Posted inଜାତୀୟ

ଜାତିଗତ ପ୍ରମାଣପତ୍ର ଆବେଦନକାରୀଙ୍କ ଜୀବନଶୈଳୀ ଆଧାରରେ ମନା କରିହେବ ନାହିଁ…

ମୁମ୍ବାଇ, ୨୩।୨ : ଜାତିଗତ ପ୍ରମାଣପତ୍ର ଆବେଦନକାରୀଙ୍କ ଜୀବନଶୈଳୀ ଆଧାରରେ ମନା କରିହେବ ନାହିଁ। ଏହା ଆଫିନିଟ୍‌ ଟେଷ୍ଟ୍‌ ହୋଇପାରେ କିନ୍ତୁ ଲିଟମସ୍‌ ଟେଷ୍ଟ୍‌ ନୁହେଁ ବୋଲି ବମ୍ବେ ହାଇକୋର୍ଟ ଏକ ମାମଲାର ବିଚାର କରି କହିଛନ୍ତି। ସମୟ ସହିତ କୌଣସି ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଜୀବନଧାରଣ ମାନରେ ଉନ୍ନତି ଆସିବା ସହିତ ଦୈନଦିନ ଜୀନଶୈଳୀରେ ବହୁ ପରିବର୍ତ୍ତନ ହୋଇଥାଏ।

କିନ୍ତୁ ଏଭଳି ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଆବେଦନକାରୀ ସମ୍ପୃକ୍ତ ସମ୍ପ୍ରଦାୟର ନୁହେଁ ବୋଲି କହି ଜାତିଗତ ପ୍ରମାଣପତ୍ର ଦେବାକୁ ମନା କରିହେବ ନାହିଁ ବୋଲି କୋର୍ଟ କହିଛନ୍ତି।

ବିଚାରପତି ଏସ୍‌.ଭି.ଗଙ୍ଗାପୁରଓ୍ବାଲା ଏବଂ ଏସ୍‌.ଜି.ଡିଗେଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରି ଏଭଳି ରାୟ ପ୍ରଦାନ କରିଛନ୍ତି।

କଲେଜରେ ନାମ ଲେଖାଇବା ସମୟରେ ଜଣେ ଛାତ୍ରଙ୍କ ଜାତିଗତ ପ୍ରମାଣପତ୍ରକୁ ସ୍କୃଟିନି କମିଟି ପକ୍ଷରୁ ମିଥ୍ୟା ବୋଲି କୁହାଯାଇଥିଲା। ଛାତ୍ରଙ୍କ ଜୀବନଶୈଳୀକୁ ଦୃଷ୍ଟିରେ ରଖି କମିଟି ପକ୍ଷରୁ ଏଭଳି ନିଷ୍ପତ୍ତିଗ୍ରହଣ କରାଯାଇଥିଲା। ଏହାକୁ ଭେରିଫିକେଶନ ପାଇଁ ପଠାଯିବା ସହିତ ଭିଜିଲାନ୍‌ ସେଲ୍‌କୁ ପଠାଇ ଦିଆଯାଇଥିଲା।

ଛାତ୍ରଙ୍କ ସମ୍ପର୍କୀୟ ଭାଇ ଭଉଣୀ କଲେଜରେ ଅଧ୍ୟୟନ କରୁଛନ୍ତି। ମାତ୍ର ତାଙ୍କର ଜାତିଗତ ପ୍ରମାଣପତ୍ରକୁ ମନା କରାଯାଇଥିଲା। ପରେ ଛାତ୍ର ଜଣକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri