ଅନୁଗୋଳ

ଜଙ୍ଗଲ ନ କାଟିବାକୁ କମ୍ପାନୀ ଅଧିକାରୀଙ୍କ ଗୋଡ଼ ଧରିଲେ ଦିଲୀପ

ଛେଣ୍ଡିପଦା,୨ା୧ (ଅଜିତ ଧଳ):ଜଙ୍ଗଲ ବିଭାଗକୁ ଜୀବନ ବିଭାଗ ନାମରେ ନାମିତ କରିବା ଏବଂ ଜଙ୍ଗଲ କଟା ନ ଯିବା ଦାବିରେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଉଦୟପୁର ଅଞ୍ଚଳର ଦିଲୀପ କୁମାର ସାହୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ସଂରକ୍ଷିତ...

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ ଯୁବକ ଉଦ୍ଧାର କରି ଜରପଡ଼ା ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ଛେଣ୍ଡିପଦା...

ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ

ଅନୁଗୋଳ,୨୦।୧୨: ଡ୍ୟୁଟି ପାଇଁ ଯାଉଥିବା ବେଳେ ଦୁଇ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଅନୁଗୋଳ ଟାଉନ ଥାନାର ପ୍ରଶାନ୍ତି ହୋଟେଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ...

୬ ମାସ ଭିତରେ ବିଧାୟକ ଟଙ୍କାଟିଏ ଆଣିପାରିନାହାନ୍ତି: ନରେନ୍ଦ୍ର

ପାଲଲହଡ଼ା,୧୫।୧୨(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ାଠାରେ ଥିବା ଦ୍ୱିତୀୟ ଚିଲିକା, ଖୁଲୁଡି ଏବଂ ବୁଲାଝରକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ବିଧାୟକ ଅଶୋକ ମହାନ୍ତି ରାଜ୍ୟ ସରକାରଙ୍କ ବିଭିନ୍ନ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିବା ଅତ୍ୟନ୍ତ ହାସ୍ୟାସ୍ପଦ ବୋଲି...

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ଅନୁଗୋଳ,୨୯।୧୧: ଅନୁଗୋଳ ଜିଲା ବାଗଡ଼ିଆ ଥାନା ବାଗଡିଆ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ବ୍ୟକ୍ତି ଘର ଭିତରେ ପଶି ଯୁବକଙ୍କୁ ଗୁଳିମାଡ଼ କରିଛନ୍ତି। ଗୁଳିଟି ଯୁବକଙ୍କ ଗୋଡରେ ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଛେଣ୍ଡିପଦା ମେଡିକାଲରେ ଭର୍ତ୍ତି...

ମୃତଦେହ ଆସିବାକୁ ଅପେକ୍ଷା କରିଥିବାବେଳେ ଘରୁ ଡକାୟତି

ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ ମଧ୍ୟ ପହଞ୍ଚି ଯାଇଥିଲେ। ସମସ୍ତେ ଶୋକରେ ଡୁବି ମୃତଦେହକୁ ଅପେକ୍ଷା କରିଥିବା ବେଳେ...

କ’ଣ ପଦେ କହିଦେଲେ ବୋଲି…ଜନ୍ମକଲା ବୃଦ୍ଧା ମା’ଙ୍କୁ ପିଟି ପିଟି ମାରିଦେଲେ ପୁଅ

ଅନୁଗୋଳ,୨୪।୧୧( ମାନସ ବିଶ୍ୱାଳ)- ସାମାନ୍ୟ ପାଟି ତୁଣ୍ଡକୁ ନେଇ ମା’କୁ ହତ୍ୟା। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୋଲିସ ଅଟକ ରଖିଛି। ସୂଚନା...

ସ୍କୁଲ ସମୟରେ ବଜାରରୁ ଆଳୁ ବୋହିଲେ ଛାତ୍ର

ଅନୁଗୋଳ,୯ା୧୧(ଜ୍ୟୋତିରଞ୍ଜନ ସାହୁ):ସ୍କୁଲରେ ପାଠପଢ଼ା ଚାଲିଥିବା ବେଳେ ୨ ଜଣ ଛାତ୍ର ସାଇକେଲ ନେଇ ବଜାର ଯିବା ସହ ମଧ୍ୟାହ୍ନଭୋଜନ ପାଇଁ ବସ୍ତାରେ ଆଳୁ କିଣି ଆଣିବା ଅନୁଗୋଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଅନୁଗୋଳ ଉତ୍ତରପଡା ନୋଡାଲ ବିଦ୍ୟାଳୟରେ ଶୁକ୍ରବାର...

ଭାରପ୍ରାପ୍ତ ଅଧିକାରୀଙ୍କୁ ନେଇ ଚାଲିଛି ଉପଖଣ୍ଡ ପ୍ରଶାସନ

ଆଠମଲ୍ଲିକ, ୩।୧୧ (ଉଦୀପ୍ତ ପୁରୋହିତ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଥିବା ବିଭିନ୍ନ ବିଭାଗରୁ ଅଧିକାରୀଙ୍କ ବଦଳି ହେଉଛି। କେତେଜଣଙ୍କୁ ପଦୋନ୍ନତି ଦିଆଯାଇ ଅନ୍ୟତ୍ର ନିଆଯାଉଛି। ହେଲେ ସେମାନଙ୍କ ସ୍ଥାନରେ ନୂଆ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ବହୁ ବିଭାଗରେ...

ଜାପାନରେ ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଓଡ଼ିଆ ପୁଅ

ଅନୁଗୋଳ, ୩।୧୧(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଚମ୍ପତିମୁଣ୍ଡାସ୍ଥିତ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ଏକାଦଶ ଶ୍ରେଣୀର ଛାତ୍ର ଯୁବ ବିଜ୍ଞାନୀ ତେଜସ ଦାଶ ଜାପାନର ଟୋକିଓରେ ଆୟୋଜିତ ସାକୁରା ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ଫେରିଛନ୍ତି। ଭାରତ ସରକାରଙ୍କ ରାଷ୍ଟ୍ରୀୟ...

ମାର୍ଶାଲଆର୍ଟ ପ୍ରତିଯୋଗିତାରେ ଓଡ଼ିଶାରୁ ୨ ଖେଳାଳି ମନୋନୀତ

ଅନୁଗୋଳ ଅଫିସ,୩୧।୧୦(ମାନସ ବିଶ୍ୱାଳ): ଅନ୍ତର୍ଜାତୀୟ ୪ର୍ଥ ବିଶ୍ୱ ସ୍କୋଏ ମାର୍ଶାଲ ଆର୍ଟ ପ୍ରତିଯୋଗିତା ଉଜବେଗିସ୍ଥାନରେ ନଭେମ୍ବର ୨ରୁ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉକ୍ତ ପ୍ରତିଯୋଗିତାରେ ଓଡ଼ିଶାରୁ ୨ ଖେଳାଳି ମନୋନୀତ ହୋଇଛନ୍ତି। ବାଳକ ବିଭାଗରେ ସୌମ୍ୟରଞ୍ଜନ ନାୟକ ଏବଂ...

ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନେଲେ ଶପଥ

ଅନୁଗୋଳ,୩୧ା୧୦(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଗୁରୁବାର ପାଳିତ ହୋଇଛି ରାଷ୍ଟ୍ରୀୟ ଏକତା ଦିବସ। ଉପସ୍ଥିତ ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନିଜର ଯୋଗଦାନ ନିମନ୍ତେ ଶପଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri