବନରୁ ମାରିଦେବାର ଧମକ ଦେଇଥିବା ଅଭିଯୋଗରେ ଉଲ୍ଲେଖ ରହିଛି l ସେହିପରି ଅଫିସର ତଳିଆ କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଅଶ୍ଳୀଳ ଭାବେ ଗାଳିଗୁଲଜ କରୁଥିବା ମଧ୍ୟ ଅଭିଯୋଗ ହୋଇଛି l ଗୋଡ଼ଭଗା ମାର୍କେଟ ଇନଚାର୍ଜ ଲିଙ୍ଗରାଜ ସୁନା ଓ ଆରଏମସି କର୍ମଚାରୀ ଭରତ ବାରିକ ସମ୍ପାଦକ ଶଶାଙ୍କଙ୍କ ବିରୋଧରେ ଅଭିଯୋଗ କରିଛନ୍ତି l
ତଦନ୍ତରୁ ଜଣାପଡିଛି ଯେ, ଆରଏମସି କର୍ମଚାରୀ ଓ ସମ୍ପାଦକଙ୍କ ଝାମେଲା ଯୋଗୁ ଦୀର୍ଘ ଦିନ ହେଲା କାର୍ଯ୍ୟାଳୟ ବନ୍ଦ ରହିଛି l କାରଣ ଅଭିଯୋଗ ହେବା ପରଠୁ ସମ୍ପାଦକ ମହାଶୟ ଦେଖା ଦେଉନାହାନ୍ତି କି ଫୋନ ବି ଉଠାଉ ନାହାନ୍ତି, ଯାହାକୁ ନେଇ ଏବେ ଚିନ୍ତାରେ ଚାଷୀ l ଚଳିତ ମାସ ୧୧ରୁ ଡାଳୁଅ ଧାନ କିଣାବିକା ଆରମ୍ଭ ହେବାକୁ ଥିବାରୁ ତୁରନ୍ତ ଏହାର ସମାଧାନ କରିବାକୁ ଚାଷୀ ଦାବି କରିଛନ୍ତି। ଏନେଇ ବରଗଡ଼ ଏସଡିପିଓ ପଦାରବିନ୍ଦ ତ୍ରିପାଠୀଙ୍କୁ ପଚରାଯିବାରୁ ସେ ଥାନାରେ ମାମଲା ରୁଜ୍ଜୁ ହୋଇଥିବା ଏବଂ ପୋଲିସ ଏହା ଉପରେ ତଦନ୍ତ ଜାରି ରଖିଥିବା କହିଛନ୍ତି।
ତେବେ ପୋଲିସ ତଦନ୍ତ କେବେ ସରିବ ଏବଂ ସରକାରୀ ବାବୁଙ୍କ ଉପରେ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?