Posted inଜାତୀୟ

ଶୁଭେନ୍ଦୁ ଅଧିକାରୀଙ୍କ ବଢିଲା ଅଡୁଆ

କୋଲକତା,୯।୭: ପଶ୍ଚିମବଙ୍ଗର ନନ୍ଦିଗ୍ରାମର ଭାରତୀୟ ଜନତା ପାର୍ଟିର ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ କୋଣ୍ଟାଇ ପୋଲିସ ଷ୍ଟେଶନରେ ଏକ ମାମଲା ରୁଜୁ ହୋଇଛି। ଶୁଭେନ୍ଦୁଙ୍କ ପୂର୍ବତନ ସୁରକ୍ଷା କର୍ମୀଙ୍କ ସ୍ତ୍ରୀ ଏହି ମାମଲା ରୁଜୁ କରିଛନ୍ତି। ଶୁଭେନ୍ଦୁଙ୍କ ନାଁରେ ଅଭିଯୋଗ ରହିଛି ଯେ, ସେ କୁଆଡେ ସୁରକ୍ଷା କର୍ମୀଙ୍କୁ ଆତ୍ମହତ୍ୟା କରିବା ପାଇଁ ଉସକାଇ ଥିଲେ। ଫଳରେ ସେ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ସୁରକ୍ଷା କର୍ମୀଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏହି ମାମଲା ୨୦୧୮ରେ ଘଟିଥିଲା। ୨୦୧୮ରେ ଶୁଭେନ୍ଦୁ ଅଧିକାରୀଙ୍କ ସୁରକ୍ଷା କର୍ମୀ ଆତ୍ମହତ୍ୟା କରିଥିଲେ। ସୁବ୍ରତ ଚକ୍ରବର୍ତ୍ତୀ ନାମକ ଏହି ସୁରକ୍ଷାକର୍ମୀ ୧୩ ଅକ୍ଟୋବର ୨୦୧୮ରେ କାନ୍ଥିରେ ଥିବା ତାଙ୍କ ଭଡା ଘରେ ନିଜ ଉପରକୁ ରିଭଲଭର ସାହାଯ୍ୟରେ ଗୁଳି ଚଳାଇଥିଲେ। ଗୁଳି ଚଳାଇବାର ଦୁଇ ଦିନ ପରେ ସେ ଡାକ୍ତରଖାନାରେ ମୃତ୍ୟୁବରଣ କରିଥିଲେ। ସେତେବେଳେ ଶୁଭେନ୍ଦୁ ଅଧିକାରୀ ଟିଏମସିରେ ଥିଲେ ଏବଂ ରାଜ୍ୟର ପରିବହନ ମନ୍ତ୍ରୀ ମଧ୍ୟ ଥିଲେ। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଶୁଭେନ୍ଦୁ ଭାଜପାରେ ଯୋଗ ଦେଇଥିଲେ ଏବଂ ନନ୍ଦିଗ୍ରାମରେ ମମତା ବାନାର୍ଜୀଙ୍କ ବିପକ୍ଷରେ ନିର୍ବାଚନ ଲଢି ଜିତିଥିଲେ। ଏବେ ସେ ରାଜ୍ୟର ବିରୋଧୀ ଦଳର ନେତା ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?