ଅନଗୁଳ-ଢେଙ୍କାନାଳ

ଗ୍ରାହକଙ୍କ ପସନ୍ଦ ଚକୁଳି ପିଠା

ବଅଁରପାଳ,୧୩।୭(ଡି.ଏନ.ଏ.)- ସକାଳ ହେଉ କି ସନ୍ଧ୍ୟା, ତାଙ୍କ ହାତ ତିଆରି ଚକୁଳି ପିଠା ଖାଇବାକୁ ଦୋକାନରେ ବଢ଼ୁଛି ଭିଡ଼। ମସଲା ଦୋସା ପାଇଁ ଗ୍ରାହକଙ୍କଠାରୁ ମିଳୁଛି ବହୁ ଅର୍ଡର। ଗ୍ରାହକଙ୍କୁ ସନ୍ତୁଷ୍ଟ କରିପାରୁଥିବାରୁ ଦୋକାନ ମାଲିକ ମଧ୍ୟ ତାଙ୍କ ଉପରେ...

ଶୈଳଶ୍ରୀକ୍ଷେତ୍ର ବାହୁଡ଼ିଲେ ମହାବାହୁ: ଆଜି ରଥ ଉପରେ ସୁନାବେଶ

ଅନୁଗୋଳ ଅଫିସ, ୧୩।୭ – ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ୯ ଦିନର ଲୀଳାଖେଳ ଶେଷ କରି ଶୈଳଶ୍ରୀକ୍ଷେତ୍ର ବାହୁଡ଼ି ଆସିଛନ୍ତି ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ଭଉଣୀ ଭାଇଙ୍କୁ ଧରି ମହାପ୍ରଭୁ ଫେରିବା ବେଳେ ଥାନା ଛକରେ ପୋଡ଼ପିଠା...

ବାହୁଡାରେ ସୁନାବେଶ ଦର୍ଶନ କଲେ ଭକ୍ତ

ଢେଙ୍କାନାଳ ଅଫିସ,୧୨ା୭: ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ ଟାଣୁଥିବା ସାନରଥ ରଥଗଡାଠାରେ ଲାଗିଥିଲା। ସନ୍ଧ୍ୟାରେ ହରଶୟନ ଏକାଦଶୀ ଉପଲକ୍ଷେ ଶ୍ରୀଜୀଉ ଶ୍ରଦ୍ଧାଳୁମାନଙ୍କୁ...

ଭୁବନେଶ୍ୱରରେ ହେବ ସାତକୋଶିଆ ମାନସମନ୍ଥନ ୧୫ରେ ବାଘୁଣୀ ସୁନ୍ଦରୀର ଭାଗ୍ୟ ନିର୍ଦ୍ଧାରଣ

ବନ୍ତଳା,୧୧ା୭ : ଆସନ୍ତା ୧୫ ତାରିଖରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ନେଇ ଭୁବନେଶ୍ୱରରେ ହେବ ମାନସମନ୍ଥନ। ରାଜ୍ୟ ସରକାରଙ୍କ ପକ୍ଷରୁ ବସୁଥିବା ଏହି ବୈଠକରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ଉପରେ ଆଲୋଚନା ହେବ। ବିଶେଷକରି ୨୦୧୮ ନଭେମ୍ବର ୬ରୁ...

ଇରିଙ୍ଗାଝରଣରେ ବେଲଟିକିରିର ପୁନରାବୃତ୍ତି: ମିଥ୍ୟା ତଥ୍ୟ ଦେଇଥିଲା ଶିଶୁ ସୁରକ୍ଷା ବିଭାଗ

ଢେଙ୍କାନାଳ ଅଫିସ, ୧୨ା୭- ବେଲଟିକିରି ସେଲ୍‌ଟର ହୋମ୍‌ ଅନ୍ତେବାସୀ ନିର୍ଯାତନା ଘଟଣାରୁ କିଛି ଶିଖିଲାନି ଢେଙ୍କାନାଳ ଜିଲା ଶିଶୁ ସୁରକ୍ଷା ବିଭାଗ। ଶିଶୁ ନିର୍ଯାତନା ଭଳି ସମ୍ବେଦନଶୀଳ ଘଟଣାକୁ ଅତ୍ୟନ୍ତ ଖାମଖିଆଲ ଭାବେ ନେଲେ ବିଭାଗୀୟ ଅଧିକାରୀ। ଏପରି କି...

