ଅପରାଧ

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି ଚୋର। ଗୋଟିଏ ରାତିରେ ହୁମା ବଜାରରୁ ୩ଟି ବାଇକ୍ ଚୋରି ହୋଇଥିବା ଅଭିଯୋଗ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଚୋରି ହୋଇଥିବା ନେଇ ଅଭିଯୋଗ ହେବା ପରେ ଝରିଗାଁ ପୋଲିସ ଦୁଇ…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା ଘଟିଯାଇଛି। ନିଜ ରକ୍ତର ସମ୍ପର୍କ ଯେତେବେଳେ ଭକ୍ଷକ ସାଜେ, ସେତେବେଳେ ସମାଜ ଓ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ, ସୁନା ଚେନ୍ ଓ ଟଙ୍କା ଲୁଟ୍‌ ଏବଂ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ନାଁ ମାନସ ବେହେରା। ଘର ଇଟାମାଟି ଥାନା କୋଡିଏ…

ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ ଦୁଇଟି ବଟଲିଂ ମେସିନ୍ ଜବତ କରାଯାଇଛି। ଏହି ବେଆଇନ କାରବାରରେ ସଂପୃକ୍ତ ଥିବା…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ବମୋକେଇ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହାସହ ଏହି ବେଆଇନ କାରବାରରେ ଲିପ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ମଥୁରାସାହି ଗ୍ରାମରେ। ରମେଶ ବିନ୍ଧାଣୀ ତାଙ୍କ ଶ୍ୱଶୁର ଘର ମଥୁରାସାହିରେ ସ୍ତ୍ରୀ ଭାରତୀ…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ ଗିରଫ କରିଛି। ଅହମ୍ମଦାବାଦସ୍ଥିତ ଡିସିବି ଥାନା ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?