ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଅଖିଳେଶଙ୍କ ନାଁରେ ମାମଲା

ଲକ୍ଷ୍ନୌ,୨୧।୨: ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ସମାଜବାଦୀ ପାର୍ଟି(ଏସ୍‌ପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ ଏସ୍‌ପି ମୁଖ୍ୟ ତାଙ୍କ ନିର୍ବାଚନମଣ୍ଡଳୀ ଇଟାଓ୍ବା ଜିଲାର ସୈଇଫଇରେ ଖବରଦାତାଙ୍କ ସହ କଥା ହୋଇଥିଲେ। ଯାହାକୁ ନିର୍ବାଚନ ଆୟୋଗ ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ ବୋଲି କହିଛନ୍ତି। ଫଳରେ ଏନେଇ ଅଖିଳେଶଙ୍କ ନାଁରେ ସୈଇଫଇ ଥାନାରେ ମାମଲା ରୁଜୁ କରାଯାଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ବର୍ତ୍ତମାନ ଜିଲାରେ ଧାରା ୧୪୪ ଲାଗୁ କରାଯାଇଛି। ଏହି ସମୟରେ ଗୋଟିଏ ସ୍ଥାନରେ ବହୁ ସଂଖ୍ୟାରେ ଏକାଠି ହେବା ଉପରେ ମଧ୍ୟ ନିଷେଧାଦେଶ ରହିଛି। ଏଭଳି ପରିସ୍ଥିତିରେ ମତଦାନ କେନ୍ଦ୍ର ଭିତରେ ଖବରଦାତାଙ୍କ ସହ କଥା ହେବା ଏହା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ ବୋଲି ଉପ ଜିଲାପାଳ କହିଛନ୍ତି। ସୂଚନାଯୋଗ୍ୟ, ରବିବାର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ସୈଇଫଇ ସ୍ଥିତ ଅଭିନବ ପ୍ରାଥମିକ ବିଦ୍ୟାଳୟରେ ହୋଇଥିବା ମତଦାନ କେନ୍ଦ୍ରରେ ଅଖିଳେଶ ଭୋଟ ଦେବାକୁ ପହଞ୍ଚିଥିଲେ। ଏହି ଅବସରରେ ଅଖିଳେଶ ମତଦାନ ବୁଥ୍‌କୁ ଯିବା ଓ ଫେରିବା ସମୟରେ ବହୁ ସଂଖ୍ୟାରେ ଖବରଦାତାଙ୍କ ସହ କଥା ହୋଇଥିଲେ। ଯାହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ ବୋଲି ନିର୍ବାଚନ ଆୟୋଗ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri