Posted inଖେଳ

ସେମିରେ ପରାଜୟ ପରେ ଖେଳାଳିଙ୍କ ଘର ଆଗରେ ବାଣ ଫୁଟାଇ ନାଚିଲେ

ଡେରାଡୁନ,୫।୮: ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଆର୍ଜେଣ୍ଟିନାଠାରୁ ହାରିବା ପରେ ଭାରତୀୟ ମହିଳା ହକି ଦଳର ସ୍ବର୍ଣ୍ଣ ପଦକ ହାତେଇବା ଆଶା ମାଟିରେ ମିଶିଯାଇଛି। ହେଲେ ଏହି ପରାଜୟ ପରେ ଉତ୍ତରାଖଣ୍ଡର ହରିଦ୍ୱାର ଜିଲାରେ ମହିଳା ଦଳର ସଦସ୍ୟା ବନ୍ଦନା କାଟାରିୟାଙ୍କ ଘର ଆଗରେ ବାଣ ଫୁଟାଇ ନାଚିଥିଲେ ଦୁଇ ଜଣ ଦୃର୍ବୁତ୍ତ। ବନ୍ଦନାଙ୍କ ପରିବାର ସଦସ୍ୟଙ୍କୁ ପରିହାସ କରିବା ସହ ଜାତିଭିତ୍ତିକ କମେଣ୍ଟ କରିଥିଲେ। ଏ ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଆର୍ଜେଣ୍ଟିନାଠାରୁ ପରାଜୟ ମିଳିବା ପରେ ଦୁଇ ଜଣ ବ୍ୟକ୍ତି ରୋଶନାବାଦ ଅଞ୍ଚଳରେ ବନ୍ଦନାଙ୍କ ଘର ଆଗରେ ବୁଧବାର ସନ୍ଧ୍ୟାରେ ବାଣ ଫୁଟାଇ ନାଚିଥିଲେ ବୋଲି ସିଡ୍‌କଲ ଥାନା ଅଧିକାରୀ କହିଛନ୍ତି।

କୋଳାହଳ ଶୁଣି ଘରୁ ବାହାରିଥିଲେ ବନ୍ଦନାଙ୍କ ପରିବାର ସଦସ୍ୟ। ସେମାନଙ୍କୁ କମେଣ୍ଟ କରି କହିଥିଲେ, ଟିମ୍‌ ଇଣ୍ଡିଆର ପରାଜୟର କାରଣ ଦଳରେ ବହୁ ଦଳିତ ଖେଳାଳି ଥିଲେ। ଏହାପରେ ବନ୍ଦନାଙ୍କ ପରିବାର ସଦସ୍ୟ ଓ ଉକ୍ତ ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିଯୋଗୁ ବନ୍ଦନାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ।

ଏହି ଘଟଣାରେ ବିଜୟ ପାଲ ନାମକ ଜଣେ ଯୁବକଙ୍କୁ ଆଇପିସି ଦଫା ୫୦୪ (ଜାଣିଶୁଣି ଅପମାନିତ କରିବା) ଓ ଏସ୍‌ସି-ଏସ୍‌ଟି ଆଇନ ଅଧୀନରେ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?