୬୨ ଛାତ୍ରୀଛାତ୍ର ଉଦ୍ଧାର

କାମାକ୍ଷାନଗର, ୧୨।୭(ଡି.ଏନ.ଏ.)-କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଞ୍ଚାୟତ ଇରିଙ୍ଗାଝରଣରେ ବେଆଇନ ଭାବେ ଚାଲିଥିବା ଶ୍ରୀ ଲକ୍ଷ୍ମୀନାରାୟଣ ଆଶ୍ରମ ବିଦ୍ୟାଳୟର ୩ୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ପରେ ସ୍କୁଲର କଳା କାରନାମା ଉପରୁ ଧୀରେ ଧୀରେ ପରଦା ହଟିବାରେ ଲାଗିଛି। ଜିଲା ଶିଶୁ...

ଜାତୀୟ ସ୍କୋଏ ମାର୍ଶଲ ଆର୍ଟ: ଅନୁଗୋଳକୁ ୨ ପଦକ

ଅନୁଗୋଳ ଅଫିସ, ୧୨।୭-ଷଷ୍ଠ ତମ ଜାତୀୟ ସ୍କୋଏ ମାର୍ଶଲ ଆର୍ଟ ପ୍ରତିଯୋଗିତା କଶ୍ମୀର ପହଲ ଗ୍ରାମ ଠାରେ ଜୁନ୍‌ ୧୬ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଅନୁଗୋଳ ଜିଲାର କୁନ୍ଦନ କୁମାର...

କଣିହାଁରେ ହାତୀ: ଉଜାଡୁଛନ୍ତି ଫସଲ, ଘର

କଣିହାଁ, ୧୨ା୭(ଡି.ଏନ.ଏ.)-କଣିହାଁ ବ୍ଲକ ଅଞ୍ଚଳରେ କିଛି ଦିନ ହେଲା ୩ ହାତୀ ଆତଙ୍କ ଖେଳାଇଛନ୍ତି। ଗୁରୁବାର ହାତୀପଲ ଦଲକ, ତାଳପଦା, କଣିହାଁ, ହନୁମାନପୁର ପଞ୍ଚାୟତରେ ପଶି ବ୍ୟାପକ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛନ୍ତି। ଦଲକ ଓ ପୋଇପାଳ...

ବର୍ଷା ନାହିଁ, ଚାଷ ଜମି ଫାଟି ଆଁ

ବଅଁରପାଳ, ୧୨।୭(ଡି.ଏନ.ଏ.)-ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ବଅଁରପାଳ ବ୍ଲକରେ ଚଳିତ ବର୍ଷ ବର୍ଷା ଅଭାବ ବେଉଷଣ କାର୍ଯ୍ୟରେ ବାଧା ସାଜିଛି। ବିଲରେ ପାଣି ନ ଥିବାରୁ ବିହୁଡା କାର୍ଯ୍ୟ ହୋଇପାରୁ ନ ଥିବା ଦେଖାଦେଇଛି। ଏପରିକି ଅନେକ ଚାଷ ଜମିରେ...

ଆଜି ଶୈଳଶ୍ରୀକ୍ଷେତ୍ରକୁ ବାହୁଡ଼ିବେ ଶ୍ରୀଜୀଉ: ସନ୍ଧ୍ୟା ସାଢ଼େ ୬ଟାରେ ଛୁଇଁବ ଚକଡ଼ା

ଅନୁଗୋଳ ଅଫିସ, ୧୨।୭-୯ ଦିନ ଜନ୍ମବେଦିରେ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଭଉଣୀ ଭାଇଙ୍କୁ ଧରି ଶୈଳଶ୍ରୀକ୍ଷେତ୍ର ଫେରିବେ ମହାପ୍ରଭୁ ଜଗନ୍ନାଥ। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସକାଳୁ ସମସ୍ତ ନୀତିକାନ୍ତି...

ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୧୧ା୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଡଙ୍ଗାପାଳ ଗ୍ରାମରେ ୨୦୧୬ରେ ସଙ୍ଗଠିତ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ବିଚାରପତି ତଥା ଅତିରିକ୍ତ ଜିଲାଜଜ୍‌ ରାଜକିଶୋର ମହାପାତ୍ର ଅଭିଯୁକ୍ତ ସୁବାସ ସିଂଙ୍କୁ...

ଗାଧୋଇବାକୁ ଯାଉଥିବାବେଳେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ହାତୀ

ରାସୋଳ,୧୧।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ବାବନ୍ଧ ସେକ୍ସନ ଅଧୀନ କାଦୁଆମଡା ଗ୍ରାମର ପ୍ରଫୁଲ ନାୟକ ଗୁରୁବାର ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେ ଅପରାହ୍ନରେ ଗ୍ରାମ ନିକଟସ୍ଥ ବେଗାନାଳକୁ ଗାଧୋଇବା ପାଇଁ ଯାଉଥିବାବେଳେ ଏକ ହାତୀ ତାଙ୍କୁ ଶୁଣ୍ଢରେ ଟେକି...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଘରୋଇ ସେବା ଅଭିଯୋଗ : ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୧।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ମହିଳା ଡାକ୍ତର ବୁଧବାର ମେଡିକାଲରେ ଥାଇ ବି ଏକ ଘରୋଇ ଚିକିତ୍ସାଳୟର କାର୍ଯ୍ୟ କରିବା ଅଭିଯୋଗ ହୋଇଛି। ଜାତୀୟ ଫୁଟବଲ ଖେଳାଳି ତନୁଜା ବାଗେ ଏହି ଅଭିଯୋଗ...

କାଳିଆ ଯୋଜନାରେ ୭୧.୫୪% ଚାଷୀ ନିରାଶ : ଆକାଉଣ୍ଟକୁ ଏଯାଏ ଆସିନି ଟଙ୍କା

ତାଳଚେର, ୧୧ା୭ – ଚାଷୀମାନଙ୍କ ଉନ୍ନତି ତଥା ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ। ଏଥିରେ ରାଜ୍ୟର ୯୨ ପ୍ରତିଶତ ଚାଷୀ ଉପକୃତ ହେବେ ବୋଲି କୁହାଯାଇଥିଲା। ହେଲେ ଅନୁଗୋଳ ଜିଲା ତାଳଚେର ବ୍ଲକରେ...

ଅନୁଗୋଳ, ବଅଁରପାଳ ଖେଳାଳିଙ୍କୁ ଉପେକ୍ଷା : ନିର୍ମାଣ ହୋଇନି ମିନି ଷ୍ଟାଡିୟମ

ଅନୁଗୋଳ ଅଫିସ, ୧୧।୭ – କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ କ୍ରୀଡ଼ା ପ୍ରତିଭା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବ୍ଲକସ୍ତରରେ ମିନି ଷ୍ଟାଡିୟମମାନ ନିର୍ମାଣ କରୁଛନ୍ତି। କିନ୍ତୁ ଅନୁଗୋଳ ଜିଲାର ୮...

କପିଳାସ ପୀଠରେ ଜଳକଷ୍ଟ ସବୁଦିନିଆ: ଅଟକିଛି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୧।୭ – ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠ କପିଳାସରେ ପାନୀୟ ଜଳ ଅଭାବ ପ୍ରମୁଖ ସମସ୍ୟା ଭାବେ ଉଭାହୋଇଛି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁ ବିଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି। ଏହାର ସ୍ଥାୟୀ ସମାଧାନ...

ଆଡ଼ପ ମଣ୍ଡପରେ ଜମୁଛି ଭିଡ଼: ସାନ୍ଧ୍ୟ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୧୦।୭: ରତ୍ନବେଦି ଛାଡ଼ି ଜନ୍ମବେଦିରେ ଚାଲିଛି ଶ୍ରୀଜୀଉଙ୍କ ଲୀଳାଖେଳା। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏକ ପ୍ରମୁଖ ଅଂଶ ହେଉଛି ଆଡ଼ପ ଦର୍ଶନ। ଠାକୁର ପ୍ରତିଦିନ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହାକୁ ଦେଖିବାକୁ ସ୍ଥାନୀୟ ବାଜିଚୌକ୍‌ସ୍ଥିତ...

ବିରଳ ଅହିରାଜକୁ ଗୁଳି କରି ଶିକାର

ବନ୍ତଳା,୧୦।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆ ପାଣ୍ଡୁରୀଶୁଣି ପାହାଡ଼ରେ ବୁଧବାର ସକାଳେ ଏକ ବିରଳ ପ୍ରଜାତିର ଅହିରାଜକୁ ଗୁଳି କରି ଶିକାର କରିଛନ୍ତି ଶିକାରୀ। ଅହିରାଜର ମୃତ୍ୟୁ ପରେ ତାକୁ ଆଣି ଗାଁ ମଝିରେ ରଖାଯାଇଥିଲା। ସାପକୁ ଦେଖିବା...