ସରକାରୀ ଡାକ୍ତରଙ୍କ ଘରୋଇ ସେବା ବିରୋଧରେ ମାମଲା: ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

କଟକ,୬ା୪(କାର୍ତ୍ତିକ ସାହୁ): ସରକାରୀ ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଡାକ୍ତର ଘରୋଇ ହସ୍ପିଟାଲ୍‌ରେ କରୁଥିବା ଚିକିତ୍ସା ସେବା ବନ୍ଦ କରିବା ନେଇ ହାଇକୋର୍ଟରେ ରୁଜୁ ଜନହିତ ମାମଲାର ଶୁଣାଣି ହୋଇଛି। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଓ ବିଚାରପତି ଶିବଶଙ୍କର ମିଶ୍ରଙ୍କ ଖଣ୍ଡପୀଠ ଆଗାମୀ ୪ ସପ୍ତାହ ମଧ୍ୟରେ ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ମାମଲାର ବିବରଣୀ ଅନୁସାରେ, ସରକାରୀ ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଅଧିକାଂଶ ଡାକ୍ତର ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସା କରି ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। କେତେକ ସରକାରୀ ଡାକ୍ତରଖାନାରେ ଆବଶ୍ୟକ ଭିତ୍ତିଭୂମି ଥିଲେ ମଧ୍ୟ ରୋଗୀଙ୍କୁ ଡାକ୍ତରଙ୍କ ଇଙ୍ଗିିତରେ ଘରୋଇ ହସ୍ପିଟାଲ୍‌କୁ ନିଆଯାଉଛି। ଘରୋଇ ହସ୍ପିଟାଲକୁ ରୋଗୀଙ୍କୁ ନେବା ପାଇଁ ଡାକ୍ତରମାନେ ଦଲାଲ୍‌ ନିୟୋଜିତ କରିଛନ୍ତି। ଏହାଦ୍ୱାରା ସରକାରୀ ଡାକ୍ତରଖାନା ଉପରୁ ଲୋକଙ୍କ ଆସ୍ଥା ତୁଟିଯାଉଛି। ଏଣୁ ସରକାରୀ ଡାକ୍ତରଙ୍କ ଘରୋଇ ଚିକିତ୍ସାଳୟରେ ସେବା ପ୍ରଦାନ ଘଟଣାରେ ରାଜ୍ୟ ସରକାର ସଂପୃକ୍ତ ଡାକ୍ତରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ସାମାଜିକ କର୍ମୀ ନାରାୟଣ ଚନ୍ଦ୍ର ଜେନାଙ୍କ ପକ୍ଷରୁ ରୁଜୁ ମାମଲାରେ ଦର୍ଶାଯାଇଛି। ଆବେଦନକାରୀ ଜେନା ଏହାକୁ ନେଇ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ଉତ୍ତର ନ ମିଳିବା ତଥା ଏହି ପ୍ରସଙ୍ଗରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରାଯିବାରୁ ଆବେଦନକାରୀ ବାଧ୍ୟ ହୋଇ ହାଇକୋର୍ଟରେ ଏହି ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?