ଗଞ୍ଜେଇ ନେଇ ବିହାର ଖସିବା ପୂର୍ବରୁ ପୋଲିସ୍ର ସର୍ଜିକାଲ୍ ଷ୍ଟ୍ରାଇକ୍: ବସ୍ ଷ୍ଟାଣ୍ଡ ବିଶ୍ରାମାଗାରରୁ ଯୁବକ ଗିରଫ
ଦାରିଙ୍ଗବାଡ଼ି,୧୪।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା। ଦାରିଙ୍ଗବାଡ଼ି ଅଞ୍ଚଳରୁ ବିହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଚଢ଼ଉ କରି ପୋଲିସ୍ ୨୨ କେଜି ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଗିରଫ…
ସ୍କୁଲ ଯିବା ବାଟରେ ମାରୁଥିଲେ କମେଣ୍ଟ, ଭୟରେ ସ୍କୁଲ ଗଲେନି ଛାତ୍ରୀ; ବନ୍ଧା ହେଲେ…
ହାଟଡିହୀ,୧୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍ ଅଧୀନ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ କମେଣ୍ଟ ମାରିବା ଏବଂ ହଇରାଣ କରିବା ଘଟଣାରେ ପୋଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ସମଣା ପଞ୍ଚାୟତ ଗିରିଗାଁ ଗ୍ରାମର ପ୍ରଳୟ…
ସିସିଟିଭି ଫୁଟେଜରୁ ଧରାପଡ଼ିଲେ ୩ ଗୋରୁ ଚୋର, କଏଦ ହୋଇଛି ସବୁକିଛି…
ବଞ୍ଚୋ,୧୪ା୧୦(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳରେ ଗୋରୁ ଚୋରି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସିସିଟିଭି ଫୁଟେଜ ଯାଞ୍ଚ ଓ ତଦନ୍ତ ପରେ ପୋଲିସ ଏହି ସଫଳତା ପାଇଥିବା ଜଣାପଡ଼ିଛି। ପୋଲିସ, ସୂଚନା ଅନୁଯାୟୀ, ଆନନ୍ଦପୁରର…
ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା; ପୋଲିସର ଅତର୍କିତ ଚଢ଼ାଉରେ ୬ ଜଣ ଗିରଫ; ଟଙ୍କା-ମୋବାଇଲ ସହ…
ପାରଳାଖେମୁଣ୍ଡି,୧୩।୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଜୁଆ ଆଡ୍ଡା ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ସହର ଉପକଣ୍ଠ ପଦ୍ମପୁର ଗ୍ରାମ ନିକଟସ୍ଥ ଏକ ଜଙ୍ଗଲରେ ଚାଲିଥିବା…
ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ
ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩ କେଜି ୫୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଗୋଟିଏ ବାଇକ ଏବଂ…
କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି ସନାତନ ମୁଣ୍ଡା (୪୫)କୁ ବିଭତ୍ସ ଭାବେ ହତ୍ୟା କରି ଦୁର୍ବୃତ୍ତମାନ ଫିଙ୍ଗିଦେଇଥିବା ଅଭିଯୋଗ…
ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…
ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ଉକ୍ତ ଗାଁର ନିମାଇଁ ବରିହା (୩୫)। ତାଙ୍କ ମୃତ୍ୟୁକୁ…
ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ
ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି ହେଲେ ମହିଳାଙ୍କୁ ହ୍ବାଟ୍ସଆପ୍ରେ ଭିଡିଓ କଲ୍ କରି ଉଲଗ୍ନ ହେବାକୁ ବାଧ୍ୟ କରୁଥିଲେ।…
ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….
ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ ସଦସ୍ୟଙ୍କ ଖାଦ୍ୟରେ ମୂଷାମରା ବିଷ ମିଶାଇଥିବା ଅଭିଯୋଗ ହୋଇଛି । ଖାଦ୍ୟ ଖାଇବା…
ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼
ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ ପାଣିଗଣ୍ଡା ବିଟ୍ ତୁଳସୀ ନଗରରୁ ବେଆଇନ ଭାବେ ବାଘଛାଲ କାରବାର ସମୟରେ ବନ…
ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ ବଡ଼ଧରଣର ସଫଳତା ହାସଲ କରିଛି। ଆନନ୍ଦପୁର ଏସ୍ଡିପିଓ କମଳ କୁମାର ପଣ୍ଡାଙ୍କ ନେତୃତ୍ୱରେ…
ବୋଲେରୋରେ ଚାଲାଣ ହେଉଥିଲା କଫ୍ ସିରପ୍: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…
ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍ ସିରପ୍ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍ ସିରପ୍ ଚାଲାଣ ହେଉଥିବା ବେଳେ ପୋଲିସ ଚଢ଼ାଉ କରି ୧୨୦୦ ବୋତଲ କଫ୍ ସିରପ୍…

