ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର ଏସ୍‌ସି/ଏସ୍‌ଟି ଅଦାଲତ ଚାର୍ଜଫ୍ରେମ କରିଛନ୍ତି। ଓଡ଼ିଶା କ୍ରାଇମବ୍ରାଞ୍ଚରେ ରୁଜୁ ମାମଲାରେ ଏହି ଚାର୍ଜଫ୍ରେମ ହୋଇଛି। ସ୍ବତନ୍ତ୍ର କୋର୍ଟରେ ଚାର୍ଜଫ୍ରେମ ସମୟରେ ସାରଥି ଆଭାସି ମାଧ୍ୟମରେ ଉପସ୍ଥିତ ଥିଲେ। ଏହାପରେ ଆଗକୁ ସାରଥିଙ୍କ ବିରୋଧରେ ରୁଜୁ ମାମଲାର ଶୁଣାଣି ଚାଲିବ। ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଆସନ୍ତା ଜାନୁଆରୀ ୧୬କୁ ଧାର୍ଯ୍ୟ କରାଯାଇଛି।
ସୂଚନାନୁସାରେ, ଭାରତୀୟ ଦଣ୍ଡବିଧି ଆଇନର ୧୨୦(ବି), ୪୨୦, ୪୬୭, ୪୬୮, ୪୭୧, ୫୦୬, ୪୨୩, ୪୦୬, ୩୭୯, ୪୧୧, ୩୪୧, ୨୧୨, ୪୧୪ ଓ ୩୪ ଦଫା ସମେତ ଥାର୍ଡ ଏସ୍‌ସି ଏସଟି ଆକ୍ଟ ଏବଂ ଅସ୍ତ୍ରଶସ୍ତ୍ର ନିରୋଧ ଆଇନ ଧାରା ୨୫ ଅନୁସାରେ ଚାର୍ଜଫ୍ରେମ ହୋଇଥିବା ଜଣାଯାଇଛି। ନିଜକୁ ଭଗବାନ ବୋଲି ପରିଚୟ ଦେବା, ନିଜ ହାତରୁ ମହୁ ଝରୁଥିଲା ବୋଲି କହି ଠକେଇ କରିବା ଆଦି ଅଭିଯୋଗ ସାରଥିଙ୍କ ନାମରେ ରହିଛି। ସାରଥୀ ଏସ୍‌ସି ଏସ୍‌ଟି ଲୋକଙ୍କୁ ଠକି ସେମାନଙ୍କ ସମ୍ପତ୍ତି ହଡ଼ପ କରିଥିବା ଅଭିଯୋଗ ରହିଛି। ଉଲ୍ଲେଖଯୋଗ୍ୟ, ଅଭିଯୁକ୍ତ ବାବା ସାରଥି ଓରଫ ସନ୍ତୋଷ ରାଉଳ ୨୦୧୫ ଅଗଷ୍ଟରେ ଗିରଫ ହୋଇଥିଲେ। ପ୍ରାୟ ଚାରିବର୍ଷ ଜେଲରେ ରହିବା ପରେ ୨୦୧୯ରେ ହାଇକୋର୍ଟରୁ ତାଙ୍କୁ ସର୍ତ୍ତମୂଳକ ଜାମିନ ମିଳିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?