ଅନୁଗୋଳ

ମାନବିକତା ଦେଖାଇଲେ ଡିଆଇଜିଙ୍କ ସ୍ତ୍ରୀ : ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ପଠାଇଲେ

ଅନୁଗୋଳ ଅଫିସ, ୧୬।୧୧- ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରେ ପଡ଼ିଥିବା ଦୁଇ ଯୁବକଙ୍କୁ ନିଜ ଗାଡ଼ିରେ ମେଡିକାଲ ପଠାଇ ଉଚ୍ଚ ପ୍ରଶଂସା ସାଉଣ୍ଟିଛନ୍ତି ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ସ୍ତ୍ରୀ ସୀମାଗୁପ୍ତା ଭୋଳ। ବୁଧବାର ରାତିରେ ଘଟିଥିବା ଏହି ଘଟଣା ଏବେ ଅନୁଗୋଳରେ…

ରାସ୍ତା ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ : ଖୁଡ଼ୀ ସହ ସମ୍ପର୍କରୁ କରାଯାଇଥିଲା ହତ୍ୟା

ଅନୁଗୋଳ ଅଫିସ, ୧୬।୧୧ – ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ତ୍ରିପୁର ନାଏକ(୧୯)ଙ୍କ ମୃତଦେହ ଗତ ୮ ତାରିଖରେ ସାକସିଂହା-ଘୁଞ୍ଚାପାଳ ରାସ୍ତା ପାର୍ଶ୍ୱରୁ ଉଦ୍ଧାର ଘଟଣା ଏକ ହତ୍ୟାକାଣ୍ଡ। ଖୁଡୀଙ୍କ ସହ ସମ୍ପର୍କ ରକ୍ଷା କାରଣରୁ ଦାଦା ନବ…

ଜେଏସ୍‌ପିଏଲ୍‌ରେ ବିଶ୍ୱ ଗୁଣବତ୍ତା ଦିବସ: ନିରନ୍ତର ଉନ୍ନତି ପାଇଁ ଏକ ସୁଯୋଗ

ଅନୁଗୋଳ ଅଫିସ, ୧୫।୧୧-ଅନୁଗୋଳ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌) ପ୍ଲାଣ୍ଟ ପରିସରରେ ଗୁରୁବାର ବିଶ୍ୱ ଗୁଣବତ୍ତା ଦିବସ ପାଳିତ ହୋଇଯାଇଛି। ଜେଏସ୍‌ପିଏଲ୍‌ ଓଡ଼ିଶା ମୁଖ୍ୟ ପରିଚାଳନା ଅଧିକାରୀ ପଙ୍କଜ ଗୌତମ, ଇସ୍ପାତ ନିର୍ମାଣ ବିଭାଗ ମୁଖ୍ୟ ଦାମୋଦର ମିତ୍ତଲ,…

ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନ: ଟିକାନେବେ ୩ ଲକ୍ଷ ୮୧୮ ଶିଶୁ

ଅନୁଗୋଳ ଅଫିସ, ୧୫।୧୧-ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଭଳି ମାରାତ୍ମକ ରୋଗର ଟିକାକରଣ ଅଭିଯାନ ଶୁକ୍ରବାରଠାରୁ ଅନୁଗୋଳ ଜିଲାରେ ଆରମ୍ଭ ହେଉଛି। ଏହି ଅଭିଯାନ ୩ ସପ୍ତାହ ଧରି ଚାଲିବ। ଦୁଇଟି ପର୍ଯ୍ୟାୟରେ ଜିଲାର ୩ ଲକ୍ଷ ୮୧୮ ଜଣ ଶିଶୁଙ୍କୁ ଟିକା ପ୍ରଦାନ…

ତହସିଲ ସମ୍ବନ୍ଧୀୟ ସେବା ଉପରେ ଗୁରୁତ୍ୱ

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତରେ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବେ ପ୍ରଚଳିତ ହୋଇଥିବା ଯୋଜନା ମୋ ଗାଁ ତହସିଲ (ସେବା ଆପଣଙ୍କ ଦ୍ୱାରରେ କାର୍ଯ୍ୟକ୍ରମ) ଉଦ୍‌ଘାଟିତ ହୋଇଯାଇଛି। କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁଙ୍କ ସଭାପତିତ୍ୱରେ…

ମାମୁରିଝରଣରେ ଅଗ୍ନିକାଣ୍ଡ, ୪ ବଖରା ଜଳିଗଲା

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଆଠମଲ୍ଲିକ ବ୍ଲକ ଆମ୍ବସରମୁ ପଞ୍ଚାୟତ ମାମୁରିଝରଣ ଗ୍ରାମରେ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ନାୟକ, ଟୁଟୁ ନାୟକଙ୍କ ୪ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡର ସଠିକ କାରଣ ଜଣାଡ଼ି ନ ଥିବାବେଳେ ରୋଷେଇ ଘରୁ ଏହି ନିଆଁ ଲାଗିଥିବା ଗ୍ରାମବାସୀ କହିଛନ୍ତି। ଏଥିରେ…

ଚାଷୀଙ୍କ ସମସ୍ୟା ସମାଧାନ କରିବ କୃଷି ବିଭାଗ: ପଞ୍ଚାୟତ ବୁଲି ଜ୍ଞାନ ବାଣ୍ଟିବେ ଗ୍ରାମୀଣ କୃଷି କର୍ମଚାରୀ

ଅନୁଗୋଳ ଅଫିସ, ୧୪।୧୧ – ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ଏଣିକି ଗାଁ ଗାଁ ବୁଲିବେ ଗ୍ରାମୀଣ କୃଷି କର୍ମଚାରୀ। ଚାଷୀଙ୍କ ସହ ବୈଠକ କରି ଉନ୍ନତ ଜ୍ଞାନକୌଶଳ ସମ୍ପର୍କରେ ସେମାନଙ୍କୁ ଅବଗତ କରାଇବେ। ଅନୁଗୋଳ ଜିଲାର କେତେକ ପଞ୍ଚାୟତରେ ଏପରି…

ମା’ ଲୋଭୀଙ୍କ ଯାତ୍ରାର ଦ୍ୱିତୀୟ ଦିବସ: ଧାଡ଼ିରେ ଦର୍ଶନ କଲେ, ଅଧିଆ ପଡ଼ିଲେ

ବଅଁରପାଳ,୧୪ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀଠାରେ ଚାଲିଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରାର ବୁଧବାର ଥିଲା ଦ୍ୱିତୀୟ ଦିବସ। ପ୍ରଥମ ଦିନ ପରି ମା’ଙ୍କ ଏହି ଯାତ୍ରା ଦେଖିବାକୁ ଆଖପାଖ ଅଞ୍ଚଳର ବହୁ ସଂଖ୍ୟକ ଭକ୍ତ ଭିଡ଼ ଲଗାଇଥିଲେ। ସକାଳେ…

ପ୍ରାତଃଭ୍ରମଣରେ ଯିବାବଳେ ଅଘଟଣ, ମହିଳାଙ୍କ ଜୀବନ ଗଲା

ତାଳଚେର,୧୩।୧୧(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବ୍ଲକ ଡେରା ପେଟ୍ରୋଲ ପମ୍ପ ନିକଟରେ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସୁଭାସିନୀ ନାଥ(୪୫ବର୍ଷ)। ତାଙ୍କ ଘର ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମରେ। ସେ ଡେରା…

୬ ମାସ ତଳୁ ଶେଷ ହେଲାଣି ଇକୋ ପାର୍କ ପରିଚାଳନା ଚୁକ୍ତି: ନାଲି ଫିତା ତଳେ ନବୀକରଣ

ଅନୁଗୋଳ ଅଫିସ, ୧୩।୧୧-ସହରବାସୀଙ୍କୁ ସତେଜ ରଖିବା ତଥା ଏକ ସୁସ୍ଥ ପରିବେଶ ଭେଟିଦେବାକୁ ଅନୁଗୋଳ ପୌରପାଳିକା ପକ୍ଷରୁ ଶିକ୍ଷକପଡ଼ାଠାରେ ଇକୋ ପାର୍କର ପରିକଳ୍ପନା କରାଯାଇଥିଲା। ପ୍ରଥମେ ପୌରପାଳିକା ଏହାକୁ ନିଜେ ପରିଚାଳନା କରୁଥିଲା। କିନ୍ତୁ ପରେ ଚୁକ୍ତିଭିତ୍ତିରେ ଏକ ଘରୋଇ ସଂସ୍ଥାକୁ…

ଆଦିବାସୀ ଛାତ୍ରୀ ହଷ୍ଟେଲ ଛାଡ଼ିବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ପାଲଲହଡା,୧୩।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡ଼ା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ସୋମବାର ହଷ୍ଟେଲ ଛାଡିବା ଘଟଣାରେ ମଙ୍ଗଳବାର ପାଲଲହଡ଼ା ଉପଜିଲାପାଳ ଅଜିତ କୁମାର ପ୍ରଧାନ ସେଠାକୁ ଯାଇ ତଦନ୍ତ କରିଛନ୍ତି। ଛାତ୍ରୀମାନଙ୍କୁ…

ଆଜିଠାରୁ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା

(ଉପେନ୍ଦ୍ର ରାଉତ) ବଅଁରପାଳ, ୧୨।୧୧ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ଠାରେ ଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ଗଡ଼ସନ୍ତ୍ରୀ ଓ ତୁଳସୀପାଳ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଲୋଭୀ। ତେଣୁ ମା’ଙ୍କ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri