କରୋନା ଭାଇରସ୍‌

ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି…

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ ଏହି…

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ ଜିଲାପାଳ,…

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି। କେବଳ ମାସ୍କ ପାଇଁ ନୁହେଁ ବରଂ ରାଜ୍ୟର…

କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଆକ୍ରାନ୍ତ ଶିଶୁଙ୍କ ପାଇଁ ମାର୍ଗଦର୍ଶିକା ପ୍ରକାଶ ପାଇଛି। ଛୋଟପିଲାଙ୍କ କ୍ଷେତ୍ରରେ ରେମଡେସିଭିର ବ୍ୟବହାର ମନା…

କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍‌ମୋ ମେଶିନ

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍‌ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ ବହୁ ରୋଗୀ ଚିକିତ୍ସା ପାଇଁ ଅନ୍ୟ ରାଜ୍ୟକୁ ସ୍ଥାନାନ୍ତର ହେଉଛନ୍ତି। ତେଣୁ ଆବଶ୍ୟକତାକୁ ଦୃଷ୍ଟିରେ…

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା। କରୋନା ମହାମାରୀରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ଅର୍ଥନୈତିକ ଦୃଷ୍ଟିରୁ…

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଶିଶୁମାନଙ୍କ କୋଭିଡ ଲକ୍ଷଣ ସହ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିସହ ଶିଶୁମାନଙ୍କ…

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ କରିଛନ୍ତି।…

ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ ଲହର ଆସିପାରେ ବୋଲି ଆଶଙ୍କା କରି ରାଜ୍ୟ ସରକାର ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।…

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା…

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌ ନଷ୍ଟ ହେବା ଏବଂ ଟିକାଦାନରେ ଅବହେଳା କରାଯାଉଥିବା କେତେକ ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ ଲଳିତପୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?