ଅର୍ଥକରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା,୧୭।୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକାରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତ ବର୍ଷ ୧ ହଜାର ହେକ୍ଟରକୁ ଛୁଇଁ ପାରିନାହିଁ।  ସେହିପରି ଝୋଟ ପାଇଁ ପ୍ରସିଦ୍ଧି ଲାଭ କରିଥିବା ଗବେଷଣା କେନ୍ଦ୍ର ଏବେ ଅକାମୀ ହୋଇଛି। ହରଡ଼, ସୂର୍ଯ୍ୟମୁଖୀଠାରୁ ଆରମ୍ଭ କରି ବହୁ ଅର୍ଥକାରୀ ଫସଲ ଉତ୍ପାଦନ, ବିକ୍ରି ପାଇଁ ଜଳ ପରିଚାଳନା ଓ ମଣ୍ଡିର ଅଭାବ ଦେଖାଦେଇଛି। ଉନ୍ନତ ଜ୍ଞାନ କୌଶଳ ପ୍ରଦାନ ସହିତ ଉପାନ୍ତ ଅଞ୍ଚଳରେ ଥିବା ନଦୀଗୁଡ଼ିକ ସଂଯୋଗୀକରଣ ପାଇଁ ଏକ ବୃହତ୍‌ କେନାଲର ଆବଶ୍ୟକତା ଥିବା ବହୁ ବୁଦ୍ଧିଜୀବୀ ମତ ଦେଇଛନ୍ତି। ପଟ୍ଟାମୁଣ୍ଡାଇର ଆଖୁଚାଷୀ ଅକ୍ଷୟ ବେହେରା କହିଛନ୍ତି, ଜିଲାର ଗରଦପୁର, ମାର୍ଶାଘାଇ, ଡେରାବିଶ, ପଟ୍ଟାମୁଣ୍ଡାଇ, ଆଳି, ରାଜକନିକା ବ୍ଲକ ଅଞ୍ଚଳର ଚାଷୀ ୧୦ ବର୍ଷ ପୂର୍ବେ ଆଖୁଚାଷକୁ ପ୍ରାଧାନ୍ୟ ଦେଇଥିଲେ। ତତ୍କାଳୀନ ସମୟରେ ୧୫ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଅଞ୍ଚଳରେ ଆଖୁ ଚାଷ ହେଉଥିଲା। ନିକଟସ୍ଥ କୃଷ୍ଣଦାସପୁରରେ ଏକ ଆଖୁ ମିଲ ହୋଇଥିଲା। ଏହି ମିଲ ବନ୍ଦ ହେବା ସହିତ କ୍ଷେତକୁ ଜଳ ପରିଚାଳନା ଏହି ଚାଷକୁ ନଷ୍ଟ କରିଛି। ବୃହତ୍‌ ବଜାର ଅଭାବରୁ ପର୍ବ ପର୍ବାଣୀ ପାଇଁ ମାତ୍ର ହଜାର ହେକ୍ଟର ଅଞ୍ଚଳରେ ଏବେ ଚାଷ ହେଉଛି।
କେନ୍ଦ୍ରାପଡ଼ା ବ୍ଲକ କଂସାର ଗ୍ରାମର ଚାଷୀ ନିରଞ୍ଜନ ପରିଡ଼ା କହିଛନ୍ତି, ଜିଲାରେ ଚାଷ କରି ସାମ୍ପ୍ରତିକ ସମୟରେ ପରିବାର ପ୍ରତିପୋଷଣ କରିବା ବଡ଼ କଷ୍ଟକର। ୧୫ ଏକର ଜମିରେ ହରଡ଼ ଓ ସୂର୍ଯ୍ୟମୁଖୀ ଚାଷ ହେଉଥିବା ବେଳେ ଚଳିତ ବର୍ଷ ମଜୁରୀ, ଜଳ ଯୋଗାଣ ଆଦି ଅସୁବିଧା ସୃଷ୍ଟି ହେବାରୁ କ୍ଷେତ ପଡ଼ିଆ ରହିବ। ବଜାରରେ ଉପଯୁକ୍ତ ମୂଲ୍ୟ ନ ମିଳିବାରୁ ବାଧ୍ୟ ହୋଇ ଦୁଇ ପୁଅଙ୍କ କର୍ମ ନିଯୁକ୍ତି ପାଇଁ ସୁରଟକୁ ଯାଇଛନ୍ତି ା କୃଷକ ନେତା ଗୟାଧର ଧଳ କହିଛନ୍ତି, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ସ୍ଲୋଗାନ ଓ ରାଜ୍ୟ ସରକାରଙ୍କ କେନ୍ଦ୍ରାପଡ଼ା ଜିଲାର କୃଷି ପ୍ରତି ବିଶେଷ ଧ୍ୟାନ ଦେବା ପ୍ରତିଶ୍ରୁତି ଏଠାରେ କାର୍ଯ୍ୟକାରୀ ହେଉନାହିଁ। ଦୀର୍ଘ ୨୫ ବର୍ଷ ଧରି ଜଳସେଚନ ପାଇଁ କେନାଲ ଖନନ ହୋଇ ନ ଥିବା ବେଳେ ଖରିଫ ଧାନ ଚାଷ ସମୟରେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଛି। ରାଜ୍ୟରେ ପ୍ରତିବର୍ଷ ୨.୨୧ ଲକ୍ଷ ମେଟ୍ରିକ ଟନ ଚିନିର ଆବଶ୍ୟକତା ଅଛି। ଏଥିପାଇଁ ଆଖୁଚାଷକୁ ପ୍ରୋତ୍ସାହନ ମିଳିବା କଥା। କେନ୍ଦ୍ରାପଡ଼ା ଜିଲାରେ ଏହି ଚାଷ ଏବେ ତଳମୁ।ହାଁ ହୋଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଚିନିକଳକୁ ବନ୍ଦ କରାଯାଉଛି। ଉପଯୁକ୍ତ ବଜାର ମଣ୍ଡି ନ ହେଲେ ଚାଷୀ କ୍ଷତି ସହିବ।ବୁଦ୍ଧିଜୀବୀ ମୀର ଅବୁ ଓବେଦା କହିଛନ୍ତି, ଏହି ଜିଲା ପାଇଁ ଜଳ ପରିଚାଳନା ଏକ ବଡ଼ ସମସ୍ୟା। ଏହାର ସମାଧାନ ପାଇଁ ଉପାନ୍ତ ଅଞ୍ଚଳରେ ଥିବା ନଦୀର ସଂଯୋଗୀକରଣ କେନାଲ ଆବଶ୍ୟକ। ବନ୍ୟା ସମୟରେ ଏହାକୁ ସୁପରିଚାଳନା କରିହେବ ା ସେହିପରି ବିଭିନ୍ନ ବ୍ଲକେଜ ମାଧ୍ୟମରେ କ୍ଷେତକୁ ଜଳ ସେଚନ ହୋଇପାରିବ।
ଏସମ୍ପର୍କରେ ଜଜାଙ୍ଗସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ପ୍ରଭଞ୍ଜନ ମିଶ୍ର କହିଛନ୍ତି, ଏହି ଜିଲା ପ୍ରାକୃତିକ ବିପର୍ଯ୍ୟୟ ଜୋନରେ ଅଛି।। ଜିଲାରେ ଚାଷ ପାଇଁ ଉପଯୁକ୍ତ ପରିମାଣରେ ବର୍ଷା ହେଉଥିଲେ ମଧ୍ୟ ୪ ପ୍ରକାର ମାଟି ଅଛି। ଏହାକୁ ଭିତ୍ତିକରି ସମନ୍ବିତ ଚାଷକୁ ଗୁରୁତ୍ୱ ଦିଆଯାଇଛି।  ପୋଖରୀ, ପନିପରିବା, ଫଳ ଗଛ ଲଗାଇବାକୁ ପରାମର୍ଶ ଦିଆଯାଉଛି। ସେହିପରି ଛେଳି, କୁକୁଡ଼ା ଫାର୍ମ, ଛତୁ, ହଳଦୀ ଓ ଔଷଧୀୟ ବୃକ୍ଷ ଜିଲାର ଅର୍ଥନୀତି କ୍ଷେତ୍ରରେ ପରିବର୍ତ୍ତନ ଆଣିପାରିବ ବୋଲି ସେ ମତ ଦେଇଛନ୍ତି। ତ୍ପା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri