Posted inଜାତୀୟ

ଆରମ୍ଭ ହେବ ‘କ୍ୟାଚ୍‌ ଦି ରେନ୍‌’

ନୂଆଦିଲ୍ଲୀ, ୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମନ୍‌ କୀ ବାତ୍‌ ରେଡିଓ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେଇଛନ୍ତି। ଜଳଶକ୍ତି ମନ୍ତ୍ରଣାଳୟ ଖୁବ୍‌ଶୀଘ୍ର ‘କ୍ୟାଚ୍‌ ଦି ରେନ୍‌’ ନାମରେ ୧୦୦ ଦିନିଆ ଜଳସଂରକ୍ଷଣ ଅଭିଯାନ ଆରମ୍ଭ କରିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଜଳସଂରକ୍ଷଣରେ ଆମର ସାମୂହିକ ଦାୟିତ୍ୱକୁ ବୁଝିବା ଲାଗି ଏହା ପ୍ରକୃଷ୍ଟ ସମୟ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ମନ୍‌ କୀ ବାତ୍‌ରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଜଗତସିଂହପୁର ଜିଲାର ନାୟକ ସାର୍‌ (ସିଲୁ ନାୟକ)ଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଭାରତୀୟ ସୈନ୍ୟବାହିନୀରେ ଯୋଗଦେବା ପାଇଁ ଚାହୁଁଥିବା ଯୁବକମାନଙ୍କୁ ନାୟକ ସାର୍‌ ମାଗଣାରେ ମିଲିଟାରୀ ପ୍ରଶିକ୍ଷଣ ଦେଉଛନ୍ତି। ସେ ଜଣେ ମିଶନ ମଣିଷ ବୋଲି ମୋଦି କହିଥିଲେ। ତାଙ୍କ ସଂଗଠନର ନାଁ ମହାଗୁରୁ ବାଟାଲିୟନ। ଶାରୀରିକ ଫିଟ୍‌ନେସଠାରୁ ଆରମ୍ଭ କରି ସାକ୍ଷାତକାର ଓ ଲିଖିତ ପରୀକ୍ଷା ଓ ତାଲିମ୍‌ ପର୍ଯ୍ୟନ୍ତ ସବୁ କିଛି ନାୟକ ସାର୍‌ ଶିଖାଇଥାନ୍ତି। ସେହିପରି ଆତ୍ମନିର୍ଭର ଭାରତ ସମ୍ପର୍କରେ ମୋଦି କହିଥିଲେ, ଏହା କେବଳ ଅର୍ଥନୈତିକ କାର୍ଯ୍ୟକ୍ରମ ନୁହେଁ, ଏକ ଜାତୀୟ ଭାବନାରେ ପରିଣତ ହୋଇଛି। ଦେଶରେ ବିଜ୍ଞାନକୁ ଅଧିକ ଲୋକପ୍ରିୟ କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବିଜ୍ଞାନ କେବଳ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଏବଂ ଗବେଷଣାଗାରରେ ସୀମିତ ନୁହେଁ। ଗବେଷଣାଗାରରୁ ଭୂମି (ଲାବ୍‌ ଟୁ ଲ୍ୟାଣ୍ଡ) ମନ୍ତ୍ରରେ ବିଜ୍ଞାନର ସମ୍ପ୍ରସାରଣ ଲାଗି ମୋଦି ଆହ୍ବାନ ଦେଇଛନ୍ତି। ବିଶ୍ୱର ସର୍ବପୁରାତନ ଭାଷା ତାମିଲ୍‌ ଶିଖିବା ପାଇଁ ଯଥେଷ୍ଟ ପ୍ରୟାସ କରି ନ ଥିବାରୁ ପ୍ରଧାନମନ୍ତ୍ରୀ ଦୁଃଖପ୍ରକାଶ କରିଥିଲେ। ତାମିଲ ଭାଷା ଅତି ସୁନ୍ଦର ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri