କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୭୬୧କୁ ବୃଦ୍ଧି ପାଇଛି।…
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୪୫୬ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟା ବୃଦ୍ଧି ପାଇଛି।…
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧର…
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ ଭାରିଆଣ୍ଟ ସାମ୍ନାକୁ ଆସୁଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। କିନ୍ତୁ ଏବେ…
ଭାକ୍ସିନ୍ର ୨ ଡୋଜ୍ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…
ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ ବି ୪୦୦୦ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନର ଚିନ୍ତା…
ଏପ୍ରିଲ୍ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍…
ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଡେଲ୍ଟା ପ୍ଲସ୍ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍ ୫ରେ ଜଣେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଦ୍ୱାରା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏପ୍ରିଲ୍ ୧୫ରେ ଅନ୍ୟ ଜଣେ…
ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍ର ଦ୍ୱିତୀୟ ଡୋଜ୍ ୯୫ ପ୍ରତିଶତ ପ୍ରଭାବଶାଳୀ…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।…
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍ ଭାରିଆଣ୍ଟ୍କୁ…
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର…
୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର ଏହା ୫୦ ହଜାରରୁ କମ୍ ରହିଥିଲା। ତେବେ ବୁଧବାର ପୁଣି ବଢ଼ିଛି। ସେହପରି…
ବିପଦ ଆଣିଲା ନୂଆ ଭାରିଆଣ୍ଟ୍, ପୁଣି ଦିଆଯିବ ଭାକ୍ସିନ୍ ଡୋଜ୍…
ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍ ଯୋଗୁ ବିପଦ ବଢ଼ିବାରେ ଲାଗିଛି। ରୁଷିଆରେ ଦେଖାଦେଇଥିବା ନୂଆ ଭାରିଆଣ୍ଟ୍ରୁ ଦୂରେଇ ରହିବା ପାଇଁ ପୁଣି…
ଭାକ୍ସିନ୍ ନେଲେ ମିଳୁଛି ଫ୍ରିଜ୍ ସହିତ ଅନ୍ୟ ଦାମିକା ଉପହାର…
ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ ଥିବା ଇନ୍ଦୋରରେ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଭାକ୍ସିନ୍ ନେଲେ ଉପହାର ପ୍ରଦାନ କରାଯାଉଛି।…
Archives


