ଡେପୁଟି ରେଞ୍ଜରଙ୍କ ଘରେ ବିଡ଼ା ବିଡ଼ା ଟଙ୍କା, ଜବତ ହେଲାଣି ନଗଦ ୧ କୋଟି ୪୪ ଲକ୍ଷ ଟଙ୍କା

କୋରାପୁଟ/ଜୟପୁର,୨୫ା୭(ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁର ଫରେଷ୍ଟ ଡିଭିଜନର ଡେପୁଟି ରେଞ୍ଜର ତଥା ଇନଚାର୍ଜ ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ କରିଛି। ଶୁକ୍ରବାର ସକାଳ ୯:୪୧ରୁ ଜୟପୁର ଓ ଭୁବନେଶ୍ୱରର ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଏହି ଅଭିଯାନରେ ଏପର୍ଯ୍ୟନ୍ତ ୧ କୋଟି ୪୪ ଲକ୍ଷ ଟଙ୍କା ନଗଦ, ୪ଟି ସୁନା ବିସ୍କୁଟ ଓ ୧୬ଟି ୧୦ ଗ୍ରାମ ଓଜନର ସୁନା କଏନ ସହିତ ଲକେଟ ଜବତ କରାଯାଇଛି।

ଭିଜିଲାନ୍ସ ଦଳ, ଯେଉଁଥିରେ ୬ ଡିଏସପି, ୫ ଇନ୍ସପେକ୍ଟର, ୯ ଏଏସଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ଅଛନ୍ତି, ଜୟପୁର ସ୍ୱତନ୍ତ୍ର ଜଜଙ୍କ ଦ୍ୱାରା ଜାରି ସର୍ଚ୍ଚ ଓ୍ଵାରଣ୍ଟ ଆଧାରରେ ଏହି ଖୋଜ ଆରମ୍ଭ କରିଛନ୍ତି। ଖୋଜ ଚାଲିଥିବାରୁ ଅଧିକ ସୂଚନା ପରେ ମିଳିବ ବୋଲି ଜଣାପଡ଼ିଛି।

ରାମଚନ୍ଦ୍ର ନାୟକ ୧୯୮୯ରେ କୋରାପୁଟ ସାମାଜିକ ବନୀକରଣ ବିଭାଗରେ ଗ୍ରାମ ବନ କର୍ମଚାରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସାମାଜିକ ଓ ଆଞ୍ଚଳିକ ବନୀକରଣ ମିଶ୍ରଣ ପରେ ସେ ଜୟପୁର ବନ ବିଭାଗରେ ନିଯୁକ୍ତ ହୋଇ ବର୍ତ୍ତମାନ ଜୟପୁର ବନାଞ୍ଚଳରେ ଡେପୁଟି ରେଞ୍ଜର ଓ ଚାର୍ଜ ରେଞ୍ଜର ଭାବେ କାର୍ଯ୍ୟ କରୁଛନ୍ତି। ଏହି ଅଭିଯୋଗରୁ ପରେ ତାଙ୍କର ସମ୍ପତ୍ତି ଗବେଷଣା କରିବା ପାଇଁ ଭିଜିଲାନ୍ସ ଏହି ବଡ଼ ଅଭିଯାନ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?