Posted inଖେଳ

ପଦକ ବିଜେତାଙ୍କୁ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ୨୦୨୨ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଏବଂ ଗତବର୍ଷ ବିଭିନ୍ନ ପ୍ରତିଯୋଗିତାରେ ପଦକ ବିଜେତା ଓଡ଼ିଶା ଆଥଲେଟ୍‌ଙ୍କୁ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ଭାରୋତ୍ତୋଳନ ହଲ୍‌ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା, ଓଡ଼ିଶା ହକି ପ୍ରମୋଶନ କାଉନ୍ସିଲ ଅଧ୍ୟକ୍ଷ ଦିଲୀପ ତିର୍କୀ, କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ରହି ମୋଟ ୧,୮୫, ୨୨, ୫୦୦ ଟଙ୍କାର ଆର୍ଥିକ ପୁରସ୍କାର ରାଶି ପ୍ରଦାନ କରିଥିଲେ। ୨୦୨୨ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ଓଡ଼ିଶା ଆଥଲେଟ୍‌ମାନେ ଚମତ୍କାର ପ୍ରଦର୍ଶନ କରି ୩୦ଟି ପଦକ ହାସଲ କରିଥିଲେ। ଏହା ମଧ୍ୟରେ ୧୧ ସ୍ବର୍ଣ୍ଣ, ୮ ରୌପ୍ୟ ଓ ୧୧ ବ୍ରୋଞ୍ଜ ସାମିଲ ଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କୁ ସ୍ବର୍ଣ୍ଣ ପାଇଁ ୧ ଲକ୍ଷ, ରୌପ୍ୟଲାଗି ୭୫,୦୦୦ ଓ ବ୍ରୋଞ୍ଜପାଇଁ ୫୦,୦୦୦ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା।
ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ପଦକ ବିଜେତାଙ୍କ ବ୍ୟତୀତ ବିଡବ୍ଲ୍ୟୁଏଫ୍‌ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ସିଙ୍ଗଲ୍ସ ସ୍ବର୍ଣ୍ଣ ଏବଂ ଟିମ୍‌ ରୌପ୍ୟ ପାଇଥିବା ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ୨୭ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିଲା। ସେହିପରି ପର୍ତ୍ତୁଗାଲରେ ଅନୁଷ୍ଠିତ ଡବ୍ଲ୍ୟୁଏଏସ୍‌ ଓ୍ବାଲର୍‌ଡ ଗେମ୍ସରେ ୩ ପଦକ ଜିତିଥିବା ପାରା ଆଥଲେଟ୍‌ ଜୟନ୍ତି ବେହେରାଙ୍କୁ ୫୪ ଲକ୍ଷ ଟଙ୍କା ଦିଆ ଯାଇଥିଲା। ସେ ୨୦୦ ଓ ୪୦୦ ମିଟର ରେସ୍‌ରେ ସ୍ବର୍ଣ୍ଣ ଏବଂ ୧୦୦ ମିଟରରେ ରୌପ୍ୟ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri