ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ ଆବାହକ ପ୍ରଶାନ୍ତ କୁମାର ପ୍ରଧାନଙ୍କ ଆହ୍ବାନ କ୍ରମେ ସଂଘର କର୍ମକର୍ତ୍ତାଙ୍କ ସମେତ ଅନୁସୂଚିତ ଜନଜାତି, ଜାତି ଓ ପଛୁଆବର୍ଗର ଲୋକମାନେ ସାରିଙ୍ଗିଇର୍ପି ସଭା ପଡ଼ିଆରେ ଏକାଠି ହୋଇଥିଲେ। ସେଠାରେ ବ୍ଲକ ଆବାହକଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟସ୍ତରୀୟ ନେତୃତ୍ୱ ଯୋଗଦେଇଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ସଂଘର ରାଜ୍ୟ ସଭାପତି ବିଜୟ କୁମାର ସେଠୀ ଯୋଗଦେଇଥିବା ବେଳେ ଅନ୍ୟ ଅତିଥିଙ୍କ ମଧ୍ୟରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସଂଘର କର୍ମକର୍ତ୍ତା ଯୋଗଦେଇଥିଲେ।

ବିଶେଷ କରି ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାର ନେତୃତ୍ୱ ବୃନ୍ଦ ଯୋଗଦେଇଥିଲେ। ଦାରିଙ୍ଗବାଡ଼ିର ସଂଘର ଆବାହକ ତଥା ସଭାପତି ପ୍ରଶାନ୍ତ କୁମାର ପ୍ରଧାନଙ୍କ ସମେତ ସମ୍ପାଦକ ନିରୋଜ ପ୍ରଧାନ ଆଦିବାସୀ ଦଳିତ ମହାସଂଘ ସଭାପତି ତ୍ରିନାଥ ପ୍ରଧାନ, ସମ୍ପାଦକ ସନ୍ତୋଷ କୁମାର ପ୍ରଧାନ, ନାରୀନେତ୍ରୀ ବିଳାସିନି ନାୟକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଜନଜାତି ଓ ଦଳିତ ଲୋକଙ୍କୁ ନିର୍ଯାତନା ଅତ୍ୟାଚାର କରିବା ବନ୍ଦ କର ବୋଲି ଚେତାବନୀ ଦେଇଥିଲେ। ପରେ ହାତରେ ବ୍ୟାନର, ପ୍ଲା କାର୍ଡ ଧରି ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ସେମାନଙ୍କ ଦାବି ଯେ, ଦାରିଙ୍ଗବାଡ଼ି ସହର ଅଞ୍ଚଳରେ ବସବାସ କରୁଥିବା ସମସ୍ତ ବାସିନ୍ଦାଙ୍କ ପୂର୍ବଜମାନଙ୍କ ସ୍ଥାୟୀ ଠିକଣାକୁ ଯାଞ୍ଚ କରିବା ସହ ତାର ସଠିକ ତଦନ୍ତ କରାଯାଉ। ସେହିପରି ଉକ୍ତ ବ୍ଲକରେ ଧର୍ମ ନାମରେ ମୂଳନିବାସୀଙ୍କୁ ଅତ୍ୟାଚାର କରାଯାଉଥିବା ଅଭିଯୋଗ କରାଯାଇଛି ଏଥିସହ ମୂଳନିବାସୀଙ୍କୁ ରାଜନୈତିକ ଅଧିକାର, ମୌଳିକ ଅଧିକାର ଓ ସାମାଜିକ ଅଧିକାରରୁ ବଞ୍ଚିତ କରାଯାଉଥିବା ସଂଘ ଅଭିଯୋଗ କରିବା ସହ ଏହା ବନ୍ଦ କରିବାକୁ ଦାବି ଉଠାଇଛି। ସେହିପରି ମୂଳନିବାସୀଙ୍କ ଜଙ୍ଗଲ ଜମିଙ୍କୁ ସୁରକ୍ଷା ଦେବା ସହ ଭୂମିହୀନଙ୍କୁ ଭୂମି ଏବଂ ଭୂମି ପଟ୍ଟା ଯୋଗାଇଦେବା ଦାବି, ରାଶନ ସାମଗ୍ରୀ ଉଚ୍ଚ ଦରରେ ବିକ୍ରି ଅଭିଯୋଗ ତାର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଆଦି ଦାବି ରଖାଯାଇଛି। ସଂଘ ପକ୍ଷରୁ ଶୋଭାଯାତ୍ରାରେ ବାହାରି ସହର ବୁଲିବା ପରେ ଏକ ଦାବିପତ୍ର ବାଲିଗୁଡ଼ା ଉପଜିଲାପାଳଙ୍କ ଜରିଆରେ ରାଜ୍ୟର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ତହସିଲଦାର ଧୀରଜ ପାତ୍ରଙ୍କୁ ଦାବିପତ୍ର ଦେଇଥିଲେ। ଆଇନ ଶୃଙ୍ଖଳା ପରିସ୍ଥିତିକୁ ନଜରେ ରଖି ଆଇଆଇଆସି ସଂଗ୍ରାମ କେଶରୀ ଜେନା ସଦଳବଳ ଉପସ୍ଥିତ ରହି ତଦାରଖ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri