କରୋନା ଭାଇରସ୍‌

ଦିଲ୍ଲୀରେ ଲାଗୁ ହୋଇପାରେ ରାତ୍ରିକାଳୀନ କର୍ଫ୍ୟୁ: ହାଇକୋର୍ଟକୁ ସୂଚନା ଦେଲେ କେଜରିଓ୍ବାଲ ସରକାର

ନୂଆଦିଲ୍ଲୀ,୨୬।୧୧: ରାଜଧାନୀ ଦିଲ୍ଲୀରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଥିବା ବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀରୁ କରୋନା ସଂକ୍ରମଣର ଗତିକୁ ହ୍ରାସ କରିବା ପାଇଁ ଦିଲ୍ଲୀରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇପାରେ।...

କୋଭିଡ-୧୯ରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ବାତ୍ୟା‘ନିଭାର’ ପାଇଁ ହୋଇପାରିଲାନି ଚିକିତ୍ସା

ଭୋପାଳ,୨୬।: ଦେଶରେ କରୋନା ସଂକ୍ରମଣ ପୁଣି ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଉଛି। କରୋନା ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯେତେ ପ୍ରଚେଷ୍ଟା କଲେ ମଧ୍ୟ ଏହାକୁ ରୋକିବାରେ...

ସିରମ ଇନଷ୍ଟିଚ୍ୟୁଟ ଯାଇ କରୋନା ଟିକା ସମ୍ପର୍କରେ ତଥ୍ୟ ନେବେ ମୋଦି

ନୂଆଦିଲ୍ଲୀ,୨୬ ।୧୧: କରୋନା ମହାମାରୀ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଏବେ ଏହା ପାଖାପାଖି ଏକ ବର୍ଷ ପୂରଣ କରିବା ଲକ୍ଷ୍ୟରେ ଆଗେଇ ଚାଲିଛି । ହେଲେ ଏପର୍ଯ୍ୟନ୍ତ ଏହାର କୌଣସି ସଠିକ୍ ଔଷଧ ମିଳି ପାରି...

ପରିବେଶ ମନ୍ତ୍ରୀ ଗୋପାଲ ରାୟ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୨୬।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହା କବଳରୁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ଭିଭିଆଇପି ମଧ୍ୟ ବର୍ତ୍ତି ପାରିନାହାନ୍ତି। ଏହି କ୍ରମରେ ଦିଲ୍ଲୀରେ ପରିବେଶ ମନ୍ତ୍ରୀ ତଥା ଆପ୍‌ ନେତା ଗୋପାଲ...

କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ମିଟର ପର୍ଯ୍ୟନ୍ତ ହେବ ସିଲ୍‌: ଯୋଗୀ ସରକାର

ଲକ୍ଷ୍ନୌ,୨୬।୧୧: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନୂଆ ନିୟମ ପ୍ରଣୟନ କରାଯାଇଛି। କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ ମିଟର ପର୍ଯ୍ୟନ୍ତ ସିଲ୍‌ କରିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି।...

ଦେହଜୀବୀଙ୍କୁ କରୋନା ସହାୟତା: ମାସକୁ ୫ ହଜାର ସହିତ ୫ କିଲୋ ରାଶନ

ମୁମ୍ବାଇ,୨୬।୧୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ମୁମ୍ବାଇରେ ବାସ କରୁଥିବା ୫,୬୦୦ରୁ ଅଧିକ ଦେହଜୀବୀଙ୍କ ଆର୍ଥିକ ସ୍ଥିତି ଖରାପ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାର ଦେହଜୀବୀଙ୍କୁ ମାସିକ ୫ ହଜାର ଟଙ୍କା ସହିତ ୫...

ରାଜ୍ୟରେ ପୁଣି ୬୪୪ କରୋନା ପଜିଟିଭ୍‌ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୨୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ...

ଭୁବନେଶ୍ୱରରୁ ଆଜି ପୁଣି ୩୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍‌୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ପଞ୍ଜାବରେ ଫେରିଲା ରାତ୍ରିକାଳୀନ କର୍ଫ୍ୟୁ: ମାସ୍କ ନ ପିନ୍ଧିଲେ ହଜାରେ ଟଙ୍କା ଜରିମାନା

ଚଣ୍ଡିଗଡ଼,୨୫।୧୧: ଦିଲ୍ଲୀ-ଏନ୍‌ସିଆରରେ କରୋନାର ଗମ୍ଭୀର ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ରାଜ୍ୟରେ ନୂଆ କଟକଣା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ସମସ୍ତ ସହରଗୁଡ଼ିକରେ ପୁଣି ଥରେ ରାତ୍ରିକାଳୀନ କର୍ଫ୍ୟୁ...

ରାଜ୍ୟରେ ଆଖିବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୬୮୭ରେ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୭୩୦ କରୋନା ପଜିଟିଭ; ୩୧୬୦୦୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri