ଅପରାଧ

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ପୁଣି ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ମଙ୍ଗଳବାର ପୁଣି ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଗୋପୀନାଥ ନାୟକ, ସ୍ମୃତିସାଗର ମହାପାତ୍ର, ସୁରଜ…

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ୬ ଲକ୍ଷ

ରାଇରଙ୍ଗପୁର,୨୭।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବଜାରରେ ୩ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ତାଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୂଚନାଯୋଗ୍ୟ, ରାଇରଙ୍ଗପୁର ଟାଉନ୍‌ ଥାନା ମୁଖ୍ୟ ବଜାରରେ ମହାନ୍ତି ପାନମସଲା ଦୋକାନୀ…

ଜଙ୍ଗଲରେ ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମବେଳେ ଉଦ୍ଧାର କଲେ ଲୋକେ, ଜଣେ ଅଟକ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ଯୁବକ ଜଙ୍ଗଲରେ ବଳାତ୍କାର ଉଦ୍ୟମ କରୁଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ସମ୍ପୃକ୍ତ ଯୁବକଙ୍କୁ ଧରି ପୋଲିସ ଜିମା ଦିଆଯାଇଛି।…

ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା ଲାଗି ଜଣେ କର୍ମଚାରୀ ଯାଉଥିବା ବେଳେ ତାଙ୍କଠାରୁ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ଏ…

କୁଡ଼ାସାହି ଗ୍ରାମରେ ଡକାୟତି: ମାଡ଼ମାରି ଲୁଟିନେଲେ ଗହଣା, ଟଙ୍କା

ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ଜିଲା କୁଡ଼ାସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ରାତିରେ ଗ୍ରାମର ଉଜ୍ଜ୍ୱଳ ସାହୁଙ୍କ ଘର ଆଗରେ ଏକ ବୋଲେରୋ ରହିଥିଲା। ବୋଲେରୋରୁ ୧୦/୧୨ ଜଣ ଡକାୟତ ଆସି ଉଜ୍ଜ୍ୱଳଙ୍କ ଘରେ ପଶିଥିଲେ। ତାଙ୍କ ସ୍ତ୍ରୀ…

ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍‌ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କୁକୁରଭୁକା ଗ୍ରାମର ମୀନା ବାହାଲା(୩୦)। ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ…

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଚନ୍ଦନ ଦାଶ, ବିଶ୍ୱନାଥ ପ୍ରଧାନ ଓ ପ୍ରତ୍ୟୁଷ…

ପୁଞ୍ଜିଲାଲଙ୍କୁ ୪ ଦିନିଆ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ

କଟକ ଅଫିସ,୨୨।୧: ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବୁଧବାର ଅନ୍ତରୀଣ ଜାମିନ ମିଳିଛି। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ଲାଗି ହାଇକୋର୍ଟ ତାଙ୍କୁ ୪ ଦିନ ଜାମିନ ଦେଇଥିବା…

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା, ସ୍ବାମୀ ଗିରଫ

ରାସୋଳ,୨୨।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ରାସୋଳ ଥାନା କଲୋନୀ ସାହିରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ଆରତୀ ସାହୁ(୧୭)। ରାସୋଳ ଥାନା ପୋଲିସ କାଟଖୁମ୍ପା ଗ୍ରାମର ଟିକିରା ପାହାଡ଼ ତଳୁ ବୁଧବାର ମୃତଦେହକୁ…

କଟକରେ ବ୍ୟବସାୟୀଙ୍କଠାରୁ ଜାଲନୋଟ ଜବତ, ଜମା ପାଇଁ ବ୍ୟାଙ୍କ ନେଇଥିବା ବେଳେ ଧରାପଡ଼ିଲେ

କଟକ ଅଫିସ,୨୨।୧: ମର୍କତନଗର ଥାନା ପୋଲିସ ବୁଧବାର ଜଣେ ବ୍ୟବସାୟୀଙ୍କଠାରୁ ଜାଲ ନୋଟ ଜବତ କରିଛି। ବ୍ୟବସାୟୀ ଜଣକ ସେକ୍ଟର -୯ରେ ଥିବା ଏସ୍‌ବିଆଇ ଶାଖାରେ ୧ ଲକ୍ଷ ୬୦ହଜାର ଜମା ରଖିବା ଲାଗି ଆଣିଥିଲେ। ଏହି ସମୟରେ ବ୍ୟାଙ୍କ କର୍ମଚାରୀ…

ଝାରପଡ଼ା ଜେଲରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ, ଏସ୍‌ସିବି ସ୍ଥାନାନ୍ତର

ଭୁବନେଶ୍ୱର/କଟକରୋଡ,୨୨।୧(ବ୍ୟୁରୋ/ ଡି.ଏନ୍‌.ଏ.): ଭୁବନେଶ୍ୱର ଝାରପଡ଼ା ସ୍ବତନ୍ତ୍ର ଜେଲରେ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ସଂସ୍ଥାର ମୁଖ୍ୟ ପ୍ରଦୀପ ସେଠୀ। ସେ ଶୌଚାଳୟରେ ଇନଭର୍ଟର ତାର ବେକରେ ଗୁଡ଼ାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା ଜଣାପଡ଼ିବା ପରେ ତାଙ୍କୁ ଉଦ୍ଧାର…

ଚାଲାଣ ବେଳେ ଓରକେଲ ପୋଲିସର ଚଢ଼ାଉ: ୮୪ ବସ୍ତା ଗଞ୍ଜେଇ ଜବତ, ୧୧ ଗିରଫ

କୋରୁକୋଣ୍ଡା,୨୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ସୋରଲୁକୋଣ୍ଡାଠାରୁ ଏମ୍‌ଭି ୫୧ ମୁଖ୍ୟ ରାସ୍ତାରୁ ସୋମବାର ରାତିରେ ପୋଲିସ ୮୪ଟି ବସ୍ତାରେ ଥିବା ୧,୬୯୨ କିଲୋ ୬୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୧୧ଜଣଙ୍କୁ ଗିରଫ କରାଯାଇଛି। ତେବେ ଜବତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri