ମହିଳାଙ୍କୁ ନିଯୁକ୍ତି ସୁଯୋଗ ଦେଇଛି କାଜୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧(ବ୍ୟୁରୋ):ଭାରତ ସରକାରଙ୍କ କୋଚିନ୍‌ସ୍ଥିତ କାଜୁ ଓ କୋକୋ ଉନ୍ନୟନ ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କାଜୁ ସମ୍ପର୍କିତ ୨ ଦିନିଆ ଜାତୀୟ ସମ୍ମିଳନୀ ସୋମବାର ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଉଦ୍‌ଘାଟିତ ହୋଇଛି।
ଏହି ଅବସରରେ ଏକ ଶୁଭେଚ୍ଛା ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଓଡ଼ିଶା କାଜୁ ଉତ୍ପାଦନ ଏବଂ ପ୍ରକ୍ରିୟାକରଣରେ ଏକ ଅଗ୍ରଣୀ ରାଜ୍ୟ। କାଜୁ ଲକ୍ଷ ଲକ୍ଷ ଗରିବ ଲୋକଙ୍କୁ ବିଶେଷ କରି ମହିଳାମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇଥାଏ। ରାଜ୍ୟରେ କାଜୁ ଚାଷ ଓ ପ୍ରକ୍ରିୟାକରଣର ବ୍ୟାପକ ସୁଯୋଗ ରହଛି। ମହିଳାମାନେ ରାଜ୍ୟରେ କାଜୁର ବିକାଶ ଦିଗରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ବିଶ୍ୱାସ ପ୍ରକଟ କରିଛନ୍ତି। ଏଥି ସହିତ ଜାତୀୟ ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ବୈଜ୍ଞାନିକ, ଶିକ୍ଷାବିତ୍‌, କାଜୁଚାଷୀ ଓକାଜୁ ଶିଳ୍ପୋଦ୍ୟୋଗୀମାନେ ନୂତନ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗରେ କାଜୁ ଉତ୍ପାଦନ ଓ ଉତ୍ପାଦିକତା ବୃଦ୍ଧି ଦିଗରେ ସମାଧାନର ପନ୍ଥା ନିର୍ଦ୍ଧାରଣ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କହିଛନ୍ତି। ସମ୍ମିଳନରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ କହିଛନ୍ତି ଯେ ଓଡ଼ିଶାର ଜଳବାୟୁ ଓ ମୃତ୍ତିକା କାଜୁ ଚାଷ ନିମନ୍ତେ ଅତ୍ୟନ୍ତ ଉପଯୋଗୀ। ଚଳିତ ବର୍ଷ ରାଜ୍ୟର ୨୦ ହଜାର ହେକ୍ଟର ଜମିରେ ନୂତନ ଭାବରେ କାଜୁ ଚାଷ କରାଯିବା କାର୍ଯ୍ୟକ୍ରମ ହାତକୁ ନିଆଯିବ। ରାଜ୍ୟର ଜନଜାତି ଓ ପଛୁଆ ଜିଲାଗୁଡ଼ିକରେ କାଜୁ ଚାଷକୁ ପ୍ରୋତ୍ସାହନ ଦିଆଯାଉଛି। କାଜୁ ଉତ୍ପାଦନ ଓ ଉତ୍ପାଦିକତା ବୃଦ୍ଧି ନିମନ୍ତେ ନୂତନ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ସହ ଉନ୍ନତ ମାନର ଚାରା ଓ ପରିଚାଳନା ଆବଶ୍ୟକ ରହିଛି ବୋଲି ସଚିବ କହିଛନ୍ତି। କେନ୍ଦ୍ର ସରକାରଙ୍କ ଉଦ୍ୟାନ କୃଷି ବିଭାଗର କମିଶନର ପ୍ରଭାତ କୁମାର କହିଛନ୍ତି ଯେ କାଜୁରେ ନୂଆ ଷ୍ଟାର୍ଟଅପ୍‌ ପ୍ରତିଷ୍ଠା କରିବାରେ ଅନେକ ସୁଯୋଗ ରହିଛି। କାଜୁଚାଷ ନିମନ୍ତେ କ୍ଲଷ୍ଟରପନ୍ଥା ଆପଣାଇବା ସହିତ ମୂଲ୍ୟବୃଦ୍ଧି ବଜାରୀକରଣ ସୃଷ୍ଟି ଉପରେ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ସେ କହିଛନ୍ତି। ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ କହିଛନ୍ତି ଯେ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ଟି ହାଇବ୍ରିଡ୍‌ କାଜୁ କିସମ ତିଆରି କରାଯାଇଛି। ଏଥିସହିତ ବିଶ୍ୱବିଦ୍ୟାଳୟ ପକ୍ଷରୁ କଳିଙ୍ଗ କାଜୁ-୧ ନାମରେ ଏକନୂତନ ହାଇବ୍ରିଡ୍‌ କିସମ ମଧ୍ୟ ଖୁବଶୀଘ୍ର ବାହାର କରାଯିବାର କାର୍ଯ୍ୟ କ୍ରମ ରହିଛି। କାଜୁ ବଗିଚାରେ ସାରୁ, ଭେଣ୍ଡି, ବାଇଗଣ ଇତ୍ୟାଦି ଚାଷ କଲେ ଚାଷୀଙ୍କ ରୋଜଗାର ବୃଦ୍ଧି ପାଇବ ବୋଲି ସେ କହିଛନ୍ତି। କାଜୁ ଉନ୍ନୟନ ନିଗମର ଅଧ୍ୟକ୍ଷ ସୁବାସଚନ୍ଦ୍ର ମହାରଣା କହିଛନ୍ତି ଯେ ଓଡ଼ିଶାରେ କାଜୁ ମୁଖ୍ୟତଃ ଜୈବିକ ପ୍ରଣାଳୀରେ ଚାଷ କରାଯାଇଥାଏ ଏବଂ କୋରାପୁଟ କାଜୁର ଚାହିଦା ବିଶ୍ୱବଜାରରେ ରହିଛି। ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା କହିଛନ୍ତି ଯେ ରାଜ୍ୟରେ ସଂପ୍ରତି ଏକ ଲକ୍ଷ ୨୦ ହଜାର ହେକ୍ଟର ଜମିରେ କାଜୁଚାଷ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri