ଅପରାଧ

ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ କରିବାରେ ପୋଲିସ ସଫଳ ହୋଇପାରୁନାହିଁ। ସୋମବାର ରାତିରେ ଆର୍‌ଏମ୍‌ସି ପରିସରରେ ୧୦୮ ଆମ୍ବୁଲାନ୍ସ...

ଶିକାରୀ ଗିରଫ, ଦେଶୀ ବନ୍ଧୁକ ଜବତ

ଛେଣ୍ଡିପଦା,୪।୬(ସ୍ବ.ପ୍ର)-ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ବନବିଭାଗ ଜଣେ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପାତ୍ରପଡା ଗ୍ରାମର ହାଡିବନ୍ଧୁ ମୁଖି। ଏଥିସହ ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରାଯାଇଛି।...

ଟ୍ରେନ୍‌ରେ ଡକାୟତି ଯୋଜନା: ଗ୍ୟାଙ୍ଗର ୬ ଗିରଫ

ବ୍ରହ୍ମପୁର ଅଫିସ,୩ା୬ : ବ୍ରହ୍ମପୁର ରେଳବାଇ ପୋଲିସ ଶନିବାର ବିଳମ୍ବିତ ରାତିରେ ୪ ନମ୍ବର ପ୍ଲାଟଫର୍ମରୁ କୋଣାର୍କ ଏକ୍ସପ୍ରେସରେ ଡକାୟତି ଯୋଜନା କରୁଥିବା ଗ୍ୟାଙ୍ଗର ମାଷ୍ଟରମାଇଣ୍ଡଙ୍କ ସମେତ ୬ ଜଣଙ୍କୁ କାବୁ କରିଛି। ସେମାନଙ୍କ ମଧ୍ୟରେ ୫ ଜଣ ବିହାର...

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ସାଲିଆ ସାହି ବସ୍ତି ବିକାଶ ପରିଷଦ ଅଞ୍ଚଳର ସନ୍ତୋଷ ରେଡ୍ଡୀ ଓ...

ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଉଥିବା ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ କୁମାର ପାଇକରାୟଙ୍କୁ ରବିବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ରବିବାର ଗିରଫ କରିଛି। ଏଥିସହ ତାଙ୍କ ଘରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଜବତ ବିସ୍ଫୋରକ ସାମଗ୍ରୀ ମଧ୍ୟରେ...

ସିଙ୍ଗାପୁରରେ ଚାକିରି ଦେବା ନାଁରେ ଠକେଇ- କ୍ରାଇମ୍‌ ଡିଏସ୍‌ପିଙ୍କୁ ମିଳିଲା ତଦନ୍ତ ଦାୟିତ୍ୱ

ବ୍ରହ୍ମପୁର ଅଫିସ,୩ା୬-ସିଙ୍ଗାପୁରରେ ଚାକିରି ଦେବା କହି ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ଓ ବିଶାଖାପାଟଣା ସମେତ ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ପାଠୁଆ ବେକାରି ଯୁବକଙ୍କଠାରୁ କୋଟିଏ ଟଙ୍କା ଠକେଇ ହୋଇଛି। ଏନେଇ ଶତାଧିକ ଯୁବକ ବ୍ରହ୍ମପୁର ଏସ୍‌ପି...

ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା ଘଟଣା : ହତ୍ୟାକାରୀ ଅଟକ, ରକ୍ତଭିଜା ଖଣ୍ଡା ଜବତ

ପୁରୁଷୋତ୍ତମପୁର,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଶନିବାର ରାତିରେ ଡାକ୍ତର ପ୍ରଧାନଙ୍କୁ ସର୍ବସମ୍ମୁଖରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ତେବେ ଅଭିଯୁକ୍ତ ଜଣକ ସେହି ଗ୍ରାମର ଗାନ୍ଧି ପ୍ରଧାନଙ୍କୁ ପୋଲିସ ଉଠାଇ ଆଣି...

ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ପିଣ୍ଟୁ ଜେନା। ତାଙ୍କ ଘର ଜଗତସିଂହପୁର...

ରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେ

ଭୁବନେଶ୍ୱର,୨।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟରେ ଥିବା ଏକ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରୁ ଶନିବାର ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ନୟାଗଡ଼ କଣ୍ଟିଲୋ ଅଞ୍ଚଳର ଦିଲୀପ କୁମାର ସାହୁ। ଦିଲୀପଙ୍କୁ ମଦ...

ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ ଏ ନେଇ ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ...

କୋଟିପତି ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା, ସୁନା, ଗାଡ଼ି ଜବତ

ଚଢ଼େଇଧରା,୨।୬(ଡିଏନଏ)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ସାମସୁନ୍ଦରପୁର ୟୁଜିଏମ୍‌ଇ ସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ମିଶ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନ ପକ୍ଷରୁ ମିଶ୍ରଙ୍କ...

ଅଚିହ୍ନା ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା: ପଥର ତଳେ ମୃତଦେହ ଚାପି ଦେଇ ଦୁର୍ବୃତ୍ତ ଫେରାର

ପାଟକୁରା, ୨ା୬(ଡ଼ି.ଏନ.ଏ.)-କେନ୍ଦ୍ରାପଡା ଜିଲା ପାଟକୁରା ଥାନା ଅନ୍ତର୍ଗତ ପଳସୁଧା ପଞ୍ଚାୟତ ନିକଟ ପାଇକା ନଦୀର ପଥର ବୁରୁଜ ନିକଟରେ ଶୁକ୍ରବାର ରାତିରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା କରାଯାଇଛି । ବର୍ତ୍ତମାନ ସୁଦ୍ଧା ତାଙ୍କର ପରିଚୟ ମିଳିନାହିଁ । ସ୍ଥାନୀୟ...

Advertisement
Archives

Model This Week

Why Dharitri