ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା, ୩୦ଟି ଲୁଗା,ମୋବାଇଲ ଫୋନ ଏବଂ ସୁନା ଅଳଙ୍କାର ଚୋରି ଘଟଣାରେ ଦିଗପହଣ୍ଡି ପୋଲିସ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛିି। ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମର ଟି.ଚନ୍ଦ୍ର(୩୬)। ଥାନା ମାମଲା ନଂ.୪୭୨/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା – ୩୩୧(୪)/୩୦୫ ଅନୁଯାୟୀ, ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୨୦୨୫ ଡିସେମ୍ବର ୧୮ ତାରିଖ ରାତିରେ ଏନ.ରାଜିୟା ଏବଂ ପରିବାର ଲୋକେ ଖାଇସାରି ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି ଲୁହା ପେଡ଼ି ଭାଙ୍ଗି ଚୋରି କରିଥିଲେ। ଘଟଣାର ପରଦିନ ଏନ.ରାଜିୟା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ପୋଲିସ ଏତଲାକୁ ଭିତ୍ତିକରି ମକଦ୍ଦମା ରୁଜୁ କରିବା ସହ ତଦନ୍ତ ଚଳାଇଥିଲେ। ତଦନ୍ତକାରୀ ଅଧିକାରୀ ଚୋରି ମୋବାଇଲ କୁ ଟ୍ରାକିଂ କରି ଅଭିଯୁକ୍ତଙ୍କ ଘରେ ଚଢ଼ାଉ କରି ତାଙ୍କୁ ଥାନାକୁ ଉଠାଇ ଆଣିଥିଲେ। ପଚରାଉଚୁରା କରିବା ପରେ ଘଟଣାଦିନ ରାତିରେ ସେ ଏବଂ ତାଙ୍କ ସମ୍ପର୍କୀୟ ଭାଇ ଟି.ସିଦ୍ଧାନ୍ତ ଏନ.ରାଜିୟାଙ୍କ ଘରେ ପଶି ଚୋରି କରିଥିବା ସ୍ବୀକାର କରିଥିଲେ। ସିଦ୍ଧାନ୍ତ ଫେରାର ଥିବା ବେଳେ ସେ ସବୁ ଚୋରି ସାମଗ୍ରୀ ନେଇଯାଇଥିବା ଗିରଫ ଅଭିଯୁକ୍ତ ଟି.ଚନ୍ଦ୍ର ପୋଲିସକୁ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri