ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ଅପରାହ୍ନ ଗୃହରେ ଖର୍ଚ୍ଚଦାବି ଆଲୋଚନା କାଳରେ କହିଥିଲେ। ସରକାରଙ୍କୁ ଟାର୍ଗେଟ କରି ରଣେନ୍ଦ୍ର କହିଥିଲେ ଯେ, ତମେ ତ କହୁଥିଲ ସବୁ ତାମିଲ ନେଇଗଲେ, ତୁମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କହୁଥିଲେ ସିବିଆଇ ତଦନ୍ତ କରାଇବେ। ହେଲେ ଏବେ କାହିଁକି କରୁ ନାହାନ୍ତି। ସେହିପରି ଶ୍ରୀମନ୍ଦିରର ୪ ଦ୍ୱାର ଖୋଲି ଦେଇ ପରେ ପୁଣି ୩ ଦ୍ୱାର ବନ୍ଦ କରିଦେଲ। ତମେ କହିଥିଲ ରତ୍ନଭଣ୍ଡାର ଚାବି ତାମିଲ ଯାଇଛି ବୋଲି, ଏବେ ତମେ ତାକୁ ଧର ବୋଲି କଥା ଛଳରେ ସରକାରକୁ ଆକ୍ଷେପ କରି ରଣେନ୍ଦ୍ର କହିଥିଲେ। ତାମିଲ ନେଇଗଲ ତାମିଲ ନେଇଗଲ ବୋଲି ତମେ ଯେଉଁ ମିଛ କହୁଥିଲ ତାହା ଏବେ ଧରା ପଡ଼ିଛି ବୋଲି ରଣେନ୍ଦ୍ର କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri