ଅର୍ଥକରୀ ଫସଲ ହିଁ ଚାଷୀଙ୍କୁ ସ୍ବାବଲମ୍ବୀ କରିବ

କେନ୍ଦ୍ରାପଡ଼ା ଅଫିସ,୭ା୨:କେନ୍ଦ୍ର ସରକାରଙ୍କ ବଜେଟରେ କୃଷିକୁ ପ୍ରାଧାନ୍ୟ ଦିଆଯାଇଛି। ପ୍ରତି ଜିଲାରେ ଗୋଟିଏ ଉପତ୍ାଦକୁ ଗୁରୁତ୍ୱ ଦେବା ପାଇଁ ଏଥିରେ ଯୋଜନା କରାଯାଇଛି। ପାରମ୍ପରିକ କୃଷିକୁ ପ୍ରାଧାନ୍ୟ ଦେବା ସହ ଏଥିପାଇଁ ୫ ବର୍ଷୀୟା ଯୋଜନା କରିବାକୁ ହେବ। ଅର୍ଥକରୀ ଫସଲ ଦ୍ୱାରା ଏହା ସମ୍ଭବ ହୋଇପାରିବ। ତେବେ ଭିତ୍ତିଭୂମି ସୁଦୃଢ଼ୀକରଣକୁ ଗୁରୁତ୍ୱ ଦେବାକୁ କେନ୍ଦ୍ରାପଡ଼ା ଜିଲାରେ ମତ ପ୍ରକାଶ ପାଇଛି।
ଏ ସମ୍ପର୍କରେ ଜିଲା ଜନ ଅଧିକାର ମଞ୍ଚର ସଭାପତି ଭୁବନାନନ୍ଦ ଜେନା, ଜିଲା ଜନ ସୁରକ୍ଷା ମଞ୍ଚ ସଭାପତି ଗଣେଶ ଚନ୍ଦ୍ର ସାମଲ, ସାମାଜିକ କର୍ମୀ ସଞ୍ଜୟ କୁମାର ବେହେରା, କ୍ଷିତୀଶ କୁମାର ସିଂହ ପ୍ରମୁଖ କହିଛନ୍ତି, ଜିଲାକୁ କୃଷି ଅର୍ଥ ଦେଉଥିବା ବେଳେ ଏହାର ଉପତ୍ାଦନ ପରିଚାଳନାରେ ଘୋର ଅଭାବ ଦେଖାଦେଇଛି। ଜିଲାରେ ଜଳ ପରିଚାଳନାର ଯଥେଷ୍ଟ ଗୁରୁତ୍ୱ ଅଛି। ସେହିପରି କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାର ଅଧିବାସୀ ବାହାର ଜିଲା ଓ ରାଜ୍ୟର ଉପତ୍ାଦକୁ ଅପେକ୍ଷା କରିବାକୁ ପଡୁଛି। କୃଷକଙ୍କ ମେକ୍‌ ଇନ ରୁରାଲ କେନ୍ଦ୍ରାପଡ଼ାର ସ୍ବପ୍ନ ସରକାରୀ ଅସହଯୋଗ ପାଇଁ ପୂରଣ ହୋଇପାରୁନହିଁ। ୨୦୧୫ ମସିହାରୁ ପରମ୍ପରାଗତ କୃଷି ବିକାଶ ଯୋଜନା କେନ୍ଦ୍ର ସରକାର ଆରମ୍ଭ କରିଥିବା ବେଳେ ଏହି ଜିଲାକୁ ଅଦ୍ୟାବଧି ସାମିଲ କରାଯାଇ ପାରିନାହିଁ। ଜିଲାର ୭ ନଦୀର ଜଳ ସହ ଉପଯୁକ୍ତ ବର୍ଷା ଅର୍ଥକରୀ ଫସଲ ପାଇଁ ଉପଯୋଗୀ। ପର୍ଯ୍ୟାପ୍ତ ଚାଷଜମି, ମାନବ ସମ୍ବଳ ସତ୍ତ୍ୱେ କୃଷି ଏବେ ସନ୍ତୋଷଜନକ ଉପାର୍ଜନ ଦେଇପାରୁନାହିଁ। କୃଷି ବିଶେଷଜ୍ଞଙ୍କ ଦ୍ୱାରା ଅନୁଧ୍ୟାନ କରି ସାମୂହିକ ଫସଲ ପାଇଁ ୫ ବର୍ଷୀୟା ଖସଡ଼ା ପ୍ରସ୍ତୁତ ହୋଇପାରିଲେ ଚାଷୀ ସ୍ବାବଲମ୍ବୀ ହେବେ। ମେକ୍‌ ଇନ୍‌ ଇଣ୍ଡିଆ, ମେକ୍‌ ଇନ୍‌ ଓଡ଼ିଶା ପରି ଜିଲା ଅର୍ଥନୀତିକୁ ସୁଦୃଢ଼ ପାଇଁ କୃଷି କ୍ଷେତ୍ରରେ ମେକ୍‌ ଇନ୍‌ ରୁରାଲ କେନ୍ଦ୍ରାପଡ଼ା ଆହ୍ବାନ କାର୍ଯ୍ୟକାରୀ ହେବା କଥା। ଅଦ୍ୟାବଧି ସ୍ଥାନୀୟ ରାଜନେତା ଓ ପ୍ରଶାସକ ଏଥିପ୍ରତି ଧ୍ୟାନ ଦେଇନାହାନ୍ତି। ସାମ୍ପ୍ରତିକ ସମୟରେ ଜୈବିକ ଖାଦ୍ୟ ପ୍ରତି ଲୋକଙ୍କ ରୁଚି ବଢୁଛି। କେନ୍ଦ୍ର ସରକାର ମଧ୍ୟ ୨୦୧୫ମସିହାରେ ଜୈବିକ ଚାଷକୁ ଗୁରୁତ୍ୱ ଦେଇ ନ୍ୟାଶନାଲ ମିଶନ ଅନ ସଷ୍ଟେନବ୍‌ଲ ଏଗ୍ରିକଲଚର (ଏନ୍‌ଏମ୍‌ଏସ୍‌ଏ) ଅଧୀନରେ ପରମ୍ପରାଗତ କୃଷି ବିକାଶ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନା ଓଡ଼ିଶାର ଅନ୍ୟ ଜିଲାରେ କାର୍ଯ୍ୟକାରୀ ହେଉଥିଲେ ମଧ୍ୟ କେନ୍ଦ୍ରାପଡ଼ାକୁ ସାମିଲ କରାଯାଇନାହିଁ। ଜିଲାରେ ୭ ନଦୀ ଓ ୨୭ ଶାଖା ନାଳ ଅଛି। ପ୍ରତିବର୍ଷ ପ୍ରାୟ ୧୪୦୦ ମିଲିମିଟର ବର୍ଷା ହେଉଛି। ତେବେ ବର୍ଷା ଜଳ ସଂରକ୍ଷଣ ଓ ନଦୀ ନାଳ ଜଳର ପରିଚାଳନା ଚାଷୀଙ୍କ ପାଇଁ ଆତଙ୍କ ସୃଷ୍ଟି କରୁଛି। ବର୍ଷାଦିନେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଥିବା ବେଳେ ଜଳ ସେଚନ ପାଇଁ ଜିଲାର ପ୍ରାୟ ୪୦ ହଜାର ହେକ୍ଟର ଜମି ପଡ଼ିଆ ପଡ଼ୁଛି। ଏହା ବ୍ୟତୀତ ଜିଲାର ଚାଷୀ ଧାନ ଫସଲ ମଧ୍ୟରେ ସୀମିତ ରହୁଛନ୍ତି। ଫଳରେ ଆୟ କମୁଛି। ସାମୂହିକ ଭାବେ ଏକ ୫ ବର୍ଷୀୟା ଅର୍ଥକରୀ ଫସଲ ପାଇଁ କୃଷି ଗବେଷକଙ୍କ ଏକ କମିଟି ଆବଶ୍ୟକ। ପ୍ରାକୃତିକ ବିପର୍ଯ୍ୟୟ, ଜଳ ସେଚନ ବ୍ୟବସ୍ଥା, ତାଲିମ ସହ ଅର୍ଥକରୀ ଫସଲର ଉପତ୍ାଦନ ଓ ବିକ୍ରିକୁ ନେଇ ସ୍ପଷ୍ଟ ମତ ପ୍ରକାଶ ପାଇଲେ ଜିଲାର କୃଷି ଶିଳ୍ପକୁ ଆଗେଇ ନେଇ ହେବ। ସାମ୍ପ୍ରତିକ ସମୟରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦରମା ସହ ୮ ଏକର ଚାଷ କରୁଥିବା ଚାଷୀର ଆୟ ସମାନ ହେଉ ନ ଥିବାରୁ କୃଷି ପ୍ରତି ଆଗ୍ରହ ପ୍ରକାଶ ପାଉନାହିଁ। ଯୁବବର୍ଗ କୃଷି ଅପେକ୍ଷା କର୍ମନିଯୁକ୍ତି ପାଇଁ ଜିଲା ବାହାରକୁ ଯାଉଥିବା ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଜିଲା କୃଷି ବିଭାଗ ବୈଠକରେ ପାରମ୍ପରିକ ଭାବେ ଆଲୋଚନା ନ ହୋଇ ଆଗାମୀଦିନରେ କୃଷି ପ୍ରକଳ୍ପକୁ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri