ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ ଗଜପତି ଜିଲାର ଅଡବା ଅଞ୍ଚଳରୁ ସାମ୍ନାକୁ ଆସିଛି। ଏହି ଘଟଣାର ତଦନ୍ତ ଅଡବା ପୋଲିସ ଆରମ୍ଭ କରିବା ସହ ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ କରିଛି।
ଅଡବା ଥାନା ଅଧୀନ ଅଲିଗଣ୍ଡା ଗ୍ରାମର ସବିତା ସାହୁଙ୍କ ଅଭିଯୋଗ ଅନୁଯାୟୀ, ଗତ ୧୫ ଜୁନ ସକାଳ ପ୍ରାୟ ୯ଟା ୩୦ ମିନିଟରେ ସେ ଘରେ ଏକାକୀ ଥିବାବେଳେ ତିନିଜଣ ବ୍ୟକ୍ତି ତାଙ୍କ ଘରକୁ ଆସି ନିଜକୁ ମାନବାଧିକାର କର୍ମୀ ଓ ଏନଜିଓ ପ୍ରତିନିଧି ବୋଲି ପରିଚୟ ଦେଇଥିଲେ। ସେମାନେ ତାଙ୍କ ବିରୋଧରେ ଏକ ଅଭିଯୋଗ ରହିଥିବା କହି ମାମଲାର ସମାଧାନ ନାଁରେ ୧ ଲକ୍ଷ ୫୦ ହଜାର ଟଙ୍କା ଦାବି କରିଥିଲେ। ମହିଳା ଟଙ୍କା ଦେବାକୁ ମନା କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ଧମକ ଦେବା ସହ ଖରାପ ବ୍ୟବହାର କରିଥିଲେ ଏବଂ ଜବରଦସ୍ତି ୫ ହଜାର ଟଙ୍କା ନେଇ ପଳାଇ ଯାଇଥିବା ଅଭିଯୋଗରେ ଉଲ୍ଲେଖ ହୋଇଛି। ୧୬ ଜୁନ ସାରେ ପୀଡ଼ିତାଙ୍କ ଲିଖିତ ଅଭିଯୋଗ ପାଇବା ପରେ ଅଡବା ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ଅଭିଯୁକ୍ତମାନେ ନକଲି ପରିଚୟ ଦେଇ ବିଶେଷକରି ଆଦିବାସୀ ଅଞ୍ଚଳର ଲୋକଙ୍କୁ ଭୟଭୀତ କରି ଅର୍ଥ ଆଦାୟ କରୁଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ, ଅଭିଯୁକ୍ତମାନଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଅଡବା ଓ ମୋହନା ଥାନାରେ ବିଭିନ୍ନ ମାମଲା ରହିଛି। ଏହି ଠକେଇରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ ଏବଂ ଆଉ କେତେଜଣ ଏହାର ଶିକାର ହୋଇଛନ୍ତି, ସେନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